< Yaradiliş 23 >
1 Sara yüz iyirmi yeddi il yaşadı; o bu qədər ömür sürdü.
ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।
2 Sara Kənan torpağında olan Qiryat-Arbada, yəni Xevronda öldü. İbrahim yas tutub ağlamaqdan ötrü Saranın cəsədinin yanına getdi.
ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
3 İbrahim cəsədin yanından gedib Xetlilərə dedi:
ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ,
4 «Mən sizin aranızda qərib və qonağam. Yanınızda qəbir düzəltmək üçün mənə torpaq sahəsi satın ki, öz ölümü götürüb orada basdırım».
“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”
5 Xetlilər İbrahimə cavab verdilər:
ତହୁଁ ହେତ୍ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
6 «Ey ağamız, bizə qulaq as: sən aramızda Allahın qoyduğu bir başçısan, öz ölünü də qəbirlərimizin ən yaxşısında basdır; ölünü basdırmaq üçün bizdən heç kəs qəbrini səndən əsirgəməz».
ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”
7 İbrahim qalxıb o ölkənin xalqı olan Xetlilərə təzim etdi.
ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତ୍ର ସନ୍ତାନମାନଙ୍କୁ ପ୍ରଣାମ କଲେ।
8 Sonra onlarla danışıb dedi: «Əgər siz mənim ölümü basdırmağa razısınızsa, mənə qulaq asın: mənim üçün Sohar oğlu Efrondan xahiş edin ki,
ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
9 tarlasının qurtaracağında ona məxsus olan Maxpela mağarasını mənə satsın, yanınızda qəbir düzəltmək üçün onu tam dəyəri ilə mənə versin».
ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
10 Efron Xetlilərin arasında oturmuşdu. Xetli Efron şəhər darvazasının yanına yığılan bütün Xetlilərin önündə İbrahimə belə cavab verdi:
ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
11 «Yox, ağam, mənə qulaq as: mən tarlanı və orada olan mağaranı sənə verirəm, öz xalqımın adamları önündə onu sənə verirəm; get ölünü basdır».
“ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
12 İbrahim o ölkənin xalqına təzim etdi.
ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
13 Sonra o ölkənin xalqının yanında Efrona belə dedi: «Xahiş edirəm, mənə qulaq as: tarlanın dəyərini verirəm, onu məndən götür, qoy mən də öz ölümü orada basdırım».
ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
14 Efron İbrahimə cavab verdi:
ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
15 «Ay ağam, mənə qulaq as: torpağın qiyməti dörd yüz şekel gümüşdür; mənimlə sənin aranda bu nədir? Ölünü basdır».
“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
16 İbrahim Efronun sözünü qəbul edib Xetlilərin yanında Efronun dediyi kimi tacirlərin tərəzi daşları ilə dörd yüz şekel gümüş çəkdi.
ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
17 Beləcə Mamre qarşısındakı Maxpelada olan Efronun tarlası, oradakı mağara, tarlada və onun ərazisində olan bütün ağaclar
ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
18 Xetlilərin gözü önündə – şəhər darvazasında yığılanların qarşısında İbrahimin mülkü oldu.
ଏହିସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
19 Bundan sonra İbrahim arvadı Saranı Kənan torpağında olan Mamre, yəni Xevron qarşısındakı Maxpela tarlasının mağarasında basdırdı.
ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
20 Beləcə Xetlilər tarlanı və orada olan mağaranı qəbir düzəltmək üçün İbrahimə mülk verdilər.
ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।