< Mark 5 >
1 Baye ni gran nei u gbu garasinawa.
ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ।
2 Niwa, a ye rju ni mi jirgi. Hi hari baye zon tu ba igu ri u meme ruhu asi rju nimi hbei.
ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା।
3 Bubu son ma a hei ni bbei ba ndi wa ani ya ló koni sarka.
ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
4 Ni-ingu gbugbu ball ni sarka ba ma ruruwa asu sarka ba rji rji maruruwa. Ba Indi wa ani ya vu aba.
କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା।
5 Chachu, chachu ni ble mba ni yalu ani yargro na ni yar kpunma ni tita ni mi hbe ba ni kpah tita.
ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା।
6 A chu shishi to Yesu ni gbugbama na tsutsu ye kuque gbarju ruwa na nikon ma.
ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
7 A lu tre gban gban niwu; u mu get niwu? Yesu u vre rji u wawu? me pre ni de rji na tie me yahna.
ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।
8 U wa hla niwu's rju ni kpah ma I wu meme ruhu.
କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, “ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।”
9 Amyen bayo nde me ni nha? Wa hla niwu nde ma tuli ama a ki hei gbugbu'u.
ଆଉ ଯୀଶୁ ତାହାକୁ ପଚାରିଲେ, “ତୋର ନାଁ କଅଣ?” ସେ ତାହାକୁ କହିଲା, ମୋହର ନାଁ ବାହିନୀ, ଯେଣୁ ଆମେ ଅନେକ।
10 Abra Yesu dina zu wau ni gbuyina
ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା।
ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା।
12 Ba bra datre zutarhi need lecleba beri kiri niba.
ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ।
13 Abri ba meme ruhu ba rju dari ni licleba ba tsutsu gerji ni tie gbuw hau ni mi nei bakede bakai dubuha ba que ni nei.
ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା।
14 Biwa basi kurju ledeba ba tsutsu tu da la ikpe da tsir.
ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଅଛି ବୋଲି ଦେଖିବାକୁ ଆସିଲେ।
15 Baye ni irvriji Yesu tre da tah iguh u meme want nibawu tuh
ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।
16 Biwa sahe niki da toh kpe da sitsir ni igu meme ruhu, da la nibawu didime na ta bawu tre leeleba.
ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
17 Ba sawume tsu bre du biri gbua.
ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।
18 Asi sou ri ni jirgi iguh meme ruhu bra diwau hu.
ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା।
19 Ama Yesu na kpagmena ama da la ni niwuhi Kon me ni ndi me di la bawu ikpe rji teh u; yada as mashishime.
କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।”
20 Ahi kpa ma da so ma si la kpi bi keklema wa Yesu teh ni wu ni dikatolis. Kowa ni ndi sisri.
ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ।
21 Nlina Yesu, a rungra ni jirgin. Ri gbala ko rima ndi gbugu Baye gyekle ki niwu.
ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ।
22 Bi ni Kon ri church wa bayo Jairus ye du joku ni zama.
ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
23 Asake bra ngari du tree di verwa tsitsa te wiewier que mi bra ye di sawai niwu di sama sikpa nda son divine.
ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।
24 Bahi bawu; ndi gbugbu bawu nda ni hau nikpa
ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
25 Iwari beki wa the ni lol nkayinle is wulon nduha.
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
26 A shaya brabra ni wa bi nu mua gbugbu it ase kpama peh-phe wu nda ya di sikpa nihe ama lol ka kle.
ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
27 Awo kpi Yesu the. nda ye mi kuganma ni mi gbugbu ndi nda tuka ingloma
ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;
28 A tie nda mi taba igloma mike mi samu sikpa.
କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।
29 Niwa ataba wu; it kukri, ato ni kpa wawu samu sikpa ni lehenma
ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା।
30 Yesu toh nikpa gbegble rju mikpa. A gbaya ni mi bdiba nda tree, aha taba glomu?
ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?”
31 I miri konma batre u to gbugbu ndiyi tree ndi tre iha tabawu.
ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, “କିଏ ମୋତେ ଛୁଇଁଲା?”
32 Yesu ni son ya nda to aha taba wu.
କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ।
33 I wa to kpe asame wu sisitsir vu. Aye ndu joku ni gbui ma nda la wu gerger me.
ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା।
34 Ala wu, iuerwa, isorun didime asa u samu sikpame.
ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”
35 Asi tre; ndi bari ba rji ni nikon ie Church nda la, Iverwa me kwi na dane tiche kanam
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି?
36 Yesu wo kpe ba si tre, nda ua ni Kon ni church a na te sisri na khir behan gbagba.
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”
37 Ana bri druwo diwuna imba Bitrus, Yakubu mba Yohana vayi Yakubu.
ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।
38 Baye ni koh was ani anikon church a ato ndi ba si tre gbaba me, basi tsra gre gbagbame.
ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,
39 Ni rhi ma ni Kon ala bawu agesa bisi lo isoran ndi si gbagro? iverna, na gwuna, asigruna.
ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
40 Ba zahe. A zuba just pepeme ni ra nda mba iteh uer mba yinma ndi babe niwu, nda rhi hi ni iwirji iver ha.
କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ,
41 Avu iwo very nda la wu, Talita kumi wa ala iverwa tsitsa mi la ni wu lude. Ba wuton iver nda tsir (the nise well doha)
ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।”
42 Ba ter sisri pepeme nisorun dedeme.
ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।
43 Ala bawu ndi ba na la nidruna. Nda la bawu mu lla rhi.
ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।