< 1 Mbiri 18 >

1 Patapita nthawi, Davide anagonjetsa Afilisti ndipo anakhala pansi pa ulamuliro wake. Iye analanda Gati ndi midzi yake yozungulira mʼmanja mwa Afilistiwo.
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।
2 Davide anagonjetsanso Amowabu, nakhala pansi pa ulamuliro wake ndipo ankapereka msonkho kwa iye.
ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
3 Komanso Davide anagonjetsa Hadadezeri mfumu ya Zoba, mpaka ku Hamati, pamene anapita kukakhazikitsa ulamuliro wake mʼmbali mwa mtsinje wa Yufurate.
ଆହୁରି ସୋବାର ରାଜା ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍‍ ପର୍ଯ୍ୟନ୍ତ ପରାସ୍ତ କଲେ।
4 Davide analanda magaleta 1,000, anthu okwera magaleta 7,000 pamodzi ndi asilikali oyenda pansi 20,000. Iye anadula mitsempha ya akavalo onse okoka magaleta, koma anasiyapo akavalo 100 okha.
ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
5 Aramu wa ku Damasiko atabwera kudzathandiza Hadadezeri mfumu ya ku Zoba, Davide anakantha asilikali 22,000.
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
6 Iye anakhazikitsa maboma mu ufumu wa Aramu wa ku Damasiko, ndipo Aaramu anakhala pansi pa ulamuliro wake ndipo ankapereka msonkho. Yehova ankamupatsa chipambano Davide kulikonse kumene ankapita.
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
7 Davide anatenga zishango zagolide zimene ankanyamula akuluakulu ankhondo a Hadadezeri ndi kubwera nazo ku Yerusalemu.
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8 Kuchokera ku Teba ndi Kuni, mizinda ya Hadadezeri, Davide anatengako mkuwa wambiri umene Solomoni anapangira chimbiya, zipilala ndi zida zosiyanasiyana zamkuwa.
ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
9 Tou, mfumu ya Hamati atamva kuti Davide wagonjetsa gulu lonse lankhondo la Hadadezeri mfumu ya Zoba,
ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍‍ର ରାଜା ତୟି ଶୁଣନ୍ତେ,
10 anatumiza mwana wake Hadoramu kwa mfumu Davide kukamulonjera ndi kukamuyamikira chifukwa cha kupambana kwake pa nkhondo yake ndi Hadadezeriyo, amene analinso pa nkhondo ndi Tou. Hadoramu anabweretsa ziwiya zosiyanasiyana zagolide, zasiliva ndi zamkuwa.
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
11 Mfumu Davide inapereka zinthu zimenezi kwa Yehova, monga anachitira ndi siliva ndi golide zochokera ku mayiko ena onse monga Edomu ndi Mowabu, Aamoni ndi Afilisti, ndi Aamaleki.
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
12 Abisai mwana wa Zeruya anakantha Aedomu 18,000 mu Chigwa cha Mchere.
ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
13 Iye anayika maboma ku Edomu, ndipo Aedomu onse anakhala pansi pa Davide. Yehova ankapambanitsa Davide kulikonse kumene ankapita.
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
14 Davide analamulira dziko lonse la Israeli ndipo ankachita zonse mwachilungamo ndi molondola pamaso pa anthu ake onse.
ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
15 Yowabu, mwana wa Zeruya anali mkulu wa ankhondo; Yehosafati mwana wa Ahiludi anali mlembi wa zochitika;
ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।
16 Zadoki, mwana wa Ahitubi ndi Ahimeleki mwana wa Abiatara anali ansembe; Savisa anali mlembi;
ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
17 Benaya mwana wa Yehoyada anali mtsogoleri wa Akereti ndi Apeleti, ndipo ana a Davide anali alangizi a mfumu.
ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।

< 1 Mbiri 18 >