< Saylar 2 >
1 Rəbb Musaya və Haruna dedi:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
2 «İsrail övladları Hüzur çadırını əhatə edərək bir az kənarda, hər biri öz bayrağının altında ailələrinin nişanı ilə düşərgə salsınlar.
“ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।
3 Şərq tərəfində, gündoğana tərəf Yəhuda ordugahına aid bölüklər öz bayraqlarının altında düşərgə salsınlar. Yəhudalıların rəhbəri Amminadav oğlu Naxşon olsun.
ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;
4 Yəhuda ordusunda 74 600 nəfər siyahıya alındı.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।
5 Onun yanında düşərgə salanlar İssakar qəbiləsi olacaq. İssakarlıların rəhbəri Suar oğlu Netanel olsun.
ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ;
6 Onun ordusundan 54 400 nəfər siyahıya alındı.
ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ।
7 Sonra Zevulun qəbiləsi düşərgə salacaq. Zevulun övladlarının rəhbəri Xelon oğlu Eliav olsun.
ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ-ସନ୍ତାନଗଣର ଅଧିପତି ହେବ;
8 Onun ordusundan 57 400 nəfər siyahıya alındı.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।
9 Yəhuda ordugahından bölüklərinə görə bütün sayılanlar 186 400 nəfər idi. Onlar birinci köçəcəklər.
ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।
10 Cənub tərəfində Ruven ordugahına aid bölüklər öz bayraqlarının altında düşərgə salacaqlar. Ruvenlilərin rəhbəri Şedeur oğlu Elisur olsun.
ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ;
11 Ruven ordusundan 46 500 nəfər siyahıya alındı.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।
12 Onun yanında düşərgə salanlar Şimeon qəbiləsi olacaq. Şimeonluların rəhbəri Surişadday oğlu Şelumiel olsun.
ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;
13 Onun ordusundan 59 300 nəfər siyahıya alındı.
ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ।
14 Sonra Qad qəbiləsi düşərgə salacaq. Qadlıların rəhbəri Deuel oğlu Elyasaf olsun.
ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣର ଅଧିପତି ହେବ;
15 Onun ordusundan 45 650 nəfər siyahıya alındı.
ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।
16 Ruven ordugahından bölüklərinə görə sayılanların cəmi 151 450 nəfər idi. İkinci onlar gedəcəklər.
ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।
17 Hüzur çadırı yola düşəndə Levililərin düşərgəsi düşərgələrin ortasında dursun. Hərə necə düşərgə salıbsa, həmin nizamla, öz bayrağı altında yola düşsün.
ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
18 Qərb tərəfində Efrayim ordugahına aid bölüklər öz bayraqlarının altında düşərgə salacaqlar. Efrayimlilərin rəhbəri Ammihud oğlu Elişama olsun.
ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;
19 Efrayim ordusundan 40 500 nəfər siyahıya alındı.
ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।
20 Onun yanında düşərgə salanlar Menaşşe qəbiləsi olacaq. Menaşşelilərin rəhbəri Pedahsur oğlu Qamliel olsun.
ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
21 Onun ordusundan 32 200 nəfər siyahıya alındı.
ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।
22 Sonra Binyamin qəbiləsi düşərgə salacaq. Binyaminlilərin rəhbəri Gidoni oğlu Avidan olsun.
ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;
23 Onun ordusundan 35 400 nəfər siyahıya alındı.
ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।
24 Efrayim ordugahından bölüklərinə görə sayılanların cəmi 108 100 nəfər idi. Üçüncü onlar gedəcəklər.
ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।
25 Şimal tərəfində Dan ordugahına aid bölüklər öz bayraqlarının altında düşərgə salacaqlar. Danlıların rəhbəri Ammişadday oğlu Axiezer olsun.
ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;
26 Dan ordusundan 62 700 nəfər siyahıya alındı.
ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ।
27 Onun yanında düşərgə salanlar Aşer qəbiləsi olacaq. Aşerlilərin rəhbəri Okran oğlu Pagiel olsun.
ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;
28 Onun ordusundan 41 500 nəfər siyahıya alındı.
ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ।
29 Sonra Naftali qəbiləsi düşərgə salacaq. Naftalililərin rəhbəri Enan oğlu Axira olsun.
ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ;
30 Onun ordusundan 53 400 nəfər siyahıya alındı.
ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ।
31 Dan ordugahından cəmi 157 600 nəfər siyahıya alındı. Öz bayraqlarının altında ən sonuncu onlar gedəcəklər».
ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।”
32 İsrail övladlarından ailələrinə görə siyahıya alınanlar bunlardır. Ordugahlardan bölüklərinə görə cəmi 603 550 nəfər siyahıya alındı.
ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।
33 Ancaq Rəbbin Musaya əmr etdiyi kimi Levililər digər İsrail övladları ilə birgə siyahıya alınmadı.
ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।
34 İsrail övladları Rəbbin Musaya əmr etdiyi hər şeyi yerinə yetirdilər. Bayraqlarının altında belə düşərgə saldılar və hər kəs nəsil və ailəsi ilə birgə belə yola düşdü.
ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।