< নহিমিয়ের বই 6 >

1 সন্‌বল্লট, টোবিয়, আরবীয় গেশম ও আমাদের অন্য শত্রু যখন শুনতে পেল যে, আমি প্রাচীর গেঁথেছি এবং সেখানে কোনো ফাঁক নেই, যদিও তখনও আমি নগরদ্বারগুলির দরজা লাগাইনি।
ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନ ସ୍ଥାନ ନାହିଁ, ଏହି ସମ୍ବାଦ ସନ୍‍ବଲ୍ଲଟ୍‍ ଓ ଟୋବୀୟ ଓ ଆରବୀୟ ଗେଶମ୍‍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗର-ଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।
2 সন্‌বল্লট ও গেশম আমাকে এই কথা বলে পাঠাল “আসুন, আমরা ওনো সমস্থলীর কোনও গ্রামে মিলিত হই।” কিন্তু তারা আমার ক্ষতি করার ষড়যন্ত্র করছিল;
ସେତେବେଳେ ସନ୍‍ବଲ୍ଲଟ୍‍ ଓ ଗେଶମ୍‍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ।
3 সেইজন্য আমি লোক পাঠিয়ে তাদের এই উত্তর দিলাম “আমি একটি বিশেষ দরকারি কাজ করছি এবং আমি নেমে যেতে পারি না। আমি কেন কাজ বন্ধ করে আপনাদের সঙ্গে সাক্ষাৎ করতে যাব?”
ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?”
4 তারা চার বার একই সংবাদ আমাকে পাঠাল আর প্রত্যেকবার আমি তাদের একই উত্তর দিলাম।
ଏହି ପ୍ରକାରେ ସେମାନେ ଚାରି ଥର ମୋʼ ନିକଟକୁ ଲୋକ ପଠାଇଲେ; ମାତ୍ର ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।
5 তারপর, পঞ্চমবার, সন্‌বল্লট একই সংবাদ তার চাকরকে দিয়ে আমার কাছে পাঠাল, আর তার হাতে একটি খোলা চিঠি ছিল
ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା।
6 যাতে লেখা ছিল: “জাতিগণের মধ্যে এই কথা শোনা যাচ্ছে, আর গেশমও বলেছে সেকথা সত্যি, যে আপনি ও ইহুদিরা বিদ্রোহের ষড়যন্ত্র করেছেন, আর সেইজন্য প্রাচীর গাঁথছেন। এছাড়া, এসব সংবাদ অনুসারে আপনি তাদের রাজা হতে যাচ্ছেন
ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।
7 এবং জেরুশালেমে এই ঘোষণা করার জন্য আপনি ভাববাদীও নিযুক্ত করেছেন ‘যিহূদা দেশে একজন রাজা আছেন!’ এখন এই সংবাদ রাজার কাছে পৌঁছাবে; কাজেই আসুন, আমরা একত্র হয়ে পরামর্শ করি।”
ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”
8 আমি তাকে এই উত্তর পাঠালাম “আপনি যা বলছেন সেইরকম কিছুই হচ্ছে না, এটি আপনার মনগড়া কথা।”
ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।
9 তারা সকলে আমাদের ভয় দেখবার চেষ্টা করছিল, মনে করছিল, “এই কাজ করার জন্য ওদের হাত দুর্বল হয়ে যাবে, এবং তা সম্পূর্ণ হবে না।” কিন্তু আমি প্রার্থনা করলাম, “এখন আমার হাত শক্তিশালী করো।”
ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।
10 একদিন আমি দলায়ের ছেলে শময়িয়ের বাড়ি গেলাম, দলায় ছিল মহেটবেলের ছেলে। শময়িয় তার বাড়িতে বদ্ধ ছিল। সে বলল, “আসুন, আমরা ঈশ্বরের ঘরে, মন্দিরের ভিতরে একত্র হই, এবং মন্দিরের দ্বার বন্ধ করি, কারণ লোকেরা আপনাকে হত্যা করার জন্য আসছে, রাত্রেই আপনাকে হত্যা করতে আসবে।”
ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
11 কিন্তু আমি বললাম, “আমার মতো লোকের কি পালিয়ে যাওয়া উচিত? কিংবা আমার মতো কারো কি তার প্রাণরক্ষা করার জন্য মন্দিরের মধ্যে যাওয়া উচিত? আমি যাব না!”
ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”
12 আমি বুঝতে পারলাম যে ঈশ্বর তাকে পাঠাননি, কিন্তু সে আমার বিরুদ্ধে ভাবোক্তি বলেছে যেহেতু টোবিয় ও সন্‌বল্লট তাকে ভাড়া করেছে।
ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।
13 তাকে ভাড়া করা হয়েছিল যেন ভয়ে এই কাজ করে আমি পাপ করি, এবং তারা যেন আমার দুর্নাম করার সুযোগ পেয়ে আমাকে টিট্‌কারি দিতে পারে।
ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।
14 হে আমার ঈশ্বর, টোবিয় ও সন্‌বল্লট যা করেছে তা স্মরণ করো: ভাববাদিনী নোয়দিয়া ও অন্য যে ভাববাদীরা আমাকে ভয় দেখাবার চেষ্টা করছিল তাদেরকেও স্মরণ করো।
ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।
15 ইলূল মাসের পঁচিশ তারিখে, বাহান্নতম দিন, প্রাচীর গাঁথা শেষ হল।
ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।
16 আমাদের সব শত্রুরা যখন এই কথা শুনল আর নিকটবর্তী সব জাতিরা তা দেখল তখন তারা ভয় পেল এবং আত্মবিশ্বাস হারাল, কারণ তারা বুঝতে পেরেছিল যে, এই কাজ আমাদের ঈশ্বরের সাহায্যেই করা হয়েছে।
ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।
17 আবার, সেই সময় যিহূদার গণ্যমান্য লোকেরা টোবিয়ের কাছে অনেক চিঠিপত্র পাঠাতেন এবং টোবিয়ের কাছ থেকে তারা উত্তরও পেতেন।
ଆହୁରି, ସେସମୟରେ ଯିହୁଦାର କୁଳୀନମାନେ ଟୋବୀୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବୀୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।
18 কারণ যিহূদার অনেকে তার কাছে শপথ করেছিল, কারণ সে আরহের ছেলে শখনিয়ের জামাই ছিল, এবং তার ছেলে যিহোহানন বেরিখিয়ের ছেলে মশুল্লমের মেয়েকে বিয়ে করছিল।
କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।
19 এছাড়া, তারা টোবিয়ের ভালো কাজের কথা আমাকে জানাত এবং আমি যা বলতাম তারা তাকে জানাত। এবং আমাকে ভয় দেখানোর জন্য টোবিয় চিঠি পাঠাত।
ଆହୁରି, ସେମାନେ ତାହାର ଉତ୍ତମ କର୍ମର କଥା ମୋତେ କହିଲେ ଓ ମୋʼ କଥାସବୁ ତାହାକୁ ଜଣାଇଲେ। ଆଉ, ମୋତେ ଭୟଗ୍ରସ୍ତ କରିବା ପାଇଁ ଟୋବୀୟ ନାନା ପତ୍ର ପଠାଇଲା।

< নহিমিয়ের বই 6 >