< Haqqay 2 >
1 Yeddinci ayın iyirmi birində peyğəmbər Haqqay vasitəsilə Rəbbin bu sözü nazil oldu:
ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2 «İndi Yəhuda valisi Şealtiel oğlu Zerubbabilə, baş kahin Yehosadaq oğlu Yeşuaya və xalqın sağ qalanlarına belə söylə:
“ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,
3 “Sizin aranızda kim burada olan məbədin əvvəlki əzəmətini görmüşdür? İndi buranı necə görürsünüz? Gözünüz önündə sanki bir heçə çevrilməyibmi?”
‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?
4 Rəbb deyir: “İndi isə, ey Zerubbabil, qüvvətlən! Qüvvətlən, ey baş kahin olan Yehosadaq oğlu Yeşua! Ey bütün ölkə xalqı, qüvvətlənin və işləyin! Çünki Mən sizinləyəm”. Ordular Rəbbi belə bəyan edir:
ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
5 “Misirdən çıxan zaman sizinlə bağladığım əhdə əsasən Ruhum aranızdadır. Qorxmayın!”
କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
6 Budur, Ordular Rəbbi belə deyir: “Tezliklə Mən göyləri, yeri, dənizi, torpağı bir də lərzəyə gətirəcəyəm!
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;
7 Bütün millətləri lərzəyə salacağam; bütün millətlərin var-dövləti gələcək və bu evi əzəmətlə dolduracağam”. Ordular Rəbbi belə deyir.
ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
8 “Bütün qızıl-gümüş Mənimdir”. Ordular Rəbbi belə bəyan edir.
ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
9 Ordular Rəbbi belə deyir: “İndiki məbədin əzəməti əvvəlkindən üstün olacaq. Bu yerə əmin-amanlıq verəcəyəm”. Ordular Rəbbi belə bəyan edir».
ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”
10 Daranın hakimiyyətinin ikinci ili, doqquzuncu ayın iyirmi dördündə Rəbbin sözü peyğəmbər Haqqaya nazil oldu.
ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
11 Ordular Rəbbi belə deyir: «Qanun haqqında kahinlərə bir müraciət edin:
ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
12 “Kimsə cübbəsinin ətəyində təqdis olunmuş ət gəzdirən zaman ətəyi ilə çörəyə, şorbaya, şəraba, zeytun yağına və yaxud hər hansı bir ərzağa toxunarsa, bunlar təqdis olunarmı?”» Kahinlər bu suala «xeyr» deyə cavab verdi.
‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”
13 Haqqay dedi: «Bəs ölü cəsədə toxunub murdarlanan bir adam həmin ərzaqlardan birinə toxunarsa, bu ərzaq murdar olarmı?» Kahinlər cavab verdi: «Murdar olar».
ସେତେବେଳେ ହାଗୟ କହିଲେ, “ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଲୋକ ଯଦି ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ?” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ତାହା ଅଶୁଚି ହେବ।”
14 Haqqay sonra belə dedi: «Rəbb belə bəyan edir: “Bu xalq – bu millət Mənim gözümdə belədir. Onların hər əməli belədir. Mənə təqdim etdikləri hər şey murdardır.
ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।
15 İndi rica edirəm, bu gündən etibarən nə olacağını dərindən düşünün. Rəbbin məbədinin daşı daş üstünə qoyulmazdan əvvəl işləriniz necə gedirdi?
ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
16 O zaman hər kim iyirmi kisə məhsul gözləyirdisə, on kisə olurdu. Şərab çənindən kim əlli qab şərab çəkmək istəyirdisə, iyirmi qablıq şərab tapırdı”.
ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।
17 Rəbb belə bəyan edir: “Özünüzü və əllərinizin bütün zəhmətini səmum küləyi, kif və dolu ilə vurdum. Yenə Mənə sarı dönmədiniz.
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।
18 Rica edirəm, dərindən düşünün. Bu gün doqquzuncu ayın iyirmi dördündən – Rəbbin məbədinin təməli qoyulan gündən sonra nə baş verəcəyi barədə yaxşı düşünün.
ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।
19 Anbarda toxum qalıbmı? Məgər üzüm, əncir, nar, zeytun ağacı bar gətirməyib? Bu gündən etibarən sizə bərəkət verəcəyəm!”»
ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”
20 Rəbbin bu sözü Haqqaya ikinci dəfə ayın iyirmi dördündə nazil oldu:
ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
21 «Yəhuda valisi Zerubbabilə belə de: “Mən göyləri və yeri lərzəyə gətirəcəyəm.
“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;
22 Padşahlıqların taxt-taclarını alt-üst edəcəyəm. Millətlərin padşahlıqlarının gücünü darmadağın edəcəyəm. Döyüş arabaları ilə sürücülərini aşıracağam, atlarla süvarilər yerə səriləcəklər. Hamı qardaş qılıncı ilə qırılacaq”».
ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।
23 Ordular Rəbbi bəyan edir: «Ey qulum Şealtiel oğlu Zerubbabil, o gün səni götürüb möhürlü üzük edəcəyəm, çünki səni seçdim». Rəbb bu sözləri dedi. Bu, Ordular Rəbbinin bəyanıdır.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”