< إِشَعْيَاءَ 37 >
فَلَمَّا سَمِعَ ٱلْمَلِكُ حَزَقِيَّا ذَلِكَ مَزَّقَ ثِيَابَهُ وَتَغَطَّى بِمِسْحٍ وَدَخَلَ بَيْتَ ٱلرَّبِّ. | ١ 1 |
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।
وَأَرْسَلَ أَلِيَاقِيمَ ٱلَّذِي عَلَى ٱلْبَيْتِ وَشَبْنَةَ ٱلْكَاتِبَ وَشُيُوخَ ٱلْكَهَنَةِ مُتَغَطِّينَ بِمُسُوحٍ إِلَى إِشَعْيَاءَ بْنِ آمُوصَ ٱلنَّبِيِّ. | ٢ 2 |
ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ, ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲା।
فَقَالُوا لَهُ: «هَكَذَا يَقُولُ حَزَقِيَّا: هَذَا ٱلْيَوْمُ يَوْمُ شِدَّةٍ وَتَأْدِيبٍ وَإِهَانَةٍ، لِأَنَّ ٱلْأَجِنَّةَ دَنَتْ إِلَى ٱلْمَوْلِدِ وَلَا قُوَّةَ عَلَى ٱلْوِلَادَةِ. | ٣ 3 |
ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
لَعَلَّ ٱلرَّبَّ إِلَهَكَ يَسْمَعُ كَلَامَ رَبْشَاقَى ٱلَّذِي أَرْسَلَهُ مَلِكُ أَشُّورَ سَيِّدُهُ لِيُعَيِّرَ ٱلْإِلَهَ ٱلْحَيَّ، فَيُوَبِّخَ عَلَى ٱلْكَلَامِ ٱلَّذِي سَمِعَهُ ٱلرَّبُّ إِلَهُكَ. فَٱرْفَعْ صَلَاةً لِأَجْلِ ٱلْبَقِيَّةِ ٱلْمَوْجُودَةِ». | ٤ 4 |
ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”
فَجَاءَ عَبِيدُ ٱلْمَلِكِ حَزَقِيَّا إِلَى إِشَعْيَاءَ. | ٥ 5 |
ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
فَقَالَ لَهُمْ إِشَعْيَاءُ: «هَكَذَا تَقُولُونَ لِسَيِّدِكُمْ: هَكَذَا يَقُولُ ٱلرَّبُّ: لَا تَخَفْ بِسَبَبِ ٱلْكَلَامِ ٱلَّذِي سَمِعْتَهُ، ٱلَّذِي جَدَّفَ عَلَيَّ بِهِ غِلْمَانُ مَلِكِ أَشُّورَ. | ٦ 6 |
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
هَأَنَذَا أَجْعَلُ فِيهِ رُوحًا فَيَسْمَعُ خَبَرًا وَيَرْجِعُ إِلَى أَرْضِهِ، وَأُسْقِطُهُ بِٱلسَّيْفِ فِي أَرْضِهِ». | ٧ 7 |
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
فَرَجَعَ رَبْشَاقَى وَوَجَدَ مَلِكَ أَشُّورَ يُحَارِبُ لِبْنَةَ، لِأَنَّهُ سَمِعَ أَنَّهُ ٱرْتَحَلَ عَنْ لَخِيشَ. | ٨ 8 |
ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
وَسَمِعَ عَنْ تِرْهَاقَةَ مَلِكِ كُوشَ قَوْلًا: «قَدْ خَرَجَ لِيُحَارِبَكَ». فَلَمَّا سَمِعَ أَرْسَلَ رُسُلًا إِلَى حَزَقِيَّا قَائِلًا: | ٩ 9 |
ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,
«هَكَذَا تُكَلِّمُونَ حَزَقِيَّا مَلِكَ يَهُوذَا قَائِلِينَ: لَا يَخْدَعْكَ إِلَهُكَ ٱلَّذِي أَنْتَ مُتَوَكِّلٌ عَلَيْهِ، قَائِلًا: لَا تُدْفَعُ أُورُشَلِيمُ إِلَى يَدِ مَلِكِ أَشُّورَ. | ١٠ 10 |
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
إِنَّكَ قَدْ سَمِعْتَ مَا فَعَلَ مُلُوكُ أَشُّورَ بِجَمِيعِ ٱلْأَرَاضِي لِتَحْرِيمِهَا. وَهَلْ تَنْجُو أَنْتَ؟ | ١١ 11 |
ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?
هَلْ أَنْقَذَ آلِهَةُ ٱلْأُمَمِ هَؤُلَاءِ ٱلَّذِينَ أَهْلَكَهُمْ آبَائِي، جُوزَانَ وَحَارَانَ وَرَصَفَ وَبَنِي عَدَنَ، ٱلَّذِينَ فِي تَلَسَّارَ؟ | ١٢ 12 |
ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
أَيْنَ مَلِكُ حَمَاةَ وَمَلِكُ أَرْفَادَ وَمَلِكُ مَدِينَةِ سَفَرْوَايِمَ وَهَيْنَعَ وَعِوَّا؟». | ١٣ 13 |
ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
فَأَخَذَ حَزَقِيَّا ٱلرَّسَائِلَ مِنْ يَدِ ٱلرُّسُلِ وَقَرَأَهَا، ثُمَّ صَعِدَ إِلَى بَيْتِ ٱلرَّبِّ، وَنَشَرَهَا حَزَقِيَّا أَمَامَ ٱلرَّبِّ، | ١٤ 14 |
ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
وَصَلَّى حَزَقِيَّا إِلَى ٱلرَّبِّ قَائِلًا: | ١٥ 15 |
ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,
«يَارَبَّ ٱلْجُنُودِ، إِلَهَ إِسْرَائِيلَ ٱلْجَالِسَ فَوْقَ ٱلْكَرُوبِيمِ، أَنْتَ هُوَ ٱلْإِلَهُ وَحْدَكَ لِكُلِّ مَمَالِكِ ٱلْأَرْضِ. أَنْتَ صَنَعْتَ ٱلسَّمَاوَاتِ وَٱلْأَرْضَ. | ١٦ 16 |
“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
أَمِلْ يَارَبُّ أُذُنَكَ وَٱسْمَعِ. ٱفْتَحْ يَارَبُّ عَيْنَيْكَ وَٱنْظُرْ، وَٱسْمَعْ كُلَّ كَلَامِ سَنْحَارِيبَ ٱلَّذِي أَرْسَلَهُ لِيُعَيِّرَ ٱللهَ ٱلْحَيَّ. | ١٧ 17 |
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ।
حَقًّا يَارَبُّ إِنَّ مُلُوكَ أَشُّورَ قَدْ خَرَّبُوا كُلَّ ٱلْأُمَمِ وَأَرْضَهُمْ، | ١٨ 18 |
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି
وَدَفَعُوا آلِهَتَهُمْ إِلَى ٱلنَّارِ، لِأَنَّهُمْ لَيْسُوا آلِهَةً بَلْ صَنْعَةُ أَيْدِي ٱلنَّاسِ، خَشَبٌ وَحَجَرٌ، فَأَبَادُوهُمْ. | ١٩ 19 |
ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।
وَٱلْآنَ أَيُّهَا ٱلرَّبُّ إِلَهُنَا خَلِّصْنَا مِنْ يَدِهِ، فَتَعْلَمَ مَمَالِكُ ٱلْأَرْضِ كُلِّهَا أَنَّكَ أَنْتَ ٱلرَّبُّ وَحْدَكَ». | ٢٠ 20 |
ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
فَأَرْسَلَ إِشَعْيَاءُ بْنُ آمُوصَ إِلَى حَزَقِيَّا قَائِلًا: «هَكَذَا يَقُولُ ٱلرَّبُّ إِلَهُ إِسْرَائِيلَ ٱلَّذِي صَلَّيْتَ إِلَيْهِ مِنْ جِهَةِ سَنْحَارِيبَ مَلِكِ أَشُّورَ: | ٢١ 21 |
ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
هَذَا هُوَ ٱلْكَلَامُ ٱلَّذِي تَكَلَّمَ بِهِ ٱلرَّبُّ عَلَيْهِ: اِحْتَقَرَتْكَ. ٱسْتَهْزَأَتْ بِكَ ٱلْعَذْرَاءُ ٱبْنَةُ صِهْيَوْنَ. نَحْوَكَ أَنْغَضَتِ ٱبْنَةُ أُورُشَلِيمَ رَأْسَهَا. | ٢٢ 22 |
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
مَنْ عَيَّرْتَ وَجَدَّفْتَ، وَعَلَى مَنْ عَلَّيْتَ صَوْتًا، وَقَدْ رَفَعْتَ إِلَى ٱلْعَلَاءِ عَيْنَيْكَ؟ عَلَى قُدُّوسِ إِسْرَائِيلَ! | ٢٣ 23 |
ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
عَنْ يَدِ عَبِيدِكَ عَيَّرْتَ ٱلسَّيِّدَ، وَقُلْتَ: بِكَثْرَةِ مَرْكَبَاتِي قَدْ صَعِدْتُ إِلَى عُلُوِّ ٱلْجِبَالِ، عِقَابِ لُبْنَانَ، فَأَقْطَعُ أَرْزَهُ ٱلطَّوِيلَ وَأَفْضَلَ سَرْوِهِ، وَأَدْخُلُ أَقْصَى عُلُوِّهِ، وَعْرَ كَرْمَلِهِ. | ٢٤ 24 |
ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
أَنَا قَدْ حَفَرْتُ وَشَرِبْتُ مِيَاهًا، وَأُنَشِّفُ بِبَطْنِ قَدَمِي جَمِيعَ خُلْجَانِ مِصْرَ. | ٢٥ 25 |
ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।
أَلَمْ تَسْمَعْ؟ مُنْذُ ٱلْبَعِيدِ صَنَعْتُهُ. مُنْذُ ٱلْأَيَّامِ ٱلْقَدِيمَةِ صَوَّرْتُهُ. ٱلْآنَ أَتَيْتُ بِهِ. فَتَكُونُ لِتَخْرِيبِ مُدُنٍ مُحَصَّنَةٍ حَتَّى تَصِيرَ رَوَابِيَ خَرِبَةً. | ٢٦ 26 |
କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।
فَسُكَّانُهَا قِصَارُ ٱلْأَيْدِي قَدِ ٱرْتَاعُوا وَخَجِلُوا. صَارُوا كَعُشْبِ ٱلْحَقْلِ وَكَٱلنَّبَاتِ ٱلْأَخْضَرِ، كَحَشِيشِ ٱلسُّطُوحِ، وَكَٱلْمَلْفُوحِ قَبْلَ نُمُوِّهِ. | ٢٧ 27 |
ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
وَلَكِنَّنِي عَالِمٌ بِجُلُوسِكَ وَخُرُوجِكَ وَدُخُولِكَ وَهَيَجَانِكَ عَلَيَّ. | ٢٨ 28 |
ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
لِأَنَّ هَيَجَانَكَ عَلَيَّ وَعَجْرَفَتَكَ قَدْ صَعِدَا إِلَى أُذُنَيَّ، أَضَعُ خِزَامَتِي فِي أَنْفِكَ وَشَكِيمَتِي فِي شَفَتَيْكَ، وَأَرُدُّكَ فِي ٱلطَّرِيقِ ٱلَّذِي جِئْتَ فِيهِ. | ٢٩ 29 |
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
«وَهَذِهِ لَكَ ٱلْعَلَامَةُ: تَأْكُلُونَ هَذِهِ ٱلسَّنَةَ زِرِّيعًا، وَفِي ٱلسَّنَةِ ٱلثَّانِيَةِ خِلْفَةً، وَأَمَّا ٱلسَّنَةُ ٱلثَّالِثَةُ فَفِيهَا تَزْرَعُونَ وَتَحْصِدُونَ، وَتَغْرِسُونَ كُرُومًا وَتَأْكُلُونَ أَثْمَارَهَا. | ٣٠ 30 |
ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
وَيَعُودُ ٱلنَّاجُونَ مِنْ بَيْتِ يَهُوذَا ٱلْبَاقُونَ يَتَأَصَّلُونَ إِلَى أَسْفَلَ، وَيَصْنَعُونَ ثَمَرًا إِلَى مَا فَوْقُ. | ٣١ 31 |
ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
لِأَنَّهُ مِنْ أُورُشَلِيمَ تَخْرُجُ بَقِيَّةٌ، وَنَاجُونَ مِنْ جَبَلِ صِهْيَوْنَ. غَيْرَةُ رَبِّ ٱلْجُنُودِ تَصْنَعُ هَذَا. | ٣٢ 32 |
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ; ସୈନ୍ୟାଧିପତି ସଦାପ୍ରଭୁଙ୍କର ଉଦ୍ଯୋଗ ଏହା ସିଦ୍ଧ କରିବ।
«لِذَلِكَ هَكَذَا يَقُولُ ٱلرَّبُّ عَنْ مَلِكِ أَشُّورَ: لَا يَدْخُلُ هَذِهِ ٱلْمَدِينَةَ، وَلَا يَرْمِي هُنَاكَ سَهْمًا، وَلَا يَتَقَدَّمُ عَلَيْهَا بِتُرْسٍ، وَلَا يُقِيمُ عَلَيْهَا مِتْرَسَةً. | ٣٣ 33 |
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
فِي ٱلطَّرِيقِ ٱلَّذِي جَاءَ فِيهِ يَرْجِعُ، وَإِلَى هَذِهِ ٱلْمَدِينَةِ لَا يَدْخُلُ، يَقُولُ ٱلرَّبُّ. | ٣٤ 34 |
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।
وَأُحَامِي عَنْ هَذِهِ ٱلْمَدِينَةِ لِأُخَلِّصَهَا مِنْ أَجْلِ نَفْسِي، وَمِنْ أَجْلِ دَاوُدَ عَبْدِي». | ٣٥ 35 |
କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”
فَخَرَجَ مَلَاكُ ٱلرَّبِّ وَضَرَبَ مِنْ جَيْشِ أَشُّورَ مِئَةً وَخَمْسَةً وَثَمَانِينَ أَلْفًا. فَلَمَّا بَكَّرُوا صَبَاحًا إِذَا هُمْ جَمِيعًا جُثَثٌ مَيِّتَةٌ. | ٣٦ 36 |
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
فَٱنْصَرَفَ سَنْحَارِيبُ مَلِكُ أَشُّورَ وَذَهَبَ رَاجِعًا وَأَقَامَ فِي نِينَوَى. | ٣٧ 37 |
ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
وَفِيمَا هُوَ سَاجِدٌ فِي بَيْتِ نِسْرُوخَ إِلَهِهِ ضَرَبَهُ أَدْرَمَّلَكُ وَشَرْآصَرُ ٱبْنَاهُ بِٱلسَّيْفِ، وَنَجَوَا إِلَى أَرْضِ أَرَارَاطَ. وَمَلَكَ أَسَرْحَدُّونَ ٱبْنُهُ عِوَضًا عَنْهُ. | ٣٨ 38 |
ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।