< ԾՆՆԴՈՑ 27 >
1 Երբ Իսահակը ծերացաւ, եւ վատացաւ նրա աչքի տեսողութիւնը, կանչեց իր աւագ որդի Եսաւին ու ասաց նրան. «Որդեա՛կ իմ»: Սա ասաց. «Այստեղ եմ»:
ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
2 Նա ասաց նրան. «Ահա ես ծերացել եմ եւ չգիտեմ, թէ երբ կը մեռնեմ:
ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।
3 Արդ, ա՛ռ քո զէնքը՝ աղեղն ու կապարճը, գնա՛ դաշտ եւ ինձ համար ո՛րս արա,
ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।
4 ինձ համար պատրաստի՛ր իմ սիրած խորտիկները եւ բե՛ր, մատուցի՛ր ինձ, որ ուտեմ եւ օրհնեմ քեզ, քանի դեռ կենդանի եմ»:
ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”
5 Ռեբեկան լսեց այն, ինչ ասաց Իսահակն իր որդուն: Եսաւը գնաց դաշտ, որ որս անի իր հօր համար,
ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
6 իսկ Ռեբեկան, դիմելով իր որդի Յակոբին, ասաց. «Ես քո հօրից լսեցի այն, ինչ նա ասում էր քո եղբօրը: Նա նրան ասաց.
ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
7 «Ինձ ո՛րս բեր եւ ինձ համար խորտիկներ պատրաստի՛ր, որ ուտեմ եւ օրհնեմ քեզ Տիրոջ առաջ, քանի դեռ կենդանի եմ»:
ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’
8 Արդ, որդեա՛կ իմ, լսի՛ր, թէ ինչ եմ ասում քեզ:
ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।
9 Գնա՛ եւ հօտի միջից ինձ երկու մատղաշ ու ընտիր ուլ բե՛ր, որ դրանցով քո հօր համար նրա սիրած խորտիկները պատրաստեմ:
ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
10 Դու այն կը մատուցես քո հօրը, որ ուտի եւ քեզ օրհնի քո հայրը, քանի դեռ կենդանի է»:
ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
11 Յակոբն ասաց իր մայր Ռեբեկային. «Իմ եղբայր Եսաւը մազոտ մարդ է, իսկ ես՝ լերկ:
ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
12 Գուցէ շօշափի ինձ իմ հայրը, ես խայտառակ լինեմ նրա առաջ, եւ օրհնութեան փոխարէն անէծք թափուի գլխիս»:
ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
13 Մայրը նրան ասաց. «Թող ինձ վրայ լինի այդ անէծքը, որդեա՛կ, միայն թէ լսի՛ր իմ ասածը, գնա դրանք բե՛ր ինձ»:
ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।”
14 Նա գնաց եւ ուլերը բերեց իր մօր մօտ,
ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।
15 իսկ սա նրա հօր սիրած խորտիկները պատրաստեց: Ռեբեկան առաւ աւագ որդու ընտիր պատմուճանը, որ կար իր տանը, հագցրեց իր կրտսեր որդի Յակոբին,
ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
16 ուլի մորթին փաթաթեց նրա թեւերին ու մերկ պարանոցին:
ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
17 Նա իր պատրաստած խորտիկներն ու հացը տուեց իր որդի Յակոբի ձեռքը:
ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।
18 Սա տարաւ դրանք իր հօրն ու ասաց. «Հա՛յր իմ»: Նա ասաց. «Այստեղ եմ»: Հայրը հարցրեց. «Դու ո՞վ ես, որդեա՛կ»:
ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”
19 Յակոբը պատասխանեց հօրը. «Ես Եսաւն եմ՝ քո անդրանիկ որդին: Արեցի այնպէս, ինչպէս ասացիր ինձ: Արի նստի՛ր ու կե՛ր իմ որսից, որ օրհնես ինձ»:
ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
20 Իսահակն ասաց որդուն. «Այդ ինչպէ՞ս է, որ այդքան շուտ որս գտար, որդեա՛կ»: Նա պատասխանեց. «Ինչպէս Աստուած ինքը դրեց իմ առաջ»:
ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”
21 Իսահակն ասաց Յակոբին. «Մօ՛տ արի, որ շօշափեմ քեզ, որդեա՛կ, որպէսզի իմանամ, թէ դո՞ւ ես իմ որդի Եսաւը, թէ՞ ոչ»:
ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
22 Յակոբը մօտեցաւ իր հայր Իսահակին, սա շօշափեց նրան ու ասաց. «Ձայնդ Յակոբի ձայնն է, բայց ձեռքերդ Եսաւի ձեռքերն են»:
ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”
23 Իսահակը չճանաչեց նրան, որովհետեւ նրա ձեռքերը իր եղբայր Եսաւի ձեռքերի նման մազոտ էին: Նա օրհնեց նրան ու ասաց.
ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
24 «Դո՞ւ ես իմ որդի Եսաւը»: Նա պատասխանեց. «Ես եմ»:
ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।”
25 Իսահակն ասաց. «Մատուցի՛ր ինձ, որ ուտեմ քո որսից, որդեա՛կ, որպէսզի օրհնեմ քեզ»: Յակոբը մատուցեց նրան, եւ նա կերաւ: Նրան գինի բերեց, եւ նա խմեց:
ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।
26 Նրա հայր Իսահակը ասաց նրան. «Մօ՛տ արի եւ համբուրի՛ր ինձ, որդեա՛կ»:
ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”
27 Յակոբը մօտեցաւ, համբուրեց նրան: Իսահակն առաւ նրա հագուստի հոտը եւ օրհնելով նրան՝ ասաց. «Իմ որդին Տիրոջ օրհնած բերրի արտի հոտն ունի:
ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;
28 Թող Աստուած քեզ մաս հանի երկնքի ցօղից, երկրի պարարտութիւնից եւ ցորենի ու գինու առատութիւն պարգեւի:
ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
29 Թող քեզ ծառայեն ժողովուրդները, եւ իշխանները թող քեզ երկրպագեն: Քո եղբօր տէրը լինես, թող քեզ երկրպագեն քո հօր որդիները: Ով անիծի քեզ, ինքն անիծեալ թող լինի, իսկ ով օրհնի քեզ, ինքն օրհնեալ թող լինի»:
ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
30 Երբ Իսահակը իր որդի Յակոբին օրհնելը վերջացրեց, եւ Յակոբը գնաց իր հայր Իսահակի մօտից, որսից եկաւ նրա եղբայր Եսաւը:
ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।
31 Սա եւս խորտիկներ պատրաստեց եւ մատուցելով իր հօրը՝ ասաց. «Թող վեր կենայ իմ հայրը, ուտի իր որդու որսից, որպէսզի օրհնի ինձ»:
ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
32 Եսաւի հայր Իսահակը հարցրեց նրան. «Ո՞վ ես դու»: Սա պատասխանեց. «Ես Եսաւն եմ՝ քո անդրանիկ որդին»:
ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”
33 Իսահակը մեծապէս զարմացաւ ու ասաց. «Իսկ այն ո՞վ էր, որ ինձ համար որս որսաց, բերեց մատուցեց, ես կերայ ամենից, երբ դեռ դու չէիր եկել, օրհնեցի նրան, եւ նա թող օրհնեալ լինի»:
ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
34 Երբ Եսաւը լսեց իր հայր Իսահակի խօսքերը, անչափ դառնացաւ, մեծ աղմուկ բարձրացրեց ու ասաց իր հօրը. «Արդ, ի՛նձ էլ օրհնիր, հա՛յր»:
ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
35 Իսահակն ասաց նրան. «Քո եղբայրը եկաւ նենգութեամբ եւ առաւ քեզ համար սահմանուած օրհնութիւնը»:
ତହିଁରେ ଇସ୍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
36 Եսաւն ասաց. «Իրաւամբ նրա անունը Յակոբ է դրուել, որովհետեւ այս երկրորդ անգամն է, որ խաբում է ինձ. նախ խլեց իմ անդրանկութիւնը, իսկ այժմ խլեց ինձ համար սահմանուած օրհնութիւնը»: Եսաւն ասաց իր հօրը. «Եւ ոչ մի օրհնութիւն չթողեցի՞ր ինձ, հա՛յր»:
ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”
37 Պատասխան տուեց Իսահակն ու ասաց նրան. «Քանի որ նրան դարձրի քո տէրը եւ նրա բոլոր եղբայրներին դարձրի նրա ծառաները եւ նրան ապահովեցի ցորենով ու գինով, քե՛զ համար ինչ անեմ, որդեա՛կ»:
ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”
38 Եսաւը հարցրեց հօրը. «Միթէ մէ՞կ օրհնութիւն ունես, հա՛յր. ի՛նձ էլ օրհնիր, հա՛յր»: Երբ Իսահակի սիրտը կսկծաց, Եսաւը բարձրաձայն լաց եղաւ:
ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
39 Նրա հայր Իսահակը պատասխանեց նրան ու ասաց. «Երկրի պարարտութիւնից եւ վերեւից՝ երկնքի ցօղից պիտի լինի քո ապրուստը:
ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
40 Քո սրով պիտի ապրես եւ քո եղբօրը պիտի ծառայես: Բայց պիտի գայ ժամանակ, որ դու պիտի քանդես եւ շպրտես նրա լուծը քո պարանոցից»:
ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”
41 Եսաւը պահում էր Յակոբի նկատմամբ ունեցած ոխը այն օրհնութեան պատճառով, որ իր հայրը տուել էր նրան: Եսաւն ասաց իր մտքում. «Թող մօտենան իմ հօր մահուան սգի օրերը, որ սպանեմ Յակոբին՝ իմ եղբօրը»:
ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
42 Ռեբեկային տեղեկացրին իր աւագ որդի Եսաւի խօսքերը, եւ նա մարդ ուղարկեց, կանչեց իր կրտսեր որդի Յակոբին ու ասաց նրան. «Ահա քո եղբայր Եսաւը սպառնում է սպանել քեզ:
ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
43 Արդ, լսի՛ր իմ խօսքը, որդեա՛կ. ելիր գնա՛ Միջագետք, իմ եղբայր Լաբանի մօտ, Խառան:
ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।
44 Նրա մօտ կ՚ապրես երկար ժամանակ, մինչեւ որ անցնի եղբօրդ զայրոյթն ու ցասումը քո դէմ,
ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;
45 եւ նա մոռանայ այն, ինչ արել ես դու նրան: Յետոյ մարդ կ՚ուղարկեմ, կը կանչեմ քեզ այնտեղից. չլինի թէ ձեր երկուսից էլ զրկուեմ նոյն օրը»:
ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”
46 Ռեբեկան ասաց Իսահակին. «Յոգնել եմ Քետի ցեղի դուստրերից»: Եթէ Յակոբը կին առնի Քետի ցեղի դուստրերից՝ ա՛յս երկրի դուստրերից, էլ ինչո՞ւ եմ ապրում ես»:
ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”