< اَلْمُلُوكِ ٱلثَّانِي 9 >
وَدَعَا أَلِيشَعُ ٱلنَّبِيُّ وَاحِدًا مِنْ بَنِي ٱلْأَنْبِيَاءِ وَقَالَ لَهُ: «شُدَّ حَقَوَيْكَ وَخُذْ قِنِّينَةَ ٱلدُّهْنِ هَذِهِ بِيَدِكَ، وَٱذْهَبْ إِلَى رَامُوتِ جِلْعَادَ. | ١ 1 |
ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ।
وَإِذَا وَصَلْتَ إِلَى هُنَاكَ فَٱنْظُرْ هُنَاكَ يَاهُوَ بْنَ يَهُوشَافَاطَ بْنَ نِمْشِي، وَٱدْخُلْ وَأَقِمْهُ مِنْ وَسْطِ إِخْوَتِهِ، وَٱدْخُلْ بِهِ إِلَى مُخْدَعٍ دَاخِلَ مُخْدَعٍ. | ٢ 2 |
ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।
ثُمَّ خُذْ قِنِّينَةَ ٱلدُّهْنِ وَصُبَّ عَلَى رَأْسِهِ وَقُلْ: هَكَذَا قَالَ ٱلرَّبُّ: قَدْ مَسَحْتُكَ مَلِكًا عَلَى إِسْرَائِيلَ. ثُمَّ ٱفْتَحِ ٱلْبَابَ وَٱهْرُبْ وَلَا تَنْتَظِرْ». | ٣ 3 |
ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”
فَٱنْطَلَقَ ٱلْغُلَامُ، أَيِ ٱلْغُلَامُ ٱلنَّبِيُّ إِلَى رَامُوتِ جِلْعَادَ | ٤ 4 |
ତହିଁରେ ସେ ଯୁବା, ଅର୍ଥାତ୍, ସେହି ଯୁବା ଭବିଷ୍ୟଦ୍ବକ୍ତା ରାମୋତ୍-ଗିଲୀୟଦକୁ ଗଲେ।
وَدَخَلَ وَإِذَا قُوَّادُ ٱلْجَيْشِ جُلُوسٌ. فَقَالَ: «لِي كَلَامٌ مَعَكَ يَا قَائِدُ». فَقَالَ يَاهُو: «مَعَ مَنْ مِنَّا كُلِّنَا؟». فَقَالَ: «مَعَكَ أَيُّهَا ٱلْقَائِدُ». | ٥ 5 |
ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”
فَقَامَ وَدَخَلَ ٱلْبَيْتَ، فَصَبَّ ٱلدُّهْنَ عَلَى رَأْسِهِ وَقَالَ لَهُ: «هَكَذَا قَالَ ٱلرَّبُّ إِلَهُ إِسْرَائِيلَ: قَدْ مَسَحْتُكَ مَلِكًا عَلَى شَعْبِ ٱلرَّبِّ إِسْرَائِيلَ، | ٦ 6 |
ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।
فَتَضْرِبُ بَيْتَ أَخْآبَ سَيِّدِكَ. وَأَنْتَقِمُ لِدِمَاءِ عَبِيدِيَ ٱلْأَنْبِيَاءِ، وَدِمَاءِ جَمِيعِ عَبِيدِ ٱلرَّبِّ مِنْ يَدِ إِيزَابَلَ. | ٧ 7 |
ପୁଣି ଆମ୍ଭେ ଯେପରି ଈଷେବଲ୍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।
فَيَبِيدُ كُلُّ بَيْتِ أَخْآبَ، وَأَسْتَأْصِلُ لِأَخْآبَ كُلَّ بَائِلٍ بِحَائِطٍ وَمَحْجُوزٍ وَمُطْلَقٍ فِي إِسْرَائِيلَ. | ٨ 8 |
କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।
وَأَجْعَلُ بَيْتَ أَخْآبَ كَبَيْتِ يَرُبْعَامَ بْنِ نَبَاطَ، وَكَبَيْتِ بَعْشَا بْنِ أَخِيَّا. | ٩ 9 |
ଆଉ ଆମ୍ଭେ ଆହାବ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା।
وَتَأْكُلُ ٱلْكِلَابُ إِيزَابَلَ فِي حَقْلِ يَزْرَعِيلَ وَلَيْسَ مَنْ يَدْفِنُهَا». ثُمَّ فَتَحَ ٱلْبَابَ وَهَرَبَ. | ١٠ 10 |
ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।
وَأَمَّا يَاهُو فَخَرَجَ إِلَى عَبِيدِ سَيِّدِهِ، فَقِيلَ لَهُ: «أَسَلَامٌ؟ لِمَاذَا جَاءَ هَذَا ٱلْمَجْنُونُ إِلَيْكَ؟» فَقَالَ لَهُمْ: «أَنْتُمْ تَعْرِفُونَ ٱلرَّجُلَ وَكَلَامَهُ». | ١١ 11 |
ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
فَقَالُوا: «كَذِبٌ. فَأَخْبِرْنَا». فَقَالَ: «بِكَذَا وَكَذَا كَلَّمَنِي قَائِلًا: هَكَذَا قَالَ ٱلرَّبُّ: قَدْ مَسَحْتُكَ مَلِكًا عَلَى إِسْرَائِيلَ». | ١٢ 12 |
ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”
فَبَادَرَ كُلُّ وَاحِدٍ وَأَخَذَ ثَوْبَهُ وَوَضَعَهُ تَحْتَهُ عَلَى ٱلدَّرَجِ نَفْسِهِ، وَضَرَبُوا بِٱلْبُوقِ وَقَالُوا: «قَدْ مَلَكَ يَاهُو». | ١٣ 13 |
ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”
وَعَصَى يَاهُو بْنُ يَهُوشَافَاطَ بْنِ نِمْشِي عَلَى يُورَامَ. وَكَانَ يُورَامُ يُحَافِظُ عَلَى رَامُوتِ جِلْعَادَ هُوَ وَكُلُّ إِسْرَائِيلَ مِنْ حَزَائِيلَ مَلِكِ أَرَامَ. | ١٤ 14 |
ଏଥିରେ ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂ ଯୋରାମ୍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲୀୟଦ ରକ୍ଷା କରୁଥିଲେ।
وَرَجَعَ يَهُورَامُ ٱلْمَلِكُ لِكَيْ يَبْرَأَ فِي يَزْرَعِيلَ مِنَ ٱلْجُرُوحِ ٱلَّتِي ضَرَبَهُ بِهَا ٱلْأَرَامِيُّونَ حِينَ قَاتَلَ حَزَائِيلَ مَلِكَ أَرَامَ. فَقَالَ يَاهُو: «إِنْ كَانَ فِي أَنْفُسِكُمْ، لَا يَخْرُجْ مُنْهَزِمٌ مِنَ ٱلْمَدِينَةِ لِكَيْ يَنْطَلِقَ فَيُخْبِرَ فِي يَزْرَعِيلَ». | ١٥ 15 |
ମାତ୍ର ଯୋରାମ୍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, “ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।”
وَرَكِبَ يَاهُو وَذَهَبَ إِلَى يَزْرَعِيلَ، لِأَنَّ يُورَامَ كَانَ مُضْطَجِعًا هُنَاكَ. وَنَزَلَ أَخَزْيَا مَلِكُ يَهُوذَا لِيَرَى يُورَامَ. | ١٦ 16 |
ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍ଙ୍କୁ ଦେଖିବାକୁ ଆସିଥିଲେ।
وَكَانَ ٱلرَّقِيبُ وَاقِفًا عَلَى ٱلْبُرْجِ فِي يَزْرَعِيلَ، فَرَأَى جَمَاعَةَ يَاهُو عِنْدَ إِقْبَالِهِ، فَقَالَ: «إِنِّي أَرَى جَمَاعَةً». فَقَالَ يَهُورَامُ: «خُذْ فَارِسًا وَأَرْسِلْهُ لِلِقَائِهِمْ، فَيَقُولَ: أَسَلَامٌ؟» | ١٧ 17 |
ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି?’”
فَذَهَبَ رَاكِبُ ٱلْفَرَسِ لِلِقَائِهِ وَقَالَ: «هَكَذَا يَقُولُ ٱلْمَلِكُ: أَسَلَامٌ؟» فَقَالَ يَاهُو: «مَا لَكَ وَلِلسَّلَامِ؟ دُرْ إِلَى وَرَائِي». فَأَخْبَرَ ٱلرَّقِيبُ قَائِلًا: «قَدْ وَصَلَ ٱلرَّسُولُ إِلَيْهِمْ وَلَمْ يَرْجِعْ». | ١٨ 18 |
ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରିଆସୁ ନାହିଁ।”
فَأَرْسَلَ رَاكِبَ فَرَسٍ ثَانِيًا، فَلَمَّا وَصَلَ إِلَيْهِمْ قَالَ: «هَكَذَا يَقُولُ ٱلْمَلِكُ: أَسَلَامٌ؟» فَقَالَ يَاهُو: «مَا لَكَ وَلِلسَّلَامِ؟ دُرْ إِلَى وَرَائِي». | ١٩ 19 |
ତହୁଁ ଯୋରାମ୍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।”
فَأَخْبَرَ ٱلرَّقِيبُ قَائِلًا: «قَدْ وَصَلَ إِلَيْهِمْ وَلَمْ يَرْجِعْ. وَٱلسَّوْقُ كَسَوْقِ يَاهُوَ بْنِ نِمْشِي، لِأَنَّهُ يَسُوقُ بِجُنُونٍ». | ٢٠ 20 |
ଏଥିରେ ପ୍ରହରୀ ଜଣାଇ କହିଲା, “ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରିଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନା ପରି; କାରଣ ସେ ଅତି ପ୍ରଚଣ୍ଡ ବେଗରେ ଚଳାଏ।”
فَقَالَ يَهُورَامُ: «ٱشْدُدْ». فَشُدَّتْ مَرْكَبَتُهُ، وَخَرَجَ يَهُورَامُ مَلِكُ إِسْرَائِيلَ وَأَخَزْيَا مَلِكُ يَهُوذَا، كُلُّ وَاحِدٍ فِي مَرْكَبَتِهِ، خَرَجَا لِلِقَاءِ يَاهُو. فَصَادَفَاهُ عِنْدَ حَقْلَةِ نَابُوتَ ٱلْيَزْرَعِيلِيِّ. | ٢١ 21 |
ତେବେ ଯୋରାମ୍ କହିଲେ, “ରଥ ପ୍ରସ୍ତୁତ କର।” ତହିଁରେ ସେମାନେ ତାଙ୍କର ରଥ ପ୍ରସ୍ତୁତ କଲେ। ପୁଣି ଇସ୍ରାଏଲର ରାଜା ଯୋରାମ୍ ଓ ଯିହୁଦାର ରାଜା ଅହସୀୟ ଆପଣା ଆପଣା ରଥରେ ବାହାରିଲେ, ଆଉ ସେମାନେ ଯେହୂଙ୍କୁ ଭେଟିବାକୁ ଯାଇ ଯିଷ୍ରିୟେଲୀୟ ନାବୋତର ଭୂମିରେ ତାଙ୍କୁ ଦେଖିଲେ।
فَلَمَّا رَأَى يَهُورَامُ يَاهُوَ قَالَ: «أَسَلَامٌ يَا يَاهُو؟» فَقَالَ: «أَيُّ سَلَامٍ مَا دَامَ زِنَى إِيزَابَلَ أُمِّكَ وَسِحْرُهَا ٱلْكَثِيرُ؟» | ٢٢ 22 |
ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ?”
فَرَدَّ يَهُورَامُ يَدَيْهِ وَهَرَبَ، وَقَالَ لِأَخَزْيَا: «خِيَانَةً يَا أَخَزْيَا!» | ٢٣ 23 |
ଏଥିରେ ଯୋରାମ୍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।”
فَقَبَضَ يَاهُو بِيَدِهِ عَلَى ٱلْقَوْسِ وَضَرَبَ يَهُورَامَ بَيْنَ ذِرَاعَيْهِ، فَخَرَجَ ٱلسَّهْمُ مِنْ قَلْبِهِ فَسَقَطَ فِي مَرْكَبَتِهِ. | ٢٤ 24 |
ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।
وَقَالَ لِبِدْقَرَ ثَالِثِهِ: «ٱرْفَعْهُ وَأَلْقِهِ فِي حِصَّةِ حَقْلِ نَابُوتَ ٱلْيَزْرَعِيلِيِّ. وَٱذْكُرْ كَيْفَ إِذْ رَكِبْتُ أَنَا وَإِيَّاكَ مَعًا وَرَاءَ أَخْآبَ أَبِيهِ، جَعَلَ ٱلرَّبُّ عَلَيْهِ هَذَا ٱلْحِمْلَ. | ٢٥ 25 |
ତେବେ ଯେହୂ ଆପଣା ସେନାପତି ବିଦ୍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର:
أَلَمْ أَرَ أَمْسًا دَمَ نَابُوتَ وَدِمَاءَ بَنِيهِ يَقُولُ ٱلرَّبُّ، فَأُجَازِيكَ فِي هَذِهِ ٱلْحَقْلَةِ يَقُولُ ٱلرَّبُّ. فَٱلْآنَ ٱرْفَعْهُ وَأَلْقِهِ فِي ٱلْحَقْلَةِ حَسَبَ قَوْلِ ٱلرَّبِّ». | ٢٦ 26 |
ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।’ ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।”
وَلَمَّا رَأَى ذَلِكَ أَخَزْيَا مَلِكُ يَهُوذَا هَرَبَ فِي طَرِيقِ بَيْتِ ٱلْبُسْتَانِ، فَطَارَدَهُ يَاهُو وَقَالَ: «ٱضْرِبُوهُ». فَضَرَبُوهُ أَيْضًا فِي ٱلْمَرْكَبَةِ فِي عَقَبَةِ جُورَ ٱلَّتِي عِنْدَ يِبْلَعَامَ. فَهَرَبَ إِلَى مَجِدُّو وَمَاتَ هُنَاكَ. | ٢٧ 27 |
ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ।
فَأَرْكَبَهُ عَبِيدُهُ إِلَى أُورُشَلِيمَ وَدَفَنُوهُ فِي قَبْرِهِ مَعَ آبَائِهِ فِي مَدِينَةِ دَاوُدَ. | ٢٨ 28 |
ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ।
فِي ٱلسَّنَةِ ٱلْحَادِيَةَ عَشْرَةَ لِيُورَامَ بْنِ أَخْآبَ، مَلَكَ أَخَزْيَا عَلَى يَهُوذَا. | ٢٩ 29 |
ଆହାବଙ୍କର ପୁତ୍ର ଯୋରାମ୍ଙ୍କ ରାଜତ୍ଵର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିଥିଲେ।
فَجَاءَ يَاهُو إِلَى يَزْرَعِيلَ. وَلَمَّا سَمِعَتْ إِيزَابَلُ كَحَّلَتْ بِٱلْأُثْمُدِ عَيْنَيْهَا، وَزَيَّنَتْ رَأْسَهَا وَتَطَلَّعَتْ مِنْ كَوَّةٍ. | ٣٠ 30 |
ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।
وَعِنْدَ دُخُولِ يَاهُو ٱلْبَابَ قَالَتْ: «أَسَلَامٌ لِزِمْرِي قَاتِلِ سَيِّدِهِ؟» | ٣١ 31 |
ପୁଣି ଯେହୂ ଦ୍ୱାରରେ ପ୍ରବେଶ କରିବା ବେଳେ ଈଷେବଲ୍ କହିଲା, “ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?”
فَرَفَعَ وَجْهَهُ نَحْوَ ٱلْكَوَّةِ وَقَالَ: «مَنْ مَعِي؟ مَنْ؟» فَأَشْرَفَ عَلَيْهِ ٱثْنَانِ أَوْ ثَلَاثَةٌ مِنَ ٱلْخِصْيَانِ. | ٣٢ 32 |
ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ।
فَقَالَ: «ٱطْرَحُوهَا». فَطَرَحُوهَا، فَسَالَ مِنْ دَمِهَا عَلَى ٱلْحَائِطِ وَعَلَى ٱلْخَيْلِ فَدَاسَهَا. | ٣٣ 33 |
ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
وَدَخَلَ وَأَكَلَ وَشَرِبَ ثُمَّ قَالَ: «ٱفْتَقِدُوا هَذِهِ ٱلْمَلْعُونَةَ وَٱدْفِنُوهَا، لِأَنَّهَا بِنْتُ مَلِكٍ». | ٣٤ 34 |
ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଅଭିଶପ୍ତ ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”
وَلَمَّا مَضَوْا لِيَدْفِنُوهَا، لَمْ يَجِدُوا مِنْهَا إِلَّا ٱلْجُمْجُمَةَ وَٱلرِّجْلَيْنِ وَكَفَّيِ ٱلْيَدَيْنِ. | ٣٥ 35 |
ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ଡର ଖପୁରୀ ଓ ପାଦ ଓ ହାତ ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ
فَرَجَعُوا وَأَخْبَرُوهُ، فَقَالَ: «إِنَّهُ كَلَامُ ٱلرَّبِّ ٱلَّذِي تَكَلَّمَ بِهِ عَنْ يَدِ عَبْدِهِ إِيلِيَّا ٱلتِّشْبِيِّ قَائِلًا: فِي حَقْلِ يَزْرَعِيلَ تَأْكُلُ ٱلْكِلَابُ لَحْمَ إِيزَابَلَ. | ٣٦ 36 |
ଏହେତୁ ସେମାନେ ଫେରିଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ;
وَتَكُونُ جُثَّةُ إِيزَابَلَ كَدِمْنَةٍ عَلَى وَجْهِ ٱلْحَقْلِ فِي قِسْمِ يَزْرَعِيلَ حَتَّى لَا يَقُولُوا: هَذِهِ إِيزَابَلُ». | ٣٧ 37 |
ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।’”