< 1 Mbiri 16 >

1 Iwo anabwera nalo Bokosi la Mulungu ndipo analiyika pamalo pake mʼkati mwa tenti imene Davide anayimika ndipo iwo anapereka nsembe zopsereza ndi nsembe zachiyanjano pamaso pa Mulungu.
ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
2 Davide atatsiriza kupereka nsembe zopsereza ndi nsembe zachiyanjano, iye anadalitsa anthu mʼdzina la Yehova.
ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
3 Kenaka anagawira Mwisraeli aliyense, wamwamuna ndi wamkazi, aliyense buledi mmodzi, nthuli yanyama ndiponso keke yamphesa zowuma.
ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
4 Iye anasankha Alevi ena kuti azitumikira pamene panali Bokosi la Yehova, kuti azipemphera, azithokoza ndi kulemekeza Yehova Mulungu wa Israeli.
ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
5 Mtsogoleri wawo anali Asafu, wachiwiri anali Zekariya, kenaka Yeiyeli, Semiramoti, Yehieli, Matitiya, Eliabu, Benaya, Obedi-Edomu ndi Yeiyeli. Iwo amayimba azeze ndi apangwe, Asafu amayimba ziwaya za malipenga,
ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
6 ndipo ansembe Benaya ndi Yahazieli amawomba malipenga nthawi zonse pamaso pa Bokosi la Chipangano la Mulungu.
ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
7 Tsiku limeneli Davide anayamba nʼkusankha Asafu ndi anzake kuti ndiwo apereke nyimbo iyi ya matamando kwa Yehova:
ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
8 Yamikani Yehova, itanani dzina lake; lalikani za ntchito zake pakati pa mitundu ya anthu.
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
9 Imbirani Iye, muyimbireni nyimbo zamatamando; nenani za ntchito zake zonse zodabwitsa.
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
10 Nyadirani dzina lake loyera; ikondwere mitima ya iwo akufunafuna Yehova.
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
11 Dalirani Yehova ndi mphamvu zake; funafunani nkhope yake nthawi zonse.
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
12 Kumbukirani ntchito zodabwitsa wazichita, zozizwitsa zake, ndi kuweruza kwa mʼkamwa mwake,
ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13 inu zidzukulu za Israeli mtumiki wake, inu ana a Yakobo, osankhidwa ake.
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
14 Iye ndiye Yehova Mulungu wathu; chiweruzo chake chili pa dziko lonse lapansi.
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
15 Iye amakumbukira pangano lake nthawi zonse, mawu amene Iye analamula, kwa mibado miyandamiyanda,
ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
16 pangano limene anachita ndi Abrahamu, lonjezo limene analumbira kwa Isake.
ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;
17 Iye analitsimikiza kwa Yakobo monga lamulo, kwa Israeli monga pangano lamuyaya.
ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
18 “Kwa iwe, ine ndidzapereka dziko la Kanaani monga cholowa chimene udzachilandira.”
ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
19 Ali anthu owerengeka, ochepa ndithu, komanso alendo mʼdzikomo,
ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
20 iwo anayendayenda kuchoka ku mtundu wina kupita ku mtundu wina, ku ufumu wina kupita ku ufumu wina.
ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
21 Iye sanalole munthu aliyense kuti awapondereze; chifukwa cha iwo, Iye anadzudzula mafumu:
ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
22 “Musakhudze odzozedwa anga; musawachitire choyipa aneneri anga.”
କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍‍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
23 Imbirani Yehova, dziko lonse lapansi; lalikani za chipulumutso chake tsiku ndi tsiku.
ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
24 Lengezani za ulemerero wake kwa mitundu yonse, ntchito zake zonse zodabwitsa kwa anthu onse.
ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
25 Pakuti Yehova ndi wamkulu ndi woyenera kwambiri kumutamanda; Iyeyo ayenera kuopedwa kuposa milungu yonse.
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
26 Pakuti milungu yonse ya anthu a mitundu ina ndi mafano wopanda pake, koma Yehova analenga kumwamba.
କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
27 Ulemerero ndi ufumu zili pamaso pake; mphamvu ndi chimwemwe zili pa malo pokhala Iye.
ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
28 Perekani kwa Yehova, Inu mabanja a anthu a mitundu ina, perekani kwa Yehova ulemerero ndi mphamvu,
ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
29 perekani kwa Yehova ulemerero woyenera dzina lake. Bweretsani chopereka ndipo mufike pamaso pake; pembedzani Yehova mu ulemerero wachiyero chake.
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
30 Njenjemerani pamaso pake, dziko lonse lapansi! Dziko linakhazikika kolimba; silingasunthidwe.
ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
31 Zakumwamba zisangalale, dziko lapansi likondwere; anene anthu a mitundu ina, “Yehova ndi mfumu!”
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
32 Nyanja ikokome, ndi zonse zili mʼmenemo; minda ikondwere, ndi zonse zili mʼmenemo!
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
33 Ndipo mitengo ya mʼnkhalango idzayimba, idzayimba chifukwa cha chimwemwe pamaso pa Yehova, pakuti akubwera kudzaweruza dziko lapansi.
ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
34 Yamikani Yehova, pakuti Iye ndi wabwino; chikondi chake chikhala mpaka muyaya.
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
35 Fuwulani kuti, “Tipulumutseni, Inu Mulungu wa chipulumutso chathu, mutisonkhanitse ndipo mutipulumutse kwa anthu a mitundu ina, kuti tiyamike dzina lanu loyera, kuti tikutamandeni.”
ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
36 Atamandike Yehova Mulungu wa Israeli, kuyambira muyaya mpaka muyaya. Ndipo anthu onse anati, “Ameni” ndipo “Tikutamandani Yehova.”
ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
37 Ndipo Davide anasiya Asafu pamodzi ndi anzake kumene kunali Bokosi la Chipangano la Yehova kuti azitumikira kumeneko nthawi zonse, monga mwa zoyenera kuchita pa tsiku lililonse.
ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
38 Iye anasiyanso Obedi-Edomu pamodzi ndi anzake 68 kuti azitumikira nawo pamodzi. Obedi-Edomu mwana wa Yedutuni ndi Hosa anali alonda a pa chipata.
ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
39 Davide anasiya wansembe Zadoki ndi ansembe anzake ku chihema cha Yehova ku malo achipembedzo ku Gibiyoni
ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
40 kuti azipereka nsembe zopsereza kwa Yehova pa guwa lansembe nthawi zonse mmawa ndi madzulo, potsata zonse zimene zinalembedwa mʼbuku la malamulo a Yehova, amene anawapereka kwa Aisraeli.
ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
41 Anthuwo anali pamodzi ndi Hemani ndi Yedutuni ndi onse amene anawasankha mowatchula dzina kuti apereke mayamiko kwa Yehova, “pakuti chikondi chake ndi chosatha.”
ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
42 Hemani ndi Yedutuni anali oyangʼanira malipenga ndi ziwaya ndiponso zipangizo zina zoyimbira nyimbo zachipembedzo. Ana a Yedutuni anawayika kuti aziyangʼanira pa chipata.
ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।
43 Kenaka anthu onse anachoka, aliyense kupita kwawo. Ndipo Davide anabwerera ku nyumba kwake kukadalitsa banja lake.
ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।

< 1 Mbiri 16 >