< লেবীয় বই 2 >

1 “‘যখন কেউ সদাপ্রভুর উদ্দেশে শস্য-নৈবেদ্য আনবে, সে মিহি ময়দার উপহার আনবে, ময়দাতে জলপাই তেল ঢালবে, নৈবেদ্যের উপরে ধূপ রাখবে
ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;
2 এবং হারোণের পুত্র যাজকদের কাছে নিয়ে যাবে। যাজক সমস্ত ধূপ সমেত একমুঠো মিহি ময়দা ও তেল নেবে এবং নৈবেদ্যের স্মরণীয় অংশরূপে তা বেদিতে পোড়াবে, যা সদাপ্রভুর উদ্দেশে সৌরভার্থক সন্তোষজনক অগ্নিকৃত উপহার।
ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
3 শস্য-নৈবেদ্যের অবশিষ্টাংশ হারোণের ও তাঁর ছেলেদের হবে; এটি সদাপ্রভুর উদ্দেশে অগ্নিকৃত সমস্ত উপহারের অতি পবিত্র অংশ।
ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
4 “‘যদি তুমি উনুনে শেঁকা শস্য-নৈবেদ্য আনো, তাহলে মিহি ময়দা দিয়ে তা তৈরি করতে হবে, যা হবে খামিরবিহীন, অথচ তেলমিশ্রিত পিঠে, তৈলাক্ত সরু চাকলী।
ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।
5 যদি পিঠে সেঁকার পাত্রে তোমার শস্য-নৈবেদ্য প্রস্তুত করো, তাহলে তেলমিশ্রিত মিহি ময়দা দিয়ে তা তৈরি করতে হবে, কিন্তু সেই খাদ্য খামিরবিহীন রাখতে হবে।
ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।
6 নৈবেদ্য খণ্ড খণ্ড করো, তাতে তেল ঢালো; এটি শস্য-নৈবেদ্য।
ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।
7 যদি তোমার শস্য-নৈবেদ্য একটি পাত্রে রান্না করা হয়, তা মিহি ময়দা ও জলপাই তেল সহযোগে রান্না করতে হবে।
ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।
8 এই সমস্ত উপাদান মিশ্রিত শস্য-নৈবেদ্য সদাপ্রভুর কাছে আনো; যাজকের হাতে দাও, যাজক সেটি বেদিতে নিয়ে যাবেন।
ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।
9 তিনি শস্য-নৈবেদ্য থেকে স্মরণীয় অংশ তুলে নেবেন, এবং অগ্নিকৃত নৈবেদ্যরূপে বেদিতে পোড়াবেন, যা সদাপ্রভুর উদ্দেশে সৌরভার্থক সন্তোষজনক উপহার।
ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
10 শস্য-নৈবেদ্যের অবশিষ্টাংশ হারোণের ও তাঁর ছেলেদের হবে। এটি সদাপ্রভুর উদ্দেশে অগ্নিকৃত সমস্ত উপহারের অতি পবিত্র অংশ।
ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।
11 “‘সদাপ্রভুর উদ্দেশে নিবেদিত তোমার যে কোনো শস্য-নৈবেদ্য অবশ্যই খামিরবিহীন হবে। মধুমিশ্রিত কোনো নৈবেদ্য তুমি পোড়াতে পারবে না।
ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।
12 তুমি সেগুলি তোমার প্রথম ফসলরূপে সদাপ্রভুর কাছে আনবে, কিন্তু সৌরভার্থক প্রীতিজনক উপহাররূপে সেগুলি উৎসর্গ করা যাবে না।
ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।
13 তুমি তোমার শস্য-নৈবেদ্যের সব বস্তু লবণাক্ত করবে। তোমার শস্য-নৈবেদ্য তোমার ঈশ্বরের সঙ্গে সন্ধিচুক্তির লবণ বিহীন রাখবে না। তোমার সব নৈবেদ্যে লবণ মিশ্রিত করো।
ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
14 “‘যদি তুমি সদাপ্রভুর উদ্দেশে তোমার প্রথম ফসলের শস্য-নৈবেদ্য নিবেদন করতে চাও, তাহলে আগুনে ঝলসানো নতুন ফসলের মর্দিত শিষ নিবেদন করবে।
ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।
15 এই নৈবেদ্যে তেল ঢালো ও এর উপরে ধূপ রাখো; এটি শস্য-নৈবেদ্য।
ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।
16 যাজক সমস্ত ধূপ সমেত মর্দিত ফসলের স্মরণীয় অংশ ও তেল পোড়াবে, যা সদাপ্রভুর উদ্দেশে অগ্নিকৃত উপহাররূপে নিবেদিত হবে।
ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

< লেবীয় বই 2 >