< যিহিস্কেল ভাববাদীর বই 31 >

1 এগারো বছরের, তৃতীয় মাসের প্রথম দিন, সদাপ্রভুর বাক্য আমার কাছে উপস্থিত হল,
ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
2 “হে মানবসন্তান, মিশরের রাজা ফরৌণ ও তার সমস্ত লোকদের বলো, “‘মহিমার দিক থেকে তুমি কার তুল্য?
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ?
3 আসিরিয়ার কথা চিন্তা করো, সে এক সময় লেবাননের সিডার গাছ ছিল, সুন্দর ডালপালা বনে ঘন ছায়া ফেলত; সে খুব উঁচু ছিল, তার মাথা যেন আকাশ ছুঁতো।
ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
4 প্রচুর জল তাকে পুষ্ট করেছিল, গভীর ফোয়ারা তাকে লম্বা করেছিল; তাদের স্রোত বইত তার গোড়ার চারিদিকে এবং তার নালাগুলি বনের সব গাছকে জল দিত।
ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।
5 এইভাবে বনের সব গাছের চেয়ে সে উঁচু হয়ে উঠল; তার ডাল ছড়িয়ে পড়ল আর সেগুলি লম্বা হল, প্রচুর জল পাওয়ার কারণে চারিদিকে ছড়িয়ে গেল।
ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।
6 আকাশের সব পাখি তার ডালে বাসা বাঁধল, মাঠের সব পশু তার ডালপালা নিচে বাচ্চা দিত; সকল মহান জাতি তার ছায়ায় বাস করত।
ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।
7 সে ছিল সৌন্দর্যে মহিমান্বিত তার ছড়ানো ডালপালার জন্য, কারণ তার শেকড় গভীরে গিয়েছিল প্রচুর জলের কাছে।
ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
8 ঈশ্বরের বাগানের সিডার গাছগুলিও তার সঙ্গে পাল্লা দিতে পারত না, দেবদারু গাছের সকল ডালপালা তার সমান ছিল না, প্লেইন গাছের ডালপালাগুলি তার ডালপালার সঙ্গে তুলনা করা যেত না, ঈশ্বরের বাগানের কোনও গাছই সৌন্দর্যে তার মতন ছিল না।
ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
9 আমি তাকে সুন্দর করেছিলাম প্রচুর ডালপালা দিয়ে, সে ছিল এদনে ঈশ্বরের বাগানের সব গাছের হিংসার পাত্র।
ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।
10 “‘এই জন্য সার্বভৌম সদাপ্রভু এই কথা বলেন, সে উঁচু হয়েছে, ঘন বনের উপরে তার মাথা উঠেছে, এবং যেহেতু সে উঁচু বলে তার অহংকার,
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
11 আমি তাকে জাতিগণের শাসনকর্তার হাতে তুলে দিয়েছি, যেন তার মন্দতা অনুসারে সে তার সঙ্গে ব্যবহার করবে। আমি তাকে অগ্রাহ্য করেছি,
ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
12 এবং বিদেশি জাতিদের মধ্যে সবচেয়ে নিষ্ঠুর জাতির লোকেরা তাকে কেটে ফেলে রেখে গেছে। পাহাড় সকলের উপরে ও উপত্যকাগুলিতে তার শাখাগুলি পড়েছে; তার ডালপালাগুলি ভেঙে দেশের সব জলের স্রোতের মধ্যে পড়ে আছে। পৃথিবীর সব জাতি তার ছায়া থেকে বের হয়ে তাকে ফেলে চলে গেছে।
ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
13 সেই পড়ে যাওয়া গাছে আকাশের সব পাখিরা বাস করছে, এবং বনের সব পশুরা তার ডালপালার কাছে থাকছে।
ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
14 এই জন্য জলের ধারের অন্য কোনো গাছ অহংকারে উঁচু হবে না, তাদের মাথা ঘন বনের উপরে উঠবে না। আর কোনো গাছ এত ভালো জল পেয়েও কখনও এত উঁচুতে পৌঁছাবে না; তারা সবাই মানুষের মতো মৃত্যুর অধীন, তারা পৃথিবীর গভীরে পাতালে নেমে যাওয়ার জন্য ঠিক হয়ে আছে।
ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।
15 “‘সার্বভৌম সদাপ্রভু এই কথা বলেন, যেদিন সে পাতালে নেমে গেল সেদিন তার জন্য শোকের চিহ্ন হিসেবে সেই গভীর ফোয়ারা আমি ঢেকে দিলাম; আমি তার সব স্রোত থামিয়ে দিলাম, তাতে তার অফুরন্ত জল বন্ধ হয়ে গেল। এই জন্য আমি লেবাননকে শোক করালাম আর তার মাঠের প্রত্যেকটা গাছ শুকিয়ে গেল। (Sheol h7585)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ। (Sheol h7585)
16 মৃত লোকদের সঙ্গে আমি যখন তাকে পাতালে নামিয়ে দিলাম তখন তার পড়ে যাবার শব্দে জাতিরা কেঁপে উঠল। তখন এদনের সব গাছ, লেবাননের বাছাই করা ও সেরা গাছ এবং ভালোভাবে জল পাওয়া সব গাছ, পৃথিবীর গভীরে সান্ত্বনা পেল। (Sheol h7585)
ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ। (Sheol h7585)
17 যারা তার ছায়াতে বাস করত, জাতিদের মধ্যে তার বন্ধুরা, তার সঙ্গে পাতালে যুদ্ধে নিহত লোকদের কাছে নেমে গেল। (Sheol h7585)
ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ। (Sheol h7585)
18 “‘এদনের কোনও গাছকে তোমার প্রতাপ ও মহত্ত্বের সঙ্গে তুলনা করা যাবে? তবুও তোমাকেও এদনের গাছপালার সঙ্গে পৃথিবীর গভীরে নামিয়ে দেওয়া হবে; যারা তরোয়ালে মারা গেছে, অচ্ছিন্নত্বক লোকদের মধ্যে তুমি শুয়ে থাকবে। “‘এ সেই ফরৌণ ও তার সমস্ত লোকেরা, সার্বভৌম সদাপ্রভু এই কথা বলেন।’”
ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

< যিহিস্কেল ভাববাদীর বই 31 >