< 1 Yohane 5 >
1 Aliyense amene amakhulupirira kuti Yesu ndi Khristu, iyeyo ndi mwana wa Mulungu, ndipo aliyense amene amakonda Atate amakondanso Mwana wake.
ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
2 Chodziwira kuti timakonda ana a Mulungu nʼchakuti timakonda Mulungu ndi kusunga malamulo ake.
ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
3 Pakuti kukonda Mulungu ndiye kusunga malamulo ake. Ndipo malamulo ake siwolemetsa,
କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
4 chifukwa aliyense amene ndi mwana wa Mulungu amagonjetsa dziko lapansi. Chikhulupiriro chathu ndicho timagonjetsera dziko lapansi.
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
5 Ndani amagonjetsa dziko lapansi? Yekhayo amene amakhulupirira kuti Yesu ndi Mwana wa Mulungu.
ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
6 Uyu ndiye anabwera mwa madzi ndi magazi, ndiye Yesu Khristu. Sanabwere mwa madzi okha, koma mwa madzi ndi magazi. Ndipo ndi Mzimu Woyera amene akuchitira umboni, chifukwa Mzimu Woyera ndi choonadi.
ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
7 Pakuti pali atatu amene amachitira umboni.
ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
8 Mzimu Woyera, madzi ndi magazi; ndipo atatu amavomerezana.
ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ।
9 Timalandira umboni wa anthu, koma umboni wa Mulungu ndi wopambana. Umboniwo ndi umene anachitira Mwana wake.
ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।
10 Aliyense amene amakhulupirira Mwana wa Mulungu ali nawo umboniwu mu mtima mwake, koma aliyense amene sanakhulupirire Mulungu amayesa kuti Mulunguyo ndi wonama, chifukwa sanakhulupirire umboni umene Mulungu anachitira wa Mwana wake.
ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
11 Ndipo umboniwo ndi uwu: Mulungu anatipatsa moyo wosatha, ndipo moyowu uli mwa Mwana wake. (aiōnios )
ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। (aiōnios )
12 Iye amene ali ndi Mwana ali ndi moyo, amene alibe Mwana wa Mulungu alibe moyo.
ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
13 Ine ndikulemba zimenezi kwa inu, amene mwakhulupirira dzina la Mwana wa Mulungu kuti mudziwe kuti muli ndi moyo wosatha. (aiōnios )
ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। (aiōnios )
14 Ife timalimba mtima tikamafika pamaso pa Mulungu, popeza kuti ngati tipempha kanthu kalikonse monga mwa chifuniro chake, amatimvera.
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
15 Ndipo ngati tikudziwa kuti amatimvera, chilichonse chimene timapempha, tikudziwanso kuti tili nacho chimene tamupempha Iye.
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
16 Ngati wina aona mʼbale wake akuchita tchimo losadzetsa imfa, apemphere ndipo Mulungu adzamupatsa moyo mʼbale wakeyo. Ndikunena za ochita tchimo losadzetsa imfa. Pali tchimo lodzetsa imfa. Ine sindikunena kuti apemphere ayi.
କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।
17 Chilichonse chosalungama ndi tchimo ndipo pali tchimo losadzetsa imfa.
ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।
18 Tikudziwa kuti aliyense amene ndi mwana wa Mulungu sachimwirachimwirabe. Yesu, Mwana wa Mulungu, amamusunga ndipo woyipa uja sangamukhudze.
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
19 Tikudziwa kuti ndife ana a Mulungu ndi kuti dziko lonse lapansi lili pansi pa ulamuliro wa woyipayo.
ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
20 Tikudziwa kuti Mwana wa Mulungu anafika ndipo anatipatsa nzeru, kuti timudziwe Iye amene ali woona. Ndipo ife tili mwa Iye amene ndi woona, Mwana wake, Yesu Khristu. Iye ndi Mulungu woona ndi moyo wosatha. (aiōnios )
ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି। (aiōnios )
21 Ana okondedwa, dzisungeni bwino, osapembedza mafano.
ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।