< المَزامِير 131 >
تَرْنِيمَةُ الْمَصَاعِدِ. لِدَاوُدَ يَا رَبُّ لَمْ يَشْمَخْ قَلْبِي وَلَا اسْتَعْلَتْ عَيْنَايَ وَلَا حَفَلْتُ بِالْعَظَائِمِ وَمَا يَفُوقُ إِدْرَاكِي. | ١ 1 |
ଆରୋହଣ ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
وَلَكِنِّي سَكَّنْتُ نَفْسِي وَهَدَّأْتُهَا، فَصَارَ قَلْبِي مُطْمَئِنّاً كَطِفْلٍ مَفْطُومٍ مُسْتَسْلِمٍ بَيْنَ ذِرَاعَيْ أُمِّهِ | ٢ 2 |
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
لِيَتَرَجَّ إِسْرَائِيلُ الرَّبَّ مِنَ الآنَ وَإِلَى الأَبَدِ. | ٣ 3 |
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କଠାରେ ଭରସା ରଖ।