< Ikinci Padşahlar 19 >

1 Padşah Xizqiya bunu eşidəndə paltarını cırdı və çula bürünüb Rəbbin məbədinə girdi.
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
2 O, saray rəisi Elyaqimi, mirzə Şevnanı və kahinlərin ağsaqqallarını çula bürünmüş halda peyğəmbər Amots oğlu Yeşayanın yanına göndərdi.
ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।
3 Onlar Yeşayaya dedilər: «Xizqiya belə deyir: “Bu gün bəla, təhqir və rüsvayçılıq günüdür, çünki uşaqların doğulması vaxtı çatıb, ancaq doğmağa güc yoxdur.
ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
4 Bəlkə ağası Aşşur padşahının var olan Allahı təhqir etməyə göndərdiyi baş vəzirin bütün sözlərini Allahın Rəbb eşidib buna görə məzəmmət edər. Ona görə də qalanlar üçün dua et”».
ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
5 Padşah Xizqiyanın adamları Yeşayanın yanına gələndə
ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
6 Yeşaya onlara dedi: «Ağanıza söyləyin ki, Rəbb belə deyir: “Aşşur padşahının nökərlərinin Mənə qarşı küfr edərək söylədiyi və sənin eşitdiyin sözlərdən qorxma.
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
7 Mən onun daxilinə elə bir ruh göndərəcəyəm ki, bir xəbər eşidib öz ölkəsinə qayıdacaq və orada onu qılıncla öldürtdürəcəyəm”».
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
8 Baş vəzir geri qayıdıb Aşşur padşahının Livna üzərinə hücum etdiyini gördü. Çünki Lakişdən geri çəkildiyini eşitmişdi.
ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
9 Aşşur padşahına «Kuş padşahı Tirhaqa sənin üstünə vuruşmağa gəlir» xəbəri çatdı. O, Xizqiyanın yanına yenidən qasidlər göndərib dedi:
ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
10 «Yəhuda padşahı Xizqiyaya belə söyləyin: “Qoy güvəndiyin Allahın ‹Yerusəlim Aşşur padşahına təslim edilməyəcək› deyə səni aldatmasın.
“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
11 Axı sən eşitdin ki, Aşşur padşahları bütün ölkələrə nə ediblər, oraları necə viran ediblər. Sən qurtula biləcəksənmi?
ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
12 Atalarımın məhv etdikləri millətlərin – Qozanın, Xaranın, Resefin və Telassarda olan Edenlilərin allahları onları qurtardımı?
ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
13 Hanı Xamat padşahı, Arpad padşahı, Sefarvayim şəhərinin, Henanın və Avvanın padşahı?”»
ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
14 Xizqiya məktubu qasidlərdən alıb oxudu. O, Rəbbin məbədinə qalxıb məktubu Rəbbin önündə yerə sərdi.
ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
15 Xizqiya Rəbbin önündə dua edib dedi: «Ey keruvlar üstündə əyləşən İsrailin Allahı Rəbb! Bütün dünya padşahlıqlarının Allahı yalnız Sənsən. Göyü və yeri Sən yaratmısan.
ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
16 Ya Rəbb, qulağın eşitsin, gözün görsün, Sanxerivin var olan Allaha qarşı küfr edərək göndərdiyi sözlərə qulaq as.
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
17 Ya Rəbb, doğrudur, Aşşur padşahları millətləri və onların torpaqlarını talan etdilər,
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
18 allahlarını oda atıb məhv etdilər. Çünki onlar Allah deyildi, insanlar onları ağac və daşdan düzəltmişdilər.
ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
19 Ey Allahımız Rəbb, indi isə yalvarıram, bizi onun əlindən qurtar və bütün dünya padşahlıqları bilsinlər ki, ya Rəbb, Sən, yalnız Sən Allahsan!»
ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
20 Amots oğlu Yeşaya Xizqiyaya xəbər göndərib dedi: «İsrailin Allahı Rəbb belə deyir: “Aşşur padşahı Sanxeriv barədə Mənə etdiyin duanı eşitdim”.
ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।
21 Onun haqqında Rəbbin söylədiyi söz budur: “Bakirə Sion qızı Sənə xor baxıb lağ edir, Yerusəlim qızı Sənin arxanca başını bulayır.
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
22 Kimi söyüb küfr etdin? Kimə qarşı səsini qaldırdın? Kimə lovğalıqla baxdın? İsrailin Müqəddəsinə!
ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!
23 Qasidlərinin vasitəsilə Rəbbi təhqir edib dedin: ‹Çoxlu döyüş arabalarımla Dağların zirvəsinə, Livanın ən uca yerlərinə çıxdım. Uca sidr ağaclarını, Gözəl sərv ağaclarını kəsdim, Ən son məskəninə, Yaşıl meşələrinə girdim.
ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
24 Quyu qazdım və özgə sularını içdim, Misirin bütün çaylarını ayağımla qurutdum›.
ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।
25 Məgər eşitməmisən ki, Mən çoxdan bu işi hazırladım, Qədimdən bəri müəyyən etdiyimi İndi yerinə yetirirəm ki, Sən qalalı şəhərləri dağıdıb Viranəliyə çevirəsən.
ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
26 Bu şəhərlərin sakinləri zəiflədi, Çaşqınlığa və xəcalətə düşdülər. Yetişməmişdən əvvəl yandırılan Çöl otu, göyərti və damda bitən ot kimi oldular.
ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।
27 Sənin oturuşunu, Girişini-çıxışını, Mənə qarşı hiddətini bilirəm.
ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।
28 Mənə qarşı hiddətləndiyinə görə, Lovğalığın qulağıma çatdığına görə Halqamı burnuna və yüyənimi ağzına taxacağam, Səni gəldiyin yolla geri qaytaracağam.
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
29 Ancaq sənin üçün əlamət budur, ey Xizqiya! Bu il və gələn il özü yetişən barını, Üçüncü il isə taxıl zəmilərini, Üzüm bağları salıb onların bəhrəsini yeyin.
ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
30 Yəhuda nəslindən xilas olub qalanlar Yenə aşağıya doğru kök atacaqlar, Yuxarıya doğru bəhrə verəcəklər.
ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
31 Çünki qalanlar Yerusəlimdən, Xilas olanlar Sion dağından çıxacaqlar. Rəbbin qeyrəti bunu edəcək”.
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।
32 Buna görə Aşşur padşahı barədə Rəbb belə deyir: “O bu şəhərə girməyəcək, Oraya ox atmayacaq, Qarşısına qalxanla çıxmayacaq, Qala önündə torpaq qalağı qurmayacaq.
ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
33 Ancaq gəldiyi yolla geri qayıdacaq, Bu şəhərə girməyəcək” Rəbb belə bəyan edir.
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।
34 “Mən bu şəhəri Özüm üçün, Qulum Davudun xatirinə qoruyub xilas edəcəyəm”».
କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”
35 O gecə Rəbbin mələyi çıxıb Aşşur ordugahında yüz səksən beş min nəfəri qırdı. Səhər erkən qalxıb gördülər ki, onların hamısı öldürülüb.
ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
36 Aşşur padşahı Sanxeriv geri çəkilib getdi və Ninevada qaldı.
ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
37 O öz allahı Nisrokun məbədində səcdə edərkən oğulları Adrammelek və Şareser onu qılıncla öldürdülər və Urartu ölkəsinə qaçdılar. Sanxerivin yerinə oğlu Esar-Xaddon padşah oldu.
ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।

< Ikinci Padşahlar 19 >