< Mark 11 >
1 da baye ni urshalima baye wiewiere ni bethphage mba Bethany ni gbuku olives u yesu ton mrikoh ma hari
ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବୈଥ୍ଫାଗୀ ଓ ବେଥନୀୟା ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
2 da hla ni hawu hi ni vi gbumu wakisiya biti rhi bi toh ba lo vre wadi idro na honni wu to na siwu ngrji mu
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।
3 idan itro miyei yi di bichninu nha tre bachi hu niwa ida akle ki ji kamye hari
ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”
4 se ha rhi ni vi gbua da ba to vre
ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।
5 da si ndi bari ba mie ba bisi tigye?
ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ?
6 u ba hla bawu bachi ni wa indi ba bana tre kpe na
ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ।
7 ba ji vre ye no yesu da ju nklon ba sur niwu du kusun ni tuma
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।
8 gbugbu ndi bari ba ju nklon ba sur ni wu du nzere zu nituma bari ba wa vuvu sur niwu du nzre zunituma
ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ।
9 biwa bana huba ba ya sei da guluzan da nitre hosanna lulu hei nitu ndia wadi a niye ni mi de bachi
ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
10 ite bu Dauda akpa lulu ni mulkima Hossana nimi shulu
ଆମ୍ଭମାନଙ୍କ ପିତୃ-ପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!
11 da yesu rhi nimi urushalima da hi nitra irji da ya konitsen da yaluti wa ka rhu hi ni Bethany baba mrikohma ulon don ha
ପରେ ସେ ଯିରୂଶାଲମ ସହରକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନୀୟାକୁ ବାହାରିଗଲେ।
12 ni vi uha ni bethanu u iyoun tiu
ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;
13 wa toh chi kukro ri ni gbugba n mu da hi ko ani fe iwo kukro a ni to ma da ahi dana toh kpei na sei vuvu migye ana hei niton u klomana
ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।
14 wa ka tre indio na ka ri klo mana u mri koh ma baka woh (aiōn )
ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। (aiōn )
15 da baye ni urushalima da ri hi ni tra irji da zu bi le kpei nitra irji da zu ruron ba hle ga ni bi sran klen nibi le gu
ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
16 ana kpanyeim duba ji kpei ule rinikina
ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ,
17 q hlatre rbawu bana han na ba you ikoh mu di ikoh u bre ni gbugbuku bi kan iko bi yib
ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।”
18 binna baba bi ti du irji ba wa nkon u wuu amma ba klu ndi ba, Gbugbu ndi ba wohtrea
ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।
19 niwa yalu a tin a rhu don gbua
ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ।
20 da ba zu da toh kunkro wadi yesu lau a klu rhini njama ba bwu nyu yo ni woho daya
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ।
21 Bitrus a rimre da tre malla wu toh kukro wawu lau? a kuq wawu
ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।
22 yesu ka sa u you suron irji
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କଠାରେ ବିଶ୍ୱାସ ରଖ।
23 jaji me hla yuwu ndi wa a you suron ni irji da hla ni ghu gbulu du grji joku ani joku
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ।
24 naki mi hla yuu di ikpei wa bi mie di kpa gyeim bikpa ana kam ti u me
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
25 da u kri di bre wuka kpayiem di wur hle duka ndia da lah u don du iti bi u shulu ni wur latre me hle niwu game
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
26 ihan Mark ana hla duta wur hle na
[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
27 baye ni urushalima gari yesu si nzre ni mikoh irji
ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
28 bi han ibe ni bi bla be ni baba bini koh baye niu da mie ni gbrgbrnlen han wu si ti kpe bi yi ahan nuu gbegbeblen u tiba
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
29 yesu ka sa du tre mime yi kpe ri bi ti ne tre a i mi hla u koni gbegbenlen nhami si ti kpi biyi
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି।
30 sukpa Yohana agri ri nishu ko ani ni meme
ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।”
31 baka san iyue ni kpaba da tre kita tre a irji ni shulu wa ani tre ngye sa kina kpa jiem ni u na
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
32 ama kika tre arji ni ndi ba klu sisir wa di batre si yohana ana ndi u ton du irji u ba hla ni yesu bana toh na
ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।
33 yesu ka tre meme mina hla ni yiwu ko ni gbengbenlen nha misi ti kpi bi yi
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”