< Çixiş 26 >
1 Müqəddəs məskəni on pərdədən düzəlt. Pərdələri nəfis toxunmuş incə kətandan, bənövşəyi, tünd qırmızı və al rəngli iplikdən, üstünü isə keruvlar şəklində naxışla düzəlt.
ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
2 Hər pərdənin uzunluğu iyirmi səkkiz qulac, eni isə dörd qulac olsun. Qoy bütün pərdələr bir ölçüdə olsun.
ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।
3 Pərdələrdən beşi bir-birinə birləşdirilsin, digər beşi də bir-birinə birləşdirilsin.
ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।
4 Bir birləşmənin ucunda olan pərdənin kənarında bənövşəyi ilgəklər düzəlt, o biri birləşmənin ucunda olan pərdənin kənarında da eyni şəkildə ilgəklər düzəlt.
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।
5 Bir pərdəyə əlli ilgək, o biri birləşmədəki pərdənin kənarında onlara uyğun gələn əlli ilgək düzəlt.
ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
6 Qızıldan əlli bənd düzəlt. Bəndlərlə pərdələri bərkit və çadırı birləşdir ki, məskən bütöv olsun.
ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।
7 Məskəni örtən çadır üçün keçi yunundan on bir ədəd pərdə düzəlt.
ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
8 Hər pərdənin uzunluğu otuz qulac, eni isə dörd qulac olsun. On bir pərdə bir ölçüdə olsun.
ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
9 Beş pərdəni ayrıca və altı pərdəni ayrıca birləşdir. Altıncı pərdəni isə çadırın qabaq tərəfindən qatla.
ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
10 Bir birləşmənin qıraq pərdəsinin kənarında əlli ilgək, o biri birləşmənin qıraq pərdəsinin kənarında da əlli ilgək düzəlt.
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
11 Tuncdan əlli bənd düzəlt; bəndləri ilgəklərə tax və çadırı birləşdir ki, o bütöv olsun.
ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
12 Çadırın pərdələrindən artıq qalan pərdənin yarısını məskənin arxa tərəfindən salla.
ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ୱରେ ଓହଳି ରହିବ।
13 Çadırın pərdələrinin uzunluğunun hər iki ucunda artıq qalan bir qulac parça məskəni örtmək üçün onun hər iki tərəfindən sallansın.
ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
14 Çadır üçün qırmızı boyanmış qoç dərilərindən bir pərdə və onun üstündə suiti dərilərindən bir pərdə düzəlt.
ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
15 Müqəddəs məskən üçün əbrişim ağacından dik duran çərçivələr düzəlt.
ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
16 Hər çərçivənin uzunluğu on qulac, eni isə qulac yarım olsun.
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
17 Hər çərçivənin üstündə iki bir-birinə bağlanan zivana olsun; məskənin bütün çərçivələrini belə düzəlt.
ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
18 Məskənin cənub tərəfi üçün iyirmi çərçivə
ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
19 və onların altına qoyulacaq qırx gümüş altlıq düzəlt; hər çərçivənin altında iki zivanası üçün iki altlıq olsun.
ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।
20 Məskənin şimal tərəfi üçün də iyirmi çərçivə
ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
21 və qırx gümüş altlıq, hər çərçivənin altında iki altlıq olsun.
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
22 Məskənin qərbə doğru arxası üçün altı çərçivə düzəlt.
ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।
23 Məskənin arxa küncləri üçün isə iki çərçivə düzəlt ki,
ପୁଣି, ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
24 bunlar aşağıda birləşib yuxarıda bir halqaya taxılsın; hər iki künc üçün elə iki çərçivə olsun.
ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।
25 Bu səkkiz çərçivə üçün on altı gümüş altlıq, hər çərçivənin altında iki altlıq olsun.
ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।
26 Əbrişim ağacından şüvüllər düzəlt: məskənin hər iki tərəfindəki çərçivələri üçün beş şüvül,
ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
27 məskənin qərbə doğru arxa tərəfdəki çərçivələri üçün də beş şüvül olsun.
ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।
28 Orta şüvül çərçivələrin ortasından bir ucdan o biri uca qədər uzansın.
ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇବ।
29 Çərçivələri qızılla ört; şüvüllərin keçdiyi halqaları qızıldan düzəlt; şüvülləri də qızılla ört.
ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
30 Dağda sənə göstərilən layihəyə görə müqəddəs məskəni qur.
ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
31 Pərdəni bənövşəyi, tünd qırmızı, al rəngli iplikdən və nəfis toxunmuş incə kətandan, üstünü isə keruvlar şəklində naxışla düzəlt.
ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
32 Onu dörd dirək üstündə as; hər dirək qızılla örtülmüş əbrişim ağacından olsun. Üstündə qızıl qarmaqları olsun və dörd gümüş altlıq üstündə dursun.
ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
33 Pərdəni bəndlərdən as və Şəhadət sandığını oraya, pərdənin arxasına gətir. Bu pərdə Müqəddəs yerlə Ən Müqəddəs yeri ayırsın.
ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
34 Ən Müqəddəs yerdə Şəhadət sandığının üstünə kəffarə qapağını tax.
ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।
35 Masanı pərdənin bayır tərəfinə, çıraqdanı masanın qarşısına – məskənin cənub tərəfinə, masanı isə şimal tərəfinə qoy.
ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
36 Hüzur çadırının girişi üçün arakəsməni bənövşəyi, tünd qırmızı, al rəngli iplikdən və nəfis toxunmuş incə kətandan, naxış tikməsi ilə düzəlt.
ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
37 Bu arakəsmə üçün də əbrişim ağacından beş dirək düzəlt və üstünü qızılla ört; üstündə qızıl qarmaqlar olsun və onlar üçün tuncdan beş altlıq tök.
ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।