< Yeşua 24 >
1 Yeşua İsrailin bütün qəbilələrini Şekemə topladı və İsrailin ağsaqqallarını, başçılarını, hakimlərini və məmurlarını çağırdı. Onlar Allahın hüzurunda durdular.
ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।
2 Yeşua bütün xalqa dedi: «İsrailin Allahı Rəbb belə deyir: “İbrahimin, Naxorun atası Terah və atalarınız keçmişdə Fərat çayının o biri tayında yaşayırdılar. Onlar başqa allahlara qulluq edirdilər.
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
3 Atanız İbrahimi Fərat çayının o biri tayından gətirib bütün Kənan torpağında gəzdirdim, nəslini çoxaldaraq ona İshaqı verdim.
ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ।
4 İshaqa Yaqubu və Esavı verdim. Esavın mülk sahibi olması üçün Seir dağını ona verdim. Yaqubla övladları isə Misirə getdilər.
ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।
5 Musa ilə Harunu göndərib Misiri bəlalara düçar etdim və sonra sizi oradan çıxartdım.
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।
6 Atalarınızı Misirdən çıxartdım, siz Qırmızı dənizə tərəf gəldiniz. Misirlilər Qırmızı dənizə qədər döyüş arabaları və süvarilərlə atalarınızı təqib etdilər.
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।
7 Onlar Rəbbə fəryad edəndə O, Misirlilərlə sizin aranızda qaranlıq yaratdı, onların üstünə dənizi gətirdi, onlar suların altında qaldılar. Misirdə etdiyim şeyləri gözünüzlə gördünüz və uzun müddət səhrada yaşadınız.
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।
8 Sizi İordan çayının şərq tərəfində yaşayan Emorlular torpağına gətirdim, onlar sizinlə vuruşanda onları sizə təslim etdim, torpaqlarını isə mülk olaraq aldınız və hamısını qarşınızdan yox etdim.
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
9 Moav padşahı Sippor oğlu Balaq qalxıb İsraillilərlə vuruşdu və xəbər göndərib Beor oğlu Bilamı sizə lənət etmək üçün çağırdı.
ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା।
10 Lakin Bilamı eşitmək istəmədim. O da ancaq xeyir-dua verdi. Beləcə sizi onun əlindən azad etdim.
ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
11 İordan çayından keçib Yerixoya gəldiniz. Yerixo adamları, Emorlular, Perizlilər, Kənanlılar, Xetlilər, Qirqaşlılar, Xivlilər, Yevuslular sizə qarşı vuruşdular, lakin onları sizə təslim etdim.
ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
12 Sizin önünüzcə eşşəkarısı çıxarıb onunla Emorluların iki padşahını qarşınızdan qovdum. Bu iş sizin qılıncınızla və ox-kamanınızla olmadı.
ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
13 Üzərində işləmədiyiniz bir torpağı, tikmədiyiniz şəhərləri sizə verdim ki, orada yaşayasınız. Salmadığınız bağlardan və zeytunluqlardan yeyirsiniz”.
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’
14 Ona görə də Rəbdən qorxun, səmimiyyətlə və sədaqətlə Ona qulluq edin. Fərat çayının o biri tərəfində və Misirdə atalarınızın qulluq etdiyi allahları atın, yalnız Rəbbə qulluq edin.
ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
15 Əgər Rəbbə qulluq etmək gözünüzdə pisdirsə, bu gün kimə qulluq edəcəyinizi özünüz seçin. Atalarınızın qulluq etdikləri Fərat çayının o tayındakı allahlaramı, yoxsa torpaqlarında yaşadığınız Emorluların allahlarınamı qulluq edəcəksiniz? Amma mən və mənim evimdəkilər Rəbbə qulluq edəcək».
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
16 Xalq cavab verdi: «Rəbbi tərk edib başqa allahlara qulluq etmək qoy bizdən uzaq olsun!
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।
17 Çünki bizi və atalarımızı Misir torpağından – köləlik diyarından çıxaran, gözümüzün qarşısında bu böyük əlamətləri göstərən və getdiyimiz bu yolda, arasından keçdiyimiz bütün xalqlar arasında bizi qoruyan yalnız Allahımız Rəbdir.
ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
18 Rəbb bütün xalqları, bu torpaqda yaşayan Emorluları qarşımızdan qovdu. Biz də Rəbbə qulluq edəcəyik, çünki Allahımız Odur».
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”
19 Yeşua xalqa dedi: «Rəbbə qulluq edə bilməzsiniz, çünki O, müqəddəs Allahdır. O, qısqanc Allahdır, qanunsuzluğunuzu və günahlarınızı bağışlamayacaq.
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
20 Əgər Rəbbi tərk edib yad allahlara qulluq etsəniz, sizə yaxşılıq edən Rəbb əleyhinizə dönüb pislik edəcək və sizi məhv edəcək».
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
21 Xalq Yeşuaya dedi: «Xeyr, ancaq Rəbbə qulluq edəcəyik».
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
22 Yeşua xalqa dedi: «Qulluq etmək üçün Rəbbi seçdiyinizə siz özünüz şahidsiniz». Onlar «biz şahidik» dedilər.
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
23 Yeşua dedi: «Elə isə indi aranızda olan yad allahları atın, ürəyinizi İsrailin Allahı Rəbbə meyl etdirin».
ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
24 Xalq Yeşuaya dedi: «Allahımız Rəbbə qulluq edəcəyik və yalnız Onun sözünə qulaq asacağıq».
ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”
25 Yeşua o gün xalqla əhd bağladı. Onlar üçün Şekemdə qanun və hökm qoydu.
ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ।
26 Yeşua bu sözləri Allahın Qanun kitabına yazdı. Sonra böyük bir daş götürüb Rəbbin Müqəddəs məkanının yanında olan palıd ağacı altında yerləşdirdi.
ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।
27 Yeşua bütün xalqa dedi: «Budur, bu daş bizə qarşı şahid olacaq, çünki Rəbbin bizə dediyi bütün sözləri o eşitdi. Qoy bu daş Allahınızı inkar etməmək üçün sizə qarşı şahid olsun».
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
28 Bundan sonra bütün xalqı irs aldığı torpaqlara göndərdi.
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
29 Bu hadisələrdən sonra Rəbbin qulu Nun oğlu Yeşua yüz on yaşında vəfat etdi.
ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
30 Onu Qaaş dağının şimalında, Efrayimin dağlıq bölgəsindəki Timnat-Serahda irs olan torpağının sahəsində dəfn etdilər.
ତହିଁରେ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
31 Yeşuanın bütün ömrü boyu və ondan sonra sağ qalan, Rəbbin İsrail üçün etdiyi bütün işləri bilən ağsaqqalların ömrü boyu İsrail xalqı Rəbbə qulluq etdi.
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
32 İsraillilər Misirdən çıxarkən Yusifin sümüklərini özləri ilə götürmüşdülər. Bunları Yaqubun Şekemdəki tarlasında basdırdılar. Yaqub bu tarlanı Şekemin atası Xamorun övladlarından yüz parça gümüşə satın almışdı və bu torpaq Yusif övladlarının irsi oldu.
ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ-ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।
33 Bundan sonra Harun oğlu Eleazar öldü. Onu Efrayimin dağlıq bölgəsində oğlu Pinxasa verilən təpədə dəfn etdilər.
ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।