< যিহিস্কেল ভাববাদীর বই 2 >

1 তিনি আমাকে বললেন, “হে মানবসন্তান, তুমি পায়ে ভর দিয়ে দাঁড়াও, আমি তোমার সঙ্গে কথা বলব।”
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
2 তিনি যখন কথা বলছিলেন তখন ঈশ্বরের আত্মা আমার মধ্যে এসে আমাকে পায়ে ভর দিয়ে দাঁড় করালেন আর আমি শুনলাম তিনি আমার সঙ্গে কথা বলছেন।
ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
3 তিনি বললেন “হে মানবসন্তান, আমি তোমাকে ইস্রায়েলীদের কাছে পাঠাচ্ছি, সেই বিদ্রোহী জাতি যারা আমার বিরুদ্ধে বিদ্রোহ করেছে; তারা ও তাদের পূর্বপুরুষেরা আজ পর্যন্ত আমার বিরুদ্ধে বিদ্রোহ করছে।
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
4 যে লোকদের কাছে আমি তোমাকে পাঠাচ্ছি তারা একগুঁয়ে ও জেদি। তাদের বলবে, ‘সার্বভৌম সদাপ্রভু এই কথা বলেন।’
ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’
5 আর তারা শুনুক বা না শুনুক—কারণ তারা বিদ্রোহীকুল—তারা জানতে পারবে যে একজন ভাববাদী তাদের মধ্যে আছেন।
ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
6 আর তুমি, মানবসন্তান, তুমি তাদের ও তাদের কথায় ভয় পেয়ো না। যদিও তারা শিয়ালকাঁটা ও কাঁটাঝোপের মতো তোমার চারপাশে থাকবে এবং তুমি কাঁকড়াবিছের মধ্যে বাস করবে। তাদের কথা শুনে বা তাদের দেখে ভয় পেয়ো না, যদিও তারা বিদ্রোহীকুল।
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।
7 তুমি তাদের কাছে আমার কথা বলবে, তারা শুনুক বা না শুনুক, কারণ তারা বিদ্রোহী।
ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
8 কিন্তু তুমি, মানবসন্তান, আমি যা বলছি তা শোনো। সেই বিদ্রোহীকুলের মতন বিদ্রোহী হোয়ো না; তোমার মুখ খোলো আর আমি যা তোমাকে দিচ্ছি তা খাও।”
ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
9 তখন আমি তাকিয়ে দেখলাম আমার দিকে একটি হাত বাড়ানো রয়েছে। তাতে রয়েছে একটি গুটিয়ে রাখা বই,
ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
10 যেটি তিনি আমার সামনে খুলে ধরলেন। তার দুদিকেই লেখা ছিল বিলাপ, শোক ও দুঃখের কথা।
ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।

< যিহিস্কেল ভাববাদীর বই 2 >