< مَتَّى 15 >
حِينَئِذٍ جَاءَ إِلَى يَسُوعَ كَتَبَةٌ وَفَرِّيسِيُّونَ ٱلَّذِينَ مِنْ أُورُشَلِيمَ قَائِلِينَ: | ١ 1 |
ସେହି ସମୟରେ ଯିରୂଶାଲମ ସହରରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
«لِمَاذَا يَتَعَدَّى تَلَامِيذُكَ تَقْلِيدَ ٱلشُّيُوخِ، فَإِنَّهُمْ لَا يَغْسِلُونَ أَيْدِيَهُمْ حِينَمَا يَأْكُلُونَ خُبْزًا؟». | ٢ 2 |
ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।
فَأَجَابَ وَقَالَ لَهُمْ: «وَأَنْتُمْ أَيْضًا، لِمَاذَا تَتَعَدَّوْنَ وَصِيَّةَ ٱللهِ بِسَبَبِ تَقْلِيدِكُمْ؟ | ٣ 3 |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ବରଙ୍କ ଆଜ୍ଞା ଅମାନ୍ୟ କର?
فَإِنَّ ٱللهَ أَوْصَى قَائِلًا: أَكْرِمْ أَبَاكَ وَأُمَّكَ، وَمَنْ يَشْتِمْ أَبًا أَوْ أُمًّا فَلْيَمُتْ مَوْتًا. | ٤ 4 |
ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
وَأَمَّا أَنْتُمْ فَتَقُولُونَ: مَنْ قَالَ لِأَبِيهِ أَوْ أُمِّهِ: قُرْبَانٌ هُوَ ٱلَّذِي تَنْتَفِعُ بِهِ مِنِّي. فَلَا يُكْرِمُ أَبَاهُ أَوْ أُمَّهُ. | ٥ 5 |
କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋʼଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାଆନ୍ତ, ସେ ସବୁ ‘ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,’
فَقَدْ أَبْطَلْتُمْ وَصِيَّةَ ٱللهِ بِسَبَبِ تَقْلِيدِكُمْ! | ٦ 6 |
‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
يَا مُرَاؤُونَ! حَسَنًا تَنَبَّأَ عَنْكُمْ إِشَعْيَاءُ قَائِلًا: | ٧ 7 |
ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି,
يَقْتَرِبُ إِلَيَّ هَذَا ٱلشَّعْبُ بِفَمِهِ، وَيُكْرِمُنِي بِشَفَتَيْهِ، وَأَمَّا قَلْبُهُ فَمُبْتَعِدٌ عَنِّي بَعِيدًا. | ٨ 8 |
‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
وَبَاطِلًا يَعْبُدُونَنِي وَهُمْ يُعَلِّمُونَ تَعَالِيمَ هِيَ وَصَايَا ٱلنَّاسِ». | ٩ 9 |
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’”
ثُمَّ دَعَا ٱلْجَمْعَ وَقَالَ لَهُمُ: «ٱسْمَعُوا وَٱفْهَمُوا. | ١٠ 10 |
ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, “ଶୁଣ ଓ ବୁଝ;
لَيْسَ مَا يَدْخُلُ ٱلْفَمَ يُنَجِّسُ ٱلْإِنْسَانَ، بَلْ مَا يَخْرُجُ مِنَ ٱلْفَمِ هَذَا يُنَجِّسُ ٱلْإِنْسَانَ». | ١١ 11 |
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।”
حِينَئِذٍ تَقَدَّمَ تَلَامِيذُهُ وَقَالُوا لَهُ: «أَتَعْلَمُ أَنَّ ٱلْفَرِّيسِيِّينَ لَمَّا سَمِعُوا ٱلْقَوْلَ نَفَرُوا؟». | ١٢ 12 |
ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି?
فَأَجَابَ وَقَالَ: «كُلُّ غَرْسٍ لَمْ يَغْرِسْهُ أَبِي ٱلسَّمَاوِيُّ يُقْلَعُ. | ١٣ 13 |
କିନ୍ତୁ ଯୀଶୁ ଉତ୍ତର ଦେଲେ, “ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାନ୍ତି, ସେ ସବୁ ଉତ୍ପାଟିତ ହେବ।
اُتْرُكُوهُمْ. هُمْ عُمْيَانٌ قَادَةُ عُمْيَانٍ. وَإِنْ كَانَ أَعْمَى يَقُودُ أَعْمَى يَسْقُطَانِ كِلَاهُمَا فِي حُفْرَةٍ». | ١٤ 14 |
ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”
فَأَجَابَ بُطْرُسُ وَقَالَ لَهُ: «فَسِّرْ لَنَا هَذَا ٱلْمَثَلَ». | ١٥ 15 |
ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ।
فَقَالَ يَسُوعُ: «هَلْ أَنْتُمْ أَيْضًا حَتَّى ٱلْآنَ غَيْرُ فَاهِمِينَ؟ | ١٦ 16 |
ଯୀଶୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଅବୋଧ?”
أَلَا تَفْهَمُونَ بَعْدُ أَنَّ كُلَّ مَا يَدْخُلُ ٱلْفَمَ يَمْضِي إِلَى ٱلْجَوْفِ وَيَنْدَفِعُ إِلَى ٱلْمَخْرَجِ؟ | ١٧ 17 |
“ଯାହା କିଛି ମୁଖରେ ପ୍ରବେଶ କରେ, ତାହା ପେଟକୁ ଯାଇ ଶୌଚ ଦ୍ୱାରା ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?
وَأَمَّا مَا يَخْرُجُ مِنَ ٱلْفَمِ فَمِنَ ٱلْقَلْبِ يَصْدُرُ، وَذَاكَ يُنَجِّسُ ٱلْإِنْسَانَ، | ١٨ 18 |
କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ।
لِأَنْ مِنَ ٱلْقَلْبِ تَخْرُجُ أَفْكَارٌ شِرِّيرَةٌ: قَتْلٌ، زِنىً، فِسْقٌ، سِرْقَةٌ، شَهَادَةُ زُورٍ، تَجْدِيفٌ. | ١٩ 19 |
କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
هَذِهِ هِيَ ٱلَّتِي تُنَجِّسُ ٱلْإِنْسَانَ. وَأَمَّا ٱلْأَ كْلُ بِأَيْدٍ غَيْرِ مَغْسُولَةٍ فَلَا يُنَجِّسُ ٱلْإِنْسَانَ». | ٢٠ 20 |
ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ।”
ثُمَّ خَرَجَ يَسُوعُ مِنْ هُنَاكَ وَٱنْصَرَفَ إِلَى نَوَاحِي صُورَ وَصَيْدَاءَ. | ٢١ 21 |
ଯୀଶୁ ସେହି ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।
وَإِذَا ٱمْرَأَةٌ كَنْعَانِيَّةٌ خَارِجَةٌ مِنْ تِلْكَ ٱلتُّخُومِ صَرَخَتْ إِلَيْهِ قَائِلَةً: «ٱرْحَمْنِي، يا سَيِّدُ، يا ٱبْنَ دَاوُدَ! اِبْنَتِي مَجْنُونَةٌ جِدًّا». | ٢٢ 22 |
ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।
فَلَمْ يُجِبْهَا بِكَلِمَةٍ. فَتَقَدَّمَ تَلَامِيذُهُ وَطَلَبُوا إِلَيْهِ قَائِلِينَ: «ٱصْرِفْهَا، لِأَنَّهَا تَصِيحُ وَرَاءَنَا!». | ٢٣ 23 |
କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।
فَأَجَابَ وَقَالَ: «لَمْ أُرْسَلْ إِلَّا إِلَى خِرَافِ بَيْتِ إِسْرَائِيلَ ٱلضَّالَّةِ». | ٢٤ 24 |
କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”
فَأَتَتْ وَسَجَدَتْ لَهُ قَائِلَةً: «يَا سَيِّدُ، أَعِنِّي!» | ٢٥ 25 |
କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ।
فَأَجَابَ وَقَالَ: «لَيْسَ حَسَنًا أَنْ يُؤْخَذَ خُبْزُ ٱلْبَنِينَ وَيُطْرَحَ لِلْكِلَابِ». | ٢٦ 26 |
ମାତ୍ର ସେ ଉତ୍ତର ଦେଲେ, “ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”
فَقَالَتْ: «نَعَمْ، يا سَيِّدُ! وَٱلْكِلَابُ أَيْضًا تَأْكُلُ مِنَ ٱلْفُتَاتِ ٱلَّذِي يَسْقُطُ مِنْ مَائِدَةِ أَرْبَابِهَا!». | ٢٧ 27 |
କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି।
حِينَئِذٍ أَجَابَ يَسُوعُ وَقَالَ لَهَا: «يَا ٱمْرَأَةُ، عَظِيمٌ إِيمَانُكِ! لِيَكُنْ لَكِ كَمَا تُرِيدِينَ». فَشُفِيَتِ ٱبْنَتُهَا مِنْ تِلْكَ ٱلسَّاعَةِ. | ٢٨ 28 |
ସେଥିରେ ଯୀଶୁ ଉତ୍ତର ଦେଲେ, “ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ।” ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା।
ثُمَّ ٱنْتَقَلَ يَسُوعُ مِنْ هُنَاكَ وَجَاءَ إِلَى جَانِبِ بَحْرِ ٱلْجَلِيلِ، وَصَعِدَ إِلَى ٱلْجَبَلِ وَجَلَسَ هُنَاكَ. | ٢٩ 29 |
ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।
فَجَاءَ إِلَيْهِ جُمُوعٌ كَثِيرَةٌ، مَعَهُمْ عُرْجٌ وَعُمْيٌ وَخُرْسٌ وَشُلٌّ وَآخَرُونَ كَثِيرُونَ، وَطَرَحُوهُمْ عِنْدَ قَدَمَيْ يَسُوعَ. فَشَفَاهُمْ | ٣٠ 30 |
ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ।
حَتَّى تَعَجَّبَ ٱلْجُمُوعُ إِذْ رَأَوْا ٱلْخُرْسَ يَتَكَلَّمُونَ، وَٱلشُّلَّ يَصِحُّونَ، وَٱلْعُرْجَ يَمْشُونَ، وَٱلْعُمْيَ يُبْصِرُونَ. وَمَجَّدُوا إِلَهَ إِسْرَائِيلَ. | ٣١ 31 |
ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।
وَأَمَّا يَسُوعُ فَدَعَا تَلَامِيذَهُ وَقَالَ: «إِنِّي أُشْفِقُ عَلَى ٱلْجَمْعِ، لِأَنَّ ٱلْآنَ لَهُمْ ثَلَاثَةَ أَيَّامٍ يَمْكُثُونَ مَعِي وَلَيْسَ لَهُمْ مَا يَأْكُلُونَ. وَلَسْتُ أُرِيدُ أَنْ أَصْرِفَهُمْ صَائِمِينَ لِئَلَّا يُخَوِّرُوا فِي ٱلطَّرِيقِ». | ٣٢ 32 |
ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।”
فَقَالَ لَهُ تَلَامِيذُهُ: «مِنْ أَيْنَ لَنَا فِي ٱلْبَرِّيَّةِ خُبْزٌ بِهَذَا ٱلْمِقْدَارِ، حَتَّى يُشْبِعَ جَمْعًا هَذَا عَدَدُهُ؟». | ٣٣ 33 |
ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା?
فَقَالَ لَهُمْ يَسُوعُ: «كَمْ عِنْدَكُمْ مِنَ ٱلْخُبْزِ؟». فَقَالُوا: «سَبْعَةٌ وَقَلِيلٌ مِنْ صِغَارِ ٱلسَّمَكِ». | ٣٤ 34 |
ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ।
فَأَمَرَ ٱلْجُمُوعَ أَنْ يَتَّكِئُوا عَلَى ٱلْأَرْضِ، | ٣٥ 35 |
ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ,
وَأَخَذَ ٱلسَّبْعَ خُبْزَاتٍ وَٱلسَّمَكَ، وَشَكَرَ وَكَسَّرَ وَأَعْطَى تَلَامِيذَهُ، وَٱلتَّلَامِيذُ أَعْطَوْا ٱلْجَمْعَ. | ٣٦ 36 |
ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।
فَأَكَلَ ٱلْجَمِيعُ وَشَبِعُوا. ثُمَّ رَفَعُوا مَا فَضَلَ مِنَ ٱلْكِسَرِ سَبْعَةَ سِلَالٍ مَمْلُوءَةٍ، | ٣٧ 37 |
ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।
وَٱلْآكِلُونَ كَانُوا أَرْبَعَةَ آلَافِ رَجُلٍ مَا عَدَا ٱلنِّسَاءَ وَٱلْأَوْلَادَ. | ٣٨ 38 |
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ।
ثُمَّ صَرَفَ ٱلْجُمُوعَ وَصَعِدَ إِلَى ٱلسَّفِينَةِ وَجَاءَ إِلَى تُخُومِ مَجْدَلَ. | ٣٩ 39 |
ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ।