< ԾՆՆԴՈՑ 24 >
1 Աբրահամը ծերացել էր, տարիքն առել: Եւ Տէրն օրհնեց Աբրահամին ըստ ամենայնի:
ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।
2 Աբրահամն ասաց իր տան աւագագոյն ծառային՝ իր ամբողջ ունեցուածքի կառավարչին. «Ձեռքդ դի՛ր իմ ազդրի տակ եւ
ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;
3 քեզ երդուեցնեմ Տիրոջ՝ երկնքի Աստծու եւ երկրի Աստծու անունով, որ իմ որդի Իսահակի համար կին չես առնի քանանացիների դուստրերից (որոնց մէջ եմ բնակւում ես),
ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
4 այլ կը գնաս այն երկիրը, որտեղ ծնուել եմ, իմ տունը, եւ այնտեղից իմ որդի Իսահակի համար կին կ՚առնես»:
ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।”
5 Ծառան նրան պատասխանեց. «Գուցէ կինը չցանկանայ ինձ հետ գալ այս երկիրը: Այդ դէպքում ես տանե՞մ քո որդուն այն երկիրը, որտեղ ծնուել ես դու»:
ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?”
6 Աբրահամն ասաց. «Զգո՛յշ եղիր, իմ որդուն այնտեղ չվերադարձնես:
ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋʼ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”
7 Երկնքի Տէր Աստուածը եւ երկրի Տէր Աստուածը, որն ինձ հանեց իմ հօր տնից ու այն երկրից, ուր ծնուել եմ, որը խօսեց ինձ հետ, երդուեց ինձ ու ասաց, թէ՝ «Քո սերունդներին եմ տալու այդ երկիրը», նա իր հրեշտակին կ՚ուղարկի քո առաջ, եւ այնտեղից կին կ՚առնես իմ որդի Իսահակի համար:
“ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
8 Իսկ եթէ կինը չուզենայ քեզ հետ գալ այս երկիրը, քո տուած երդումից անպարտ համարուես, միայն թէ իմ որդուն այնտեղ չվերադարձնես»:
ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।”
9 Աբրահամի ծառան ձեռքը դրեց իր տիրոջ ազդրի տակ եւ երդուեց նրան այդ բանի համար:
ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।
10 Ծառան առաւ իր տիրոջ ուղտերից տասը ուղտ եւ գնաց՝ իր հետ ունենալով իր տիրոջ բոլոր բարիքներից: Նա ելաւ գնաց Միջագետք, Նաքորի քաղաքը:
ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍ ଦେଶର ନାହୋର ନଗରକୁ ଯାତ୍ରା କଲା।
11 Երեկոյեան ուղտերին նստեցրեց քաղաքից դուրս, ջրհորի մօտ այն պահին, երբ ջրուորը դուրս է գալիս ջրի:
ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।
12 Նա ասաց. «Իմ տէր Աբրահամի Տէր Աստուած, այսօր ինձ յաջողութիւն պարգեւի՛ր եւ ողորմի՛ր իմ տէր Աբրահամին:
ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।
13 Ահա ես ջրի աղբիւրի մօտ եմ, եւ այս քաղաքի բնակիչների դուստրերը գալիս են ջուր հանելու:
ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;
14 Թող լինի մի կոյս, որին ասեմ՝ «Թեքի՛ր սափորդ, որ խմեմ», իսկ նա ինձ պատասխանի՝ «Խմի՛ր, քո ուղտերին էլ ջուր կը տամ, մինչեւ որ յագենան խմելուց»: Թող նրան էլ նախատեսած լինես քո ծառայ Իսահակի համար, եւ դրանով էլ իմանամ, որ բարեհաճ ես եղել իմ տէր Աբրահամի նկատմամբ»:
ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”
15 Նա մտքում դեռ չէր վերջացրել իր խօսքը, երբ եկաւ Ռեբեկան, որը Աբրահամի եղբայր Նաքորի Մեղքա կնոջ որդի Բաթուէլի դուստրն էր: Նա ուսին սափոր ունէր:
ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।
16 Կոյսը դէմքով շատ գեղեցիկ էր, մի աղջիկ, որին դեռ տղամարդ չէր մօտեցել: Նա իջաւ աղբիւրի մօտ, լցրեց իր սափորն ու ելաւ:
ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,
17 Ծառան ընդառաջ գնաց նրան ու ասաց. «Այդ սափորից ինձ մի քիչ ջո՛ւր տուր խմելու»:
ଏପରି ସମୟରେ ସେହି ଦାସ ଦୌଡ଼ିଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”
18 Նա պատասխանեց. «Խմի՛ր, տէ՛ր»: Նա իր սափորը փութով իջեցրեց իր թեւերի վրայ,
ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।
19 ջուր տուեց նրան, մինչեւ որ դադարեց խմելուց: Ապա աւելացրեց. «Քո ուղտերի համար էլ ջուր կը հանեմ, այնքան, որ բոլորն էլ յագենան»:
ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”
20 Նա սափորի ջուրն իսկոյն թափեց գուռի մէջ եւ նորից գնաց ջրհորը՝ ջուր հանելու: Նա նրա բոլոր ուղտերի համար ջուր հանեց:
ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।
21 Մարդն ուշադիր հետեւում էր նրան ու լուռ մտածում, թէ Տէրը կը յաջողեցնի՞ իր գործը, թէ՞ ոչ:
ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।
22 Երբ բոլոր ուղտերը յագեցան, մարդը նրան տուեց ոսկէ գինդեր՝ իւրաքանչիւրը մէկ դահեկանի քաշով, եւ տասը դահեկանի քաշով երկու ապարանջան դրեց նրա ձեռքերին:
ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,
23 Նա հարցրեց նրան ու ասաց. «Ու՞մ դուստրն ես դու, յայտնի՛ր ինձ, քո տանը մեզ համար իջեւանելու տեղ կա՞յ»:
“ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି?”
24 Սա պատասխանեց նրան. «Ես Մեղքայի եւ Նաքորի որդի Բաթուէլի դուստրն եմ»:
ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”
25 Ապա աւելացրեց. «Յարդ ու խոտ շատ ունենք, նաեւ իջեւանելու տեղ»:
ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”
26 Մարդն ուրախացաւ, երկրպագեց Աստծուն եւ ասաց.
ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,
27 «Օրհնեալ է իմ տէր Աբրահամի Տէր Աստուածը, որ իմ տիրոջը չզրկեց իր արդարութիւնից ու ճշմարտութիւնից: Տէրն ինձ յաջողութիւն պարգեւեց իմ տիրոջ եղբօր տանը»:
“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
28 Գնաց աղջիկն ու կատարուածի մասին պատմեց իր մօր տանը:
ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।
29 Ռեբեկան ունէր Լաբան անունով մի եղբայր: Լաբանը գնաց դուրս՝ դէպի աղբիւրը, այդ մարդու մօտ:
ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।
30 Երբ նա տեսաւ գինդերն ու իր քրոջ ձեռքերի ապարանջանները, եւ իր քոյր Ռեբեկայից լսած լինելով, թէ՝ «Այսպէս խօսեց ինձ հետ այդ մարդը»,
ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
31 մօտեցաւ մարդուն, որ դեռ կանգնած էր իր ուղտերի կողքին, աղբիւրի մօտ, եւ ասաց նրան. «Արի տուն մտի՛ր, Տիրոջով օրհնեալ, ինչո՞ւ ես մնացել դրսում: Ես քեզ համար տուն եւ քո ուղտերի համար տեղ եմ պատրաստել»:
“ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”
32 Մարդը մտաւ տուն, իսկ Լաբանը ուղտերի վրայից հանեց թամբերը: Ուղտերին յարդ ու խոտ տուեցին եւ ջուր՝ նրա ու նրա հետ եկածների ոտքերը լուալու համար:
ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।
33 Նրանց առաջ հաց դրեցին, որ ուտեն: Ծառան ասաց. «Չեմ ուտի, մինչեւ չասեմ ասելիքս»: Նրանք ասացին. «Խօսի՛ր»:
ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”
34 Նա ասաց. «Ես Աբրահամի ծառան եմ:
ତେବେ ସେ କହିଲା, “ମୁଁ ଅବ୍ରହାମଙ୍କର ଦାସ।
35 Տէրը մեծապէս օրհնեց իմ տիրոջը, եւ նա մեծ մարդ դարձաւ: Աստուած նրան արջառ ու ոչխար, արծաթ ու ոսկի, ծառաներ ու աղախիններ, ուղտեր ու էշեր տուեց:
ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।
36 Սառան՝ իմ տիրոջ կինը, ծերունական հասակում գտնուող իմ տիրոջը պարգեւեց մի որդի, որին իմ տէրը յանձնեց այն ամէնը, ինչ ունէր:
ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।
37 Իմ տէրն ինձ երդուեցնելով ասաց. «Իմ որդի Իսահակի համար քանանացիների աղջիկներից կին չառնես, այն քանանացիների, որոնց երկրում ես պանդխտեցի,
ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ‘ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
38 այլ կը գնաս իմ հօր տունը, իմ տոհմի մէջ եւ այնտեղից կին կը բերես իմ որդու համար»:
ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।’
39 Ես իմ տիրոջն ասացի. «Գուցէ կինն ինձ հետ չգայ»:
ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, ‘କେଜାଣି କୌଣସି କନ୍ୟା ମୋʼ ସଙ୍ଗରେ ନ ଆସିବ।’
40 Նա ասաց ինձ. «Իմ Տէր Աստուածը, որի հանդէպ վարուեցի այնպէս, ինչպէս հաճոյ էր նրան, քեզ հետ կ՚ուղարկի իր հրեշտակին, կը յաջողեցնի քո գործը, եւ դու իմ որդու համար կին կ՚առնես իմ ազգից ու իմ հօր տնից:
ତହିଁରେ ସେ କହିଲେ, ‘ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;
41 Ա՛յն ժամանակ դու ազատուած կը լինես իմ նզովքից: Իսկ եթէ գնաս իմ տոհմի մէջ, եւ կին չտան, ինձ տուած երդումից ազատ կը լինես»:
ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’
42 Երբ այսօր աղբիւրի մօտ եկայ, ասացի. «Իմ տէր Աբրահամի Տէր Աստուած, եթէ յաջողեցնելու ես իմ գործը, որի համար ես այժմ եկել եմ,
ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,
43 ահա հասել եմ ջրի աղբիւրի մօտ, եւ քաղաքի մարդկանց դուստրերը գալիս են ջուր հանելու: Եւ այն կոյսը, որին ասեմ, թէ՝ ՚ Քո սափորից մի քիչ ջուր տո՛ւր խմելու»,
ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;
44 եւ նա ասի ինձ, թէ՝ ՚ Խմի՛ր, քո ուղտերի համար էլ ջուր կը հանեմ», նա էլ կը լինի այն կինը, որին նախատեսել է Տէրը իր ծառայ Իսահակի համար, որովհետեւ դրանից էլ կ՚իմանամ, որ բարեհաճ ես եղել իմ տէր Աբրահամի նկատմամբ»:
ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ।’
45 Դեռ իմ մտքում չէի վերջացրել իմ խօսքը, երբ իսկոյն երեւաց Ռեբեկան: Նա իր ուսին սափոր ունէր: Նա իջաւ աղբիւրը եւ ջուր հանեց: Ես ասացի նրան. «Ինձ ջուր տո՛ւր խմելու»:
ଏହି କଥା ମୁଁ ମନେ ମନେ କହୁଥିଲି, ଏଥିମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ‘ବିନୟ କରୁଅଛି, ମୋତେ ଜଳ ପାନ କରାଅ।’
46 Նա իր ուսից փութով իջեցրեց սափորն ու ասաց. «Դու խմի՛ր, յետոյ քո ուղտերին էլ ջուր կը տամ»: Ես խմեցի, եւ նա իմ ուղտերին էլ ջուր տուեց:
ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, ‘ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି;’ ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।
47 Ես նրան հարցրի ու ասացի. «Դու ո՞ւմ դուստրն ես, ասա՛ ինձ»: Նա պատասխանեց. «Ես Մեղքայի եւ Նաքորի որդի Բաթուէլի դուստրն եմ»: Ես գինդեր դրեցի նրա ականջներին, ապարանջաններ՝ նրա ձեռքերին եւ ուրախացայ,
ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, ‘ତୁମ୍ଭେ କାହାର କନ୍ୟା?’ ତହିଁରେ ସେ କହିଲା, ‘ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।’ ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।
48 երկրպագեցի Տիրոջը, օրհնեցի իմ տէր Աբրահամի Տէր Աստծուն, որ յաջողութիւն պարգեւեց իմ ազնիւ գործին՝ իմ տիրոջ եղբօր աղջկան կին առնելու նրա որդու համար:
ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।
49 Արդ, եթէ իմ տիրոջ նկատմամբ շնորհ եւ արդար գործ էք անելու, ասացէ՛ք ինձ:
ଏହେତୁ ତୁମ୍ଭେମାନେ ଯଦି ମୋʼ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।
50 Իսկ եթէ ոչ, ցո՛յց տուէք ինձ, ա՞ջ գնամ, թէ՞ ձախ»: Պատասխան տուեցին Լաբանն ու Բաթուէլը եւ ասացին. «Տէրն է այսպէս կարգադրել, մենք չենք կարող դրական կամ բացասական պատասխան տալ:
ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।
51 Ահա Ռեբեկան առաջդ կանգնած է, ա՛ռ եւ գնա՛: Նա թող լինի քո տիրոջ որդու կինը, ինչպէս կարգադրել է Տէրը»:
ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”
52 Երբ Աբրահամի ծառան լսեց նրանց խօսքերը, երկրպագեց Տիրոջը:
ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା।
53 Ծառան հանեց ոսկէ ու արծաթէ զարդեր եւ զգեստներ, տուեց Ռեբեկային: Նա նուէրներ տուեց նաեւ նրա եղբայրներին ու մօրը:
ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।
54 Կերան ու խմեցին նա եւ այն մարդիկ, որոնք նրա հետ էին, եւ ապա քնեցին: Առաւօտեան վեր կենալով՝ նա ասաց. «Ճանապարհեցէ՛ք ինձ, որ գնամ տիրոջս մօտ»:
ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋʼ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”
55 Ռեբեկայի եղբայրներն ու մայրը ասացին. «Թող աղջիկը մեզ մօտ մնայ մի տասը օր, յետոյ թող գնայ»:
ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”
56 Ծառան ասաց նրանց. «Ինձ մի՛ պահէք, որովհետեւ Տէրը յաջողութիւն է պարգեւել իմ գործին: Թողէ՛ք որ գնամ տիրոջս մօտ»:
ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”
57 Ռեբեկայի եղբայրներն ասացին. «Կանչենք աղջկան եւ նրան հարցնենք»:
ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।”
58 Նրանք կանչեցին Ռեբեկային ու հարցրին. «Կը գնա՞ս այս մարդու հետ»: Նա պատասխանեց. «Կը գնամ»:
ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।”
59 Նրանք ճանապարհեցին իրենց քոյր Ռեբեկային իր ունեցուածքով, ինչպէս նաեւ Աբրահամի ծառային ու նրանց, ովքեր նրա հետ էին:
ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।
60 Նրանք օրհնելով Ռեբեկային՝ ասացին նրան. «Քո՛յր մեր, հազար ու բիւր դառնաս: Քո յետնորդները թող տիրանան քո թշնամիների քաղաքներին»:
ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”
61 Ռեբեկան ու իր նաժիշտները վեր կացան, նստեցին ուղտերի վրայ եւ այդ մարդու հետ ճանապարհ ընկան: Ծառան Ռեբեկային առնելով գնաց:
ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।
62 Իսահակը եկել էր անապատ՝ Տեսիլքի ջրհորի մօտ, որովհետեւ բնակւում էր երկրի հարաւային կողմում:
ସେହି ସମୟରେ ଇସ୍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।
63 Իսահակը երեկոյեան ելաւ դաշտ՝ զբօսնելու: Նա իր աչքերը բարձրացնելով՝ տեսաւ, որ գալիս են տասը ուղտեր:
ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।
64 Աչքերը վեր բարձրացրեց նաեւ Ռեբեկան եւ տեսաւ Իսահակին: Նա անմիջապէս իջաւ ուղտից
ସେତେବେଳେ ରିବିକା ଅନାଇ ଇସ୍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।
65 եւ հարցրեց ծառային. «Ո՞վ է այն մարդը, որ դաշտում մեզ ընդառաջ է գալիս»: Ծառան պատասխանեց. «Նա իմ տէրն է»: Ռեբեկան առաւ քողն ու գցեց իր վրայ:
ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।
66 Ծառան Իսահակին պատմեց այն ամէնը, ինչ արել էր ինքը:
ଏଥିଉତ୍ତାରେ ସେହି ଦାସ ଇସ୍ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।
67 Իսահակը մտաւ իր մօր՝ Սառայի տունը, առաւ Ռեբեկային, եւ սա դարձաւ նրա կինը: Իսահակը սիրեց նրան եւ մխիթարուեց իր մօր՝ Սառայի սգից:
ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।