< Əyyub 20 >

1 Naamatlı Sofar belə cavab verdi:
ଏଥିଉତ୍ତାରେ ନାମାଥୀୟ ସୋଫର ଉତ୍ତର କରି କହିଲା,
2 «Düşüncələrimə görə cavab verməyə məcburam, Çünki daxilən narahatam.
“ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା ସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ।
3 Məni utandıran bir giley eşidirəm, Ruhum dərrakəsi ilə məni cavab verməyə sövq edir.
ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।
4 Bilirsən ki, əzəldən bəri, İnsanın dünyaya gəlişindən bəri
ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ
5 Pislərin qələbə çalması qısa çəkər, Allahsızın sevinci bir an sürər.
ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?
6 Boyu göylərə çatsa da, Başı buludlara dəysə də,
ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;
7 Öz nəcisi kimi əbədilik yox ediləcək, Onu görənlər “O haradadır?” deyəcək.
ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତକାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?
8 Yuxu kimi uçacaq, bir daha tapılmayacaq, Bəli, gecə röyası kimi yox olacaq.
ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।
9 Onu görən gözlər bir daha görməyəcək, Yaşadığı yerdə görünməyəcək.
ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।
10 Övladları fəqirlərdən mərhəmət diləyəcək, Sərvətləri əllərindən gedəcək.
ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ସନ୍ତାନଗଣ ତାହାର ସମ୍ପତ୍ତି ଫେରାଇ ଦେବେ।
11 İnsanın sümükləri gənclik alovu ilə dolar, Amma insanla birlikdə torpaq altında yatacaq.
ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।
12 Pislik ağzına şirin gəlsə də, Dilinin altında gizlənsə də,
ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;
13 İnsan pisliyi tutub buraxmasa da, Damağının altında saxlasa da,
ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;
14 Yediyi yemək mədəsində qıcqıracaq, Daxilində ilan zəhərinə dönəcək.
ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।
15 Yediyi sərvətləri qusacaq, Qarnındakıları Allah bayıra çıxaracaq.
ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।
16 Başqa yerdə əfi ilan zəhərini əməcək, Gürzənin dişindən öləcək.
ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।
17 Axar suların, bal və qaymaq axan dərələrin Səfasını görməyəcək.
ସେ ନଦୀମାନ, ଅର୍ଥାତ୍‍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।
18 Zəhmətlə qazandığını yeməyib geri qaytaracaq, Ticarətdən qazandığı sərvətdən ləzzət almayacaq.
ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।
19 Çünki fəqirləri əzib üzüqoylu qoymuşdu, Özü tikmədiyi evi zorla almışdı.
କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ।
20 Könlü rahatlıq nədir bilməz, Zövq aldığı şeylər onu xilas etməz.
ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ।
21 Yeməyindən artıq qalmayacaq, Ona görə firavanlığı uzun sürməyəcək.
ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।
22 Bolluq içində əzaba düşəcək, Fəlakət ona qarşı əl qaldıracaq.
ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ।
23 Qarnını dolduranda Allah şiddətli qəzəbini onun üzərinə göndərəcək, Onun üstünə tökəcək.
ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।
24 Dəmir silahdan qaça bilsə də, Tunc ox onu dəlib-deşəcək,
ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।
25 Ox onu dəlib-keçəcək, Onun kürəyindən çıxacaq, Parlaq ucu ödünü dağıdıb tökəcək. Üstünə dəhşət gələcək.
ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।
26 Xəzinələrinin aqibəti qaranlıq olacaq, Üfürülməmiş od onu yeyib-qurtaracaq, Çadırında qalanları da yandırıb-yaxacaq.
ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।
27 Göylər şər işlərinin üstünü açacaq, Dünya onun əleyhinə qalxacaq.
ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ।
28 Allahın qəzəb günündə Azğın sellər sərvətini aparacaq.
ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, ପରମେଶ୍ୱରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ।
29 Pis insan Allahdan belə pay alacaq, Allahın ona verdiyi irs budur».
ପରମେଶ୍ୱରଙ୍କଠାରୁ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।”

< Əyyub 20 >