< James 4 >

1 a hinge ni ji vii ni hama ni katu kabi ye ni mi mbi/
ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
2 son ndi na nafe na bi wuundu tiengu bina fena bi tsi ni vii u zizan bina fena don bina mye na
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
3 bi bre ndi na fe na don bina bre ni kon ndindi ma na bi son ndi bi tie ndu niwu ni kon meme ma
ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।
4 biyi bii tie kan binato na tie kpan ni ngbungblu ahi kwatre rji?
ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
5 bisi ya ndi ikpe wa nasi hla ahe megen? ibrji tsratsra wa a he ni i mbua nitie ngu kpukpo me?
ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?
6 irji nno zizi babran itre rji tre ndi irji ni kamani ndrji u sentu ani tie zizi ni ndrji u katugyi
କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
7 nnotumbi ni rji kambi ni shetan ani tsutsu di kon yuwuu
ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
8 whie ye ni rji u wawu me ni whie ni yi ngla wo mbi biyi bi latre ngla sron mbi biyi bi sron ha
ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
9 losron kpukpome losron yi ndu nza mbi kati losron ngyri mbi ndu kati yi
ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।
10 ka tu mbi gji ni shishi rji u wawu ni nzuyi wlunde.
ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
11 na tretre meme nitu vayi me na mrlivayi indji wa a tretre meme ma nitu vayima ko atron nitu vayi ma ani tretre meme ma nitu du nda ni bla tre nitu du a tsro ndi u na to ni nfutu na ukati indji u bla
ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।
12 indji riri nno du nda tretre wawuyi nito kpa cuwo nda kpa tie meme
ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
13 wo mba biyi a bi tre ndi iuwa komble ki hi ni gbu mu ndi tie se ri nikima ndi le ndi fe gbugbuu
ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
14 ahi nhato kpe wa ni te imblea ka son me ni he ni he u he na kpalu wa ani rij niton fie me nda ka kadoa
କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
15 nawa u katre ndi baci nita kpa yine u ki he ni mi bi vrli ki tie wayi ndi tie wamu
ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।
16 zizan u wuro ni san ni kpe wa uyo nimi sron mea bi bi wuro ni san kima ahi kpe memema
କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
17 u indji wa ato kpe wa abi ndutiea nda na tieu na a hi latre ni wuu
ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।

< James 4 >