< إِشَعْيَاءَ 48 >
«اِسْمَعُوا هَذَا يَا بَيْتَ يَعْقُوبَ، ٱلْمَدْعُوِّينَ بِٱسْمِ إِسْرَائِيلَ، ٱلَّذِينَ خَرَجُوا مِنْ مِيَاهِ يَهُوذَا، ٱلْحَالِفِينَ بِٱسْمِ ٱلرَّبِّ، وَٱلَّذِينَ يَذْكُرُونَ إِلَهَ إِسْرَائِيلَ، لَيْسَ بِٱلصِّدْقِ وَلَا بِٱلْحَقِّ! | ١ 1 |
ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
فَإِنَّهُمْ يُسَمَّوْنَ مِنْ مَدِينَةِ ٱلْقُدْسِ وَيُسْنَدُونَ إِلَى إِلَهِ إِسْرَائِيلَ. رَبُّ ٱلْجُنُودِ ٱسْمُهُ. | ٢ 2 |
କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
بِٱلْأَوَّلِيَّاتِ مُنْذُ زَمَانٍ أَخْبَرْتُ، وَمِنْ فَمِي خَرَجَتْ وَأَنْبَأْتُ بِهَا. بَغْتَةً صَنَعْتُهَا فَأَتَتْ. | ٣ 3 |
“ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେହି ସବୁ ଘଟିଲା।
لِمَعْرِفَتِي أَنَّكَ قَاسٍ، وَعَضَلٌ مِنْ حَدِيدٍ عُنُقُكَ، وَجَبْهَتُكَ نُحَاسٌ، | ٤ 4 |
ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
أَخْبَرْتُكَ مُنْذُ زَمَانٍ. قَبْلَمَا أَتَتْ أَنْبَأْتُكَ، لِئَلَّا تَقُولَ: صَنَمِي قَدْ صَنَعَهَا، وَمَنْحُوتِي وَمَسْبُوكِي أَمَرَ بِهَا. | ٥ 5 |
ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।
قَدْ سَمِعْتَ فَٱنْظُرْ كُلَّهَا. وَأَنْتُمْ أَلَا تُخْبِرُونَ؟ قَدْ أَنْبَأْتُكَ بِحَدِيثَاتٍ مُنْذُ ٱلْآنَ، وَبِمَخْفِيَّاتٍ لَمْ تَعْرِفْهَا. | ٦ 6 |
ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।
ٱلْآنَ خُلِقَتْ وَلَيْسَ مُنْذُ زَمَانٍ، وَقَبْلَ ٱلْيَوْمِ لَمْ تَسْمَعْ بِهَا، لِئَلَّا تَقُولَ: هَأَنَذَا قَدْ عَرَفْتُهَا. | ٧ 7 |
ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।
لَمْ تَسْمَعْ وَلَمْ تَعْرِفْ، وَمُنْذُ زَمَانٍ لَمْ تَنْفَتِحْ أُذُنُكَ، فَإِنِّي عَلِمْتُ أَنَّكَ تَغْدُرُ غَدْرًا، وَمِنَ ٱلْبَطْنِ سُمِّيتَ عَاصِيًا. | ٨ 8 |
ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
مِنْ أَجْلِ ٱسْمِي أُبَطِّئُ غَضَبِي، وَمِنْ أَجْلِ فَخْرِي أُمْسِكُ عَنْكَ حَتَّى لَا أَقْطَعَكَ. | ٩ 9 |
ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
هَأَنَذَا قَدْ نَقَّيْتُكَ وَلَيْسَ بِفِضَّةٍ. ٱخْتَرْتُكَ فِي كُورِ ٱلْمَشَقَّةِ. | ١٠ 10 |
ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
مِنْ أَجْلِ نَفْسِي، مِنْ أَجْلِ نَفْسِي أَفْعَلُ. لِأَنَّهُ كَيْفَ يُدَنَّسُ ٱسْمِي؟ وَكَرَامَتِي لَا أُعْطِيهَا لِآخَرَ. | ١١ 11 |
ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
«اِسْمَعْ لِي يَا يَعْقُوبُ، وَإِسْرَائِيلُ ٱلَّذِي دَعَوْتُهُ: أَنَا هُوَ. أَنَا ٱلْأَوَّلُ وَأَنَا ٱلْآخِرُ، | ١٢ 12 |
ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
وَيَدِي أَسَّسَتِ ٱلْأَرْضَ، وَيَمِينِي نَشَرَتِ ٱلسَّمَاوَاتِ. أَنَا أَدْعُوهُنَّ فَيَقِفْنَ مَعًا. | ١٣ 13 |
ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”
اِجْتَمِعُوا كُلُّكُمْ وَٱسْمَعُوا. مَنْ مِنْهُمْ أَخْبَرَ بِهَذِهِ؟ قَدْ أَحَبَّهُ ٱلرَّبُّ. يَصْنَعُ مَسَرَّتَهُ بِبَابِلَ، وَيَكُونُ ذِرَاعُهُ عَلَى ٱلْكَلْدَانِيِّينَ. | ١٤ 14 |
“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
أَنَا أَنَا تَكَلَّمْتُ وَدَعَوْتُهُ. أَتَيْتُ بِهِ فَيَنْجَحُ طَرِيقُهُ. | ١٥ 15 |
ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
تَقَدَّمُوا إِلَيَّ. ٱسْمَعُوا هَذَا: لَمْ أَتَكَلَّمْ مِنَ ٱلْبَدْءِ فِي ٱلْخَفَاءِ. مُنْذُ وُجُودِهِ أَنَا هُنَاكَ» وَٱلْآنَ ٱلسَّيِّدُ ٱلرَّبُّ أَرْسَلَنِي وَرُوحُهُ. | ١٦ 16 |
ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
هَكَذَا يَقُولُ ٱلرَّبُّ فَادِيكَ قُدُّوسُ إِسْرَائِيلَ: «أَنَا ٱلرَّبُّ إِلَهُكَ مُعَلِّمُكَ لِتَنْتَفِعَ، وَأُمَشِّيكَ فِي طَرِيقٍ تَسْلُكُ فِيهِ. | ١٧ 17 |
ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
لَيْتَكَ أَصْغَيْتَ لِوَصَايَايَ، فَكَانَ كَنَهْرٍ سَلَامُكَ وَبِرُّكَ كَلُجَجِ ٱلْبَحْرِ. | ١٨ 18 |
ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
وَكَانَ كَٱلرَّمْلِ نَسْلُكَ، وَذُرِّيَّةُ أَحْشَائِكَ كَأَحْشَائِهِ. لَا يَنْقَطِعُ وَلَا يُبَادُ ٱسْمُهُ مِنْ أَمَامِي. | ١٩ 19 |
ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”
«اُخْرُجُوا مِنْ بَابِلَ، ٱهْرُبُوا مِنْ أَرْضِ ٱلْكَلْدَانِيِّينَ. بِصَوْتِ ٱلتَّرَنُّمِ أَخْبِرُوا. نَادُوا بِهَذَا. شَيِّعُوهُ إِلَى أَقْصَى ٱلْأَرْضِ. قُولُوا: قَدْ فَدَى ٱلرَّبُّ عَبْدَهُ يَعْقُوبَ. | ٢٠ 20 |
ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
وَلَمْ يَعْطَشُوا فِي ٱلْقِفَارِ ٱلَّتِي سَيَّرَهُمْ فِيهَا. أَجْرَى لَهُمْ مِنَ ٱلصَّخْرِ مَاءً، وَشَقَّ ٱلصَّخْرَ فَفَاضَتِ ٱلْمِيَاهُ. | ٢١ 21 |
ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
لَا سَلَامَ، قَالَ ٱلرَّبُّ لِلْأَشْرَارِ». | ٢٢ 22 |
ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”