< Birinci Padşahlar 14 >
1 O vaxt Yarovamın oğlu Aviya xəstələndi.
ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।
2 Yarovam arvadına dedi: «Qalx öz qiyafəni elə dəyiş ki, sənin Yarovamın arvadı olduğunu bilməsinlər. Şiloya get, peyğəmbər Axiya oradadır. O mənim barəmdə demişdi ki, bu xalqın padşahı olacağam.
ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି।
3 Əlinə on kömbə çörək, qurabiyələr və bir küpə bal götürüb onun yanına get. Oğlana nə olacağını o sənə bildirəcək».
ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”
4 Yarovamın arvadı belə də etdi: qalxıb Şiloya getdi və Axiyanın evinə gəldi. Axiya artıq görə bilmirdi, çünki qocaldığı üçün gözləri zəifləmişdi.
ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।
5 Rəbb Axiyaya demişdi: «Yarovamın arvadı oğlu barədə səndən soruşmağa gəlir, çünki oğlu xəstədir. O başqa bir qiyafədədir. Sən ona belə-belə deyərsən».
ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”
6 Qadın qapıdan girəndə Axiya onun ayaq səslərini eşidib dedi: «Yarovamın arvadı, içəri gəl! Sən nə üçün qiyafəni dəyişmisən? Mən sənə ağır xəbər söyləmək üçün göndərilmişəm.
ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।
7 Get, Yarovama söylə ki, İsrailin Allahı Rəbb belə deyir: “Mən səni xalqın içindən yüksəldib xalqım İsrailin üzərində hökmran etdim.
ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;
8 Padşahlığı Davudun nəslindən çəkib aldım və sənə verdim. Sən isə qulum Davud kimi olmadın. O, əmrlərimə əməl edib gözümdə yalnız doğru olan işi görmək üçün bütün ürəyi ilə Mənə xidmət edirdi.
ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;
9 Səndən əvvəl olanların hamısından çox pislik etdin. Məni qəzəbləndirmək üçün gedib özünə başqa allahlar, tökmə bütlər düzəltdin və Məni kənara atdın.
ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
10 Bunun üçün Mən Yarovamın nəsli üzərinə bəla gətirəcəyəm. İsraildə Yarovamın nəslindən divar isladan hər kəsi – bütün kişiləri, istər kölə olsun, istər azad, kəsib atacağam və onları peyin yandırılan kimi hamısı tükənənə qədər bütünlüklə yandırıb məhv edəcəyəm.
ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।
11 Yarovamdan şəhərdə ölənləri köpəklər, çöldə ölənləri quşlar yeyəcək, çünki Rəbb belə söylədi”.
ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।’
12 Sən qalxıb evinə get. Şəhərə ayaq basdığın vaxt oğlan öləcək.
ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।
13 Bütün İsraillilər yas tutub onu basdıracaq. Amma Yarovam nəslindən yalnız o, qəbirə gedəcək, çünki İsrailin Allahı Rəbb Yarovamın nəslindən yalnız onda yaxşı bir şey tapmışdır.
ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଇଅଛି।
14 Rəbb Özü üçün İsrail üzərində bir padşah qoyacaq, o da Yarovamın nəslini bu gün kəsib atacaq, hətta indi belə olacaq.
ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହି ଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ? ଏବେ ତାହା ଘଟିବ।
15 Rəbb İsraili suda yellənən bir qamış kimi vuracaq və İsrailliləri atalarına verdiyi bu yaxşı torpaqdan çəkib çıxaracaq, onları Fərat çayının o tərəfinə səpələyəcək, çünki özlərinə Aşera bütləri düzəldərək Rəbbi qəzəbləndirdilər.
କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।
16 Yarovamın etdiyi və İsraillilərə etdirdiyi günahları ucbatından Rəbb İsraildən üz döndərəcək».
ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”
17 Yarovamın arvadı qalxıb getdi və Tirsaya gəldi. Evin astanasına ayaq basdığı vaxt oğlan öldü.
ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।
18 Bütün İsraillilər onu basdırıb yas tutdular. Beləcə Rəbbin Öz qulu peyğəmbər Axiya vasitəsilə söylədiyi sözü yerinə yetdi.
ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।
19 Yarovamın qalan işləri, necə döyüşdüyü və necə padşahlıq etdiyi barədə İsrail padşahlarının salnamələr kitabında yazılmışdır.
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।
20 Yarovam iyirmi iki il padşahlıq etdi. O, ataları ilə uyudu və yerinə oğlu Nadav padşah oldu.
ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍ ତାଙ୍କର ପଦରେ ରାଜ୍ୟ କଲେ।
21 Süleyman oğlu Rexavam Yəhudada padşahlıq etdi. Rexavam padşah olan vaxt qırx bir yaşında idi. O, Rəbbin Öz adını qoymaq üçün İsrailin bütün qəbilələrindən seçdiyi şəhərdə – Yerusəlimdə on yeddi il padşahlıq etdi. Anası Ammonlu olub adı Naama idi.
ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ।
22 Yəhudalılar Rəbbin gözündə pis olan işlər etdilər və atalarının etdiyi bütün günahlardan da çox günah etməklə Rəbdə qısqanclıq oyatdılar.
ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।
23 Onlar da hər yüksək təpə üzərində və hər kölgəli ağac altında özləri üçün səcdəgahlar, sütunlar və Aşera bütləri düzəltdilər.
କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;
24 Ölkədə həm də məbəd fahişəliyi ilə məşğul olan kişilər var idi. Xalq İsrail övladlarının önündən Rəbbin qovduğu millətlərin bütün iyrənc işlərinə görə davrandı.
ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
25 Rexavamın padşahlığının beşinci ilində Misir padşahı Sisaq Yerusəlimə hücum etdi.
ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
26 O, Rəbbin məbədinin və padşah sarayının xəzinələrini götürdü. Hər şeyi aldı, Süleymanın düzəltdiyi bütün qızıl qalxanları da götürdü.
ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।
27 Padşah Rexavam onların yerinə tunc qalxanlar düzəltdi və bunları padşah sarayının qapısını qoruyan mühafizəçi rəislərin əlinə verdi.
ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
28 Hər dəfə padşah Rəbbin məbədinə gələndə mühafizəçilər onları daşıyır və sonra mühafizəçilərin otağına geri gətirirdilər.
ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
29 Rexavamın qalan işləri və onun etdiyi hər şey barədə Yəhuda padşahlarının salnamələr kitabında yazılmışdır.
ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?
30 Rexavamla Yarovam arasında həmişə müharibə gedirdi.
ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା।
31 Rexavam ataları ilə uyudu və Davudun şəhərində, atalarının yanında basdırıldı. Anası Ammonlu olub adı Naama idi. Onun yerinə oğlu Aviya padşah oldu.
ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।