< 1 Mafumu 21 >

1 Zitatha izi, panachitika nkhani yokhudza Naboti wa ku Yezireeli amene anali ndi munda wamphesa ku Yezireeli, pafupi ndi nyumba ya mfumu Ahabu, mfumu ya ku Samariya.
ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
2 Ahabu anawuza Naboti kuti, “Patse munda wako wa mpesa kuti ukhale munda wanga wa ndiwo zamasamba, popeza uli pafupi ndi nyumba yanga yaufumu. Mosinthana ndi mundawu ndidzakupatsa wina wabwino, kapena ngati ungafune, ndidzakupatsa ndalama pa mtengo wake wa mundawu.”
ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
3 Koma Naboti anayankha Ahabu kuti, “Pali Yehova, sindingakupatseni cholowa cha makolo anga.”
ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
4 Pamenepo Ahabu anapita ku nyumba yake, wachisoni ndi wokwiya chifukwa Naboti wa ku Yezireeli anamuwuza kuti, “Sindidzakupatsani cholowa cha makolo anga.” Ahabu anakagona pa bedi lake atayangʼana kumbali ndipo anakana chakudya.
ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
5 Yezebeli mkazi wake analowa ndipo anamufunsa kuti, “Chifukwa chiyani mukuoneka achisoni? Chifukwa chiyani simukufuna chakudya?”
ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”
6 Ahabu anayankha mkazi wake kuti, “Chifukwa chake nʼchakuti ine ndinamuwuza Naboti wa ku Yezireeli kuti, ‘Gulitse munda wako wa mpesa kapena ngati ungakonde ine ndidzakupatsa munda wina wabwino mʼmalo mwake.’ Koma iye anandiyankha kuti, ‘Sindidzakupatsani munda wanga wa mpesa.’”
ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”
7 Ndipo Yezebeli mkazi wake anati, “Kodi umu ndi mmene mumachitira ngati mfumu ya Israeli? Dzukani, idyani! Sangalalani. Ine ndidzakutengerani munda wamphesa wa Naboti wa ku Yezireeli.”
ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
8 Choncho Yezebeli analemba makalata mʼdzina la Ahabu, nawadinda chidindo cha mfumu, nawatumiza makalatawo kwa akuluakulu ndi kwa anthu olemekezeka amene ankakhala ndi Naboti mu mzinda mwake.
ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
9 Mʼmakalatamo Yezebeli analemba kuti: “Lengezani kuti anthu asale chakudya ndipo muyike Naboti pa malo aulemu pakati pa anthu.
ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;
10 Koma muyike anthu awiri oyipa mtima moyangʼanana naye ndipo iwo achitire umboni kuti watemberera Mulungu ndiponso mfumu. Ndipo mumutulutse ndi kumuponya miyala ndi kumupha.”
ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
11 Choncho akuluakulu ndi anthu olemekezeka amene ankakhala ndi Naboti mu mzinda mwake anachita monga analamulira Yezebeli mʼmakalata amene anawalembera.
ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍‍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍‍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
12 Iwo analengeza kuti anthu asale chakudya ndipo anayika Naboti pa malo aulemu pakati pa anthu.
ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ବସାଇଲେ।
13 Ndipo anthu awiri oyipa anabwera nakhala moyangʼanana naye ndipo anamunenera zoyipa Naboti pamaso pa anthu, ponena kuti, “Naboti watemberera Mulungu ndiponso mfumu.” Choncho anamutulutsira kunja kwa mzinda ndi kumuponya miyala ndi kumupha.
ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
14 Atatero anatumiza mawu kwa Yezebeli akuti, “Naboti amuponya miyala ndipo wafa.”
ତହିଁ ଉତ୍ତାରେ ସେମାନେ ଈଷେବଲ୍‍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।
15 Yezebeli atangomva kuti Naboti amuponya miyala ndipo wafa, iye anakamuwuza Ahabu kuti, “Dzukani, katengeni munda wamphesa wa Naboti wa ku Yezireeli umene anawukaniza kukugulitsani. Naboti sali moyonso, koma wafa.”
ଏଥିରେ ଈଷେବଲ୍‍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍‍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”
16 Ahabu atamva kuti Naboti wafa, ananyamuka kukatenga munda wamphesa wa Naboti.
ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।
17 Ndipo Yehova anayankhula ndi Eliya wa ku Tisibe kuti,
ଏଥିଉତ୍ତାରେ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
18 “Nyamuka, pita ukakumane ndi Ahabu, mfumu ya Israeli amene amalamulira ku Samariya. Pano ali ku munda wamphesa wa Naboti kumene wapita kuti akatenge mundawo kuti ukhale wake.
ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
19 Ukamuwuze kuti: ‘Yehova akuti, Kodi siwapha munthu ndi kumulandanso munda wake?’ Ndipo ukamuwuzenso kuti, ‘Yehova akuti, Pamalo pamene agalu ananyambita magazi a Naboti, pamalo pomwepo agalu adzanyambita magazi ako, inde, akonso!’”
ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍‍ କରିଅଛ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”
20 Ahabu anati kwa Eliya, “Tsono wandipeza, iwe mdani wanga!” Eliya anayankha kuti, “Inde ndakupezani chifukwa mwadzigulitsa kuti muchite zoyipa pamaso pa Yehova.
ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।
21 Iye akuti ‘Taonani, ine ndidzabweretsa mavuto pa iwe. Ndidzawononga kotheratu zidzukulu zako ndi kuchotsa mu Israeli munthu aliyense wamwamuna wa banja la Ahabu, kapolo kapena mfulu.
ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ବିନାଶ କରିବି, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି।
22 Ndidzawononga nyumba yako monga momwe ndinawonongera nyumba ya Yeroboamu mwana wa Nebati ndiponso ngati nyumba ya Baasa mwana wa Ahiya, chifukwa wandikwiyitsa Ine ndi kuchimwitsa Israeli.’
ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।
23 “Ndipo kunena za Yezebeli, Yehova akuti, ‘Agalu adzadya Yezebeli mʼmbali mwa khoma la Yezireeli.’
ଆଉ ଈଷେବଲ୍‍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍‍କୁ ଖାଇବେ।”
24 “Agalu adzadya munthu aliyense wa nyumba ya Ahabu amene adzafere mu mzinda, ndipo mbalame za mu mlengalenga zidzadya aliyense wofera ku thengo.”
ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
25 (Kunalibe munthu ngati Ahabu, amene anadzigulitsa kuchita zoyipa pamaso pa Yehova, amene anakopedwa ndi mkazi wake Yezebeli.
ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
26 Iye anachita zonyansa kwambiri popembedza mafano, monga mmene ankachitira Aamori amene Yehova anawachotsa pamene Aisraeli ankafika).
ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
27 Ahabu atamva mawu amenewa, anangʼamba zovala zake, navala ziguduli ndi kusala chakudya. Anagona pa ziguduli, nayenda pangʼonopangʼono.
ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
28 Pamenepo Yehova anayankhula ndi Eliya wa ku Tisibe kuti,
ତହୁଁ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
29 “Kodi waona mmene Ahabu wadzichepetsera pamaso panga? Chifukwa wadzichepetsa, sindidzabweretsa mavuto amenewa pa nthawi ya moyo wake, koma ndidzawabweretsa pa nyumba yake pa nthawi ya mwana wake.”
ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”

< 1 Mafumu 21 >