< Luke 6 >

1 A he ni vi u Sabat u Yesu si zu ni rju kpu u mrli ko ma baka wro wlo kpu'a won ni wo mba, nda tan.
ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ।
2 Amma Farisawa ba ri ba tre, “Ani tu ngye rli bi ki tie kpie'a bana nyme ndu ba tie'u ni Sabat na?”
କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?
3 Yesu, ni tre ma, a kasa bawu, “Bi na kra kpie'a Dauda ni lilon bi wa ba he ni wu ba tie'a na?
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?
4 A ri ni tra Irji nda ban bredi wa ba ka zi, tan nda nno ndji wa ba he ni wu'a tan ngame, wandi a na he ni tu nkon na, don ana Prist nkankle ba tan.”
ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”
5 Niki a hla bawu, “Vuvren ndi a baci u Sabat.”
ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
6 Ba he u Sabat ri la ye, Yesu ka hi tsro ba ni tra Irji. Indi ri he ki nda so wo.
ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।
7 Bi nha ni Farisawa ba yo shishi nda to ka ani den dio ni vi u sabat, don ndu ba renyu niwu.
ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି।
8 Amma wa'a to dri mba nda tre ni indi u son wo'a, “Wlunde ye kukru ni tsutsu ndi ni wa.” Igu u soh wo a wlu hi ka kri ni ki.
କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।
9 Yesu tre ni ba, “Mi mye yi, Ahe tu nkon ndu ba tie zizi ka meme ni Sabat, ndu ba n'ra rai kpa ka ndu ba kpa tie meme?”
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?”
10 Niki yi, a ya ba kagon wawu'u nda hla ni guwa, “N'me wo me rju ra.” A tie toki u wo'a ka tie ndindi.
ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
11 Amma ba vra nfu nda tre ni kpamba ko ba tie Yesu ni he.
କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।
12 Ba zi he wa ka ye hon hi ngblu nda ka bre Irji. A ban Chu'a wawu-u bre Irji.
ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।
13 Wa imble nhra, a yo mri koh ma hi kpama nda ju wlon don ha rji mi mba, a yo ba ndi Mazani.
ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
14 Ba nde Mazani ana ba Siman ( wa a hi Bitrus ngame'a) u vayi ma Andarawus, Yakubu, Yohana, Filibus, Batalomiyu,
ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,
15 Matiyu, Toma, Yakubu ivren Alfaus, Siman wa ba yo Zilot,
ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି,
16 Yahuda ivren Yakubu ni Yahuda Iskaroti, wa a ye le wu'a.
ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
17 Yesu a grji ngblu'a baba hi ka kri ni meme ni kpentren ndi wa ba mri koh ma u ni gbugbu ndji wa ba rji ni Yahudiya ni Wurushelima ni bi nyu kikle nne u Taya mba Sidon.
ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
18 Ba ye ndi wa wo Yesu nda ndu den lilo mba ngame. Indji wa ba zi tiya ni wo brji'a ba kpa den.
ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ;
19 Ko nha ni j'bu ndi ba n'ra kon u kpre don gbengblen u den si'a rju rji ni wu, u wa a den ndji mba wawu'u.
ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।
20 A kaya mri koh ma ba nda tre, “Bi hi bi lulu, biyi bi ya, don mulki Irji a hi u mbi.
ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।
21 Bi hi bi lulu biyi bi tie yon zizan'a, don bi wrji. Bi hi bi lulu biyi wa bi yi zizan'a, don bi nza.
ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ।
22 Bi hi bi lulu niwa indji bata kran yi, u idan ba ba ya'yi hlega nda mre yi nda kamba ni nde mbi a nda u brji, nitu Ivren Irji.
ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
23 Ngyri ni vi ki ndi briku don ba han ye kikle di ni shulu, e ba Bachi mba ba tie bi kpie ki ni Anabawa ba.
ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
24 Amma iya mbi bi woh, biyi wa bi kpa si mbi ye.
“କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ।
25 Iya mbi bi hi wa bi wrji zizan, iyon ni ye tie yi ni ko shishi.
ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ।
26 Iya mbi biyi wa ba tre ndindi ni tu mbi'a, a he toki ba bachi mba batie ni Anabawa bi ce.
ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।
27 Amma mi hla yiwu wa bi ki sren ton, son bi kamba yi din tie zizi ni bi kran yi.
କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
28 Tie lulu ni bi mre yi ndi bre Irji ni bi ka to tie yiwu.
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
29 Niu wa nita wru ni ngbala nh'ma kori, uka nno rima, u wanda ban klon me ri, uka nno ri tiya.
ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ।
30 Nno indji wa a mye u. Idio nita ban kpie me, na mye ndu ka nno wu ngana.
ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।
31 To wa u son don ndji tie wu tie ki bawu me.
ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।
32 U ta son ndji wa ba son wu, wa hi ngyeri ndindi niwu? I bi latre ba tie toki me.
ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି।
33 U ta tie ndindi ni biwa ba tie ndindi wu'a, a ngye u bi ma niwu. E indji bi latre ba tie toki me.
ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି।
34 U tie nno hla nklen ni ndji wa u to ani ye han wu, wahi kpiew ngye ndindi ni wu? U bi latre'a ba nno hla ni bi latre nda kpa ikpie'a ba na nno.
ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି।
35 Amma son biwa bana nyme ni wuna ndi tie zizi bawu. Nno hla, hamma ni yo suron ula kpa kpie tuma, u di me ni babran, u bi he mri Madaukaki, wandi wawu me ani toh tie ni bi wa ba ka ngyri nda meme ndji.
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
36 He ni dri ndindi na tie mbi.
ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”
37 Na han tre tu rina, u bana han tre nitu me nan. Na kpa ri tie meme na, u bana kpau tie meme na. Wruhle ni bari, u ba wruhle niwu.
“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
38 Nno, u ba nno yi. Nene rhigra ma, uwa ba den nda grju mudu'a, ka shukuhle ni gban mbi. Ani mudu wawu tsra niwu, a ni kii ba tsra ni wu.”
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
39 A hla misali ri ni bawu, “Indji u nfyen ni tsro ndji u nfyen ri nkon? To a tie naki, ba bi ku ni juju, ka bana kuna?
ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ?
40 Ivren wa ani kpa tsro na zan asi tsro wu'a na, amma dun ndji wa ba tsro wu kle'a ani he na indji waa tsro'a.
ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।
41 Bi tie he mu ndi ni ya vi bi giga wa ahe ni shishi vayi me, ndina toh kikle nkpon wandi ahe ni shishi me'a na?
ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
42 U tie he ndi hla vayi me, 'Vayi, dume cu vi bi giga u shishi me,' i wu tume una to gbongbon u shishi me na? Iwu ndji u karji. Guci cu gbogbon u shishi me rju rhi ndi mla ya u wa ahi ni shishi vayi me.
ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”
43 E bana tie nkunkro ndindi mawa iklo ma ba gigla ma na, u gigla nkunkron na nno klo ndindi ma na.
“କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।
44 E ba to nkunkron ni klo ma. E indji bana kyen klo ncu ni nci ncoh na, ume bana kyen klo grapes rji ni miji braya na.
କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।
45 Indji ndindi rji ni suron ma ndindi ani tie kpi bi ndindima, u meme ndji rji ni meme suron ma ni tie meme kpi. Don rji ni gbugbu kpie bi mi suron inyu ma ni hla.
ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
46 Nitu ngye bi yome, 'Bachi, Bachi,' u bina tie kpie'a wame tre na?
ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?
47 Indji wa aye nime nda wo lan tre mu nda tie kpe wa mi tre'a, Mi hla ni yiwu ka ahi nha.
ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।
48 Ahe na ndi wasi meh koh nda shi juju u nci tra ri meme nda meh nci tra ni tu inha. Toh ima aye babran nda ri ni nci tra, u ana tie'u kpe na, nitu ba meh wu bi.
ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
49 Amma indji wa ani wo tre mu nda na tie bana, ahe na ndji wa a meh tra ni tu meme hamma ni zi nci tra. Ima aye babran nda ri ni nci tra'a, u koh'a tie gbla zi hle kpukpru wu.
କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”

< Luke 6 >