< 1 Mafumu 9 >

1 Solomoni atatsiriza kumanga Nyumba ya Yehova ndi nyumba yaufumu, ndi kukwaniritsa kuchita zonse zimene ankafuna,
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,
2 Yehova anamuonekera kachiwiri, monga momwe anamuonekera ku Gibiyoni.
ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍‍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।
3 Yehova ananena kwa iye kuti: “Ndamva pemphero ndi pembedzero lako pa zimene wapempha pamaso panga. Ndayipatula Nyumba iyi, imene wamanga, poyikamo Dzina langa mpaka muyaya. Maso anga ndi mtima wanga zidzakhala pamenepo nthawi zonse.
ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
4 “Kunena za iwe, ukayenda pamaso panga mokhulupirika, mwangwiro ndi moona mtima monga momwe anachitira abambo ako Davide, ndi kuchita zonse zimene ndakulamula ndi kusamalitsa malangizo ndi malamulo anga,
ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;
5 Ine ndidzakhazikitsa mpando wako waufumu pa Israeli mpaka muyaya, monga ndinalonjezera abambo ako Davide pamene ndinati, ‘Sipadzasowa munthu pa mpando waufumu wa Israeli.’
‘ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ,’ ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତକାଳ ସ୍ଥିର କରିବା।
6 “Koma ngati iwe kapena ana ako mudzapatuka ndi kuleka kusunga malamulo ndi mawu anga amene ndakupatsani ndi kupita kukatumikira milungu ina ndi kuyipembedza,
ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍‍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
7 pamenepo Ine ndidzazula Aisraeli mʼdziko limene ndinawapatsa ndiponso ndidzayikana Nyumba ino imene ndayipatula chifukwa cha Dzina langa. Pamenepo Aisraeli adzasanduka mwambi ndi chinthu chonyozedwa pakati pa anthu onse.
ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
8 Ndipo ngakhale kuti tsopano Nyumba ya Mulunguyi ndi yokongola kwambiri, onse amene adzadutsa pano adzadabwa kwambiri ndipo adzatsonya ndipo adzati, ‘Nʼchifukwa chiyani Yehova wachita chinthu chotere mʼdziko muno ndi pa Nyumba ya Mulunguyi?’
ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’
9 Anthu adzayankha kuti, ‘Nʼchifukwa chakuti asiya Yehova Mulungu wawo amene anatulutsa makolo awo mʼdziko la Igupto, ndipo akangamira milungu ina ndi kumayipembedza ndi kuyitumikira. Choncho Iye wabweretsa zovuta zonsezi.’”
ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’”
10 Patatha zaka makumi awiri, ndiye nthawi imene Solomoni anamanga nyumba ziwirizi: Nyumba ya Yehova ndi nyumba yaufumu,
ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;
11 Mfumu Solomoni anapereka mizinda makumi awiri ya ku Galileya kwa Hiramu mfumu ya ku Turo chifukwa Hiramu nʼkuti atapereka mitengo yonse ya mkungudza ndi ya payini ndiponso golide yense zimene Solomoni ankazifuna.
ତହିଁର ଶେଷରେ ଶଲୋମନ ରାଜା ସୋରର ରାଜା ହୂରମ୍‍କୁ; ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ; ଏହି ହୂରମ୍‍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ସୁବର୍ଣ୍ଣ ଯୋଗାଇ ଦେଇଥିଲା।
12 Koma Hiramu atabwera kuchokera ku Turo kudzaona mizinda imene Solomoni anamupatsa, sanasangalatsidwe nayo mizindayo.
ଏଉତ୍ତାରେ ହୂରମ୍‍ ଶଲୋମନଙ୍କର ଦତ୍ତ ନଗରମାନ ଦେଖିବାକୁ ସୋରରୁ ଆସିଲା, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
13 Iye anafunsa kuti, “Mʼbale wanga, kodi iyi nʼkukhala mizinda yondipatsa?” Ndipo iye anayitcha mizindayo Dziko la Kabuli, dzina lomwe amatchedwa mpaka lero lino.
ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
14 Koma Hiramu anali atatumiza kwa mfumu golide oposa makilogalamu 4,000.
ପୁଣି, ହୂରମ୍‍ ଏକ ଶହ କୋଡ଼ିଏ ତାଳନ୍ତ ସୁନା ରାଜାଙ୍କ ନିକଟକୁ ପଠାଇଦେଲା।
15 Izi ndi zimene anachita Mfumu Solomoni: Analamula anthu kuti agwire ntchito yathangata pomanga Nyumba ya Yehova, nyumba yake, malo achitetezo a Milo, mpanda wa Yerusalemu, Hazori, Megido ndi Gezeri.
ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
16 (Farao mfumu ya ku Igupto inali itathira nkhondo ndi kulanda Gezeri. Iye anatentha mzindawo. Anapha Akanaani amene ankakhala mʼmenemo ndipo kenaka anawupereka ngati mphatso yaukwati kwa mwana wake wamkazi amene anakwatiwa ndi Solomoni.
ମିସରର ରାଜା ଫାରୋ ଯାଇ ଗେଷର ହସ୍ତଗତ କରି ତାହା ଅଗ୍ନିରେ ଦଗ୍ଧ କରି ତନ୍ନିବାସୀ କିଣାନୀୟମାନଙ୍କୁ ବଧ କରି ତାହା ଯୌତୁକ ରୂପେ ଆପଣା କନ୍ୟା ଶଲୋମନଙ୍କର ଭାର୍ଯ୍ୟାକୁ ଦେଇଥିଲା।
17 Ndipo Solomoni anamanganso Gezeri.) Iye anamanga Beti-Horoni Wakumunsi,
ଏହେତୁ ଶଲୋମନ ଦେଶ ମଧ୍ୟରେ ଗେଷର, ଅଧଃସ୍ଥିତ ବେଥ୍-ହୋରଣ,
18 Baalati ndi Tadimori ku chipululu, mʼdziko lake lomwelo,
ବାଲତ୍‍ ଓ ପ୍ରାନ୍ତରସ୍ଥ ତାମୋର,
19 pamodzinso ndi mizinda yake yosungira chuma ndiponso mizinda yosungiramo magaleta ndi akavalo ake. Anamanganso chilichonse chimene anafuna kumanga ku Yerusalemu, ku Lebanoni ndi ku madera onse amene iye ankalamulira.
ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।
20 Panali anthu amene anatsala pakati pa mitundu ya Aamori, Ahiti, Aperezi, Ahivi ndi Ayebusi (anthu awa sanali Aisraeli).
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସକଳ ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ;
21 Zimenezi ndiye zinali zidzukulu zawo zotsalira mʼdzikoli, anthu amene Aisraeli sanathe kuwawononga kotheratu. Solomoni anawatenga ndi kukhala akapolo ake ogwira ntchito yathangata, monga zilili mpaka lero lino.
ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।
22 Koma Solomoni sanagwiritse ntchito ya ukapolo Mwisraeli aliyense; iwo anali anthu ake ankhondo, nduna zake, atsogoleri a ankhondo, akapitawo ake, olamulira magaleta ndi oyendetsa magaleta ake.
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ତାଙ୍କ ରାଜଭୃତ୍ୟ, ତାଙ୍କ ଅଧିପତି, ତାଙ୍କର ସେନାପତି, ତାଙ୍କ ରଥ ଓ ଅଶ୍ୱାରୋହୀମାନଙ୍କ ଉପରେ ଅଧ୍ୟକ୍ଷ ଥିଲେ।
23 Amenewa ndiwo anali akuluakulu oyangʼanira ntchito za Solomoni. Anthu okwana 550 ndiwo ankayangʼanira anthu amene ankagwira ntchitowo.
ସେମାନଙ୍କ ମଧ୍ୟରୁ ପାଞ୍ଚ ଶହ ପଚାଶ ଜଣ ଶଲୋମନଙ୍କର କର୍ମରେ ନିଯୁକ୍ତ ପ୍ରଧାନ ଅଧ୍ୟକ୍ଷ ଥିଲେ। ସେମାନେ କର୍ମକାରୀ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
24 Mwana wamkazi wa Farao atachoka mu Mzinda wa Davide, kupita ku nyumba ya mfumu imene Solomoni anamumangira, Solomoni anamanga malo achitetezo a Milo.
ମାତ୍ର ଫାରୋର କନ୍ୟା ଦାଉଦ-ନଗରରୁ ଶଲୋମନଙ୍କ ଦ୍ୱାରା ତାହା ପାଇଁ ନିର୍ମିତ ଆପଣା ଗୃହକୁ ଆସିଲା; ତେବେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
25 Katatu pa chaka Solomoni ankapereka nsembe zopsereza ndi nsembe zachiyanjano pa guwa lansembe limene anamangira Yehova ndiponso ankafukiza lubani pamaso pa Yehova. Potero ankakwaniritsa zoyenera kuchitika mu Nyumba ya Yehova.
ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।
26 Mfumu Solomoni anapanganso sitima zapamadzi ku Ezioni Geberi, malo amene ali pafupi ndi Eloti ku Edomu, mʼmbali mwa Nyanja Yofiira.
ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
27 Ndipo Hiramu anatumiza anthu ake oyendetsa sitima zapamadzi amene ankadziwa za pa nyanja kuti aziyendetsa pamodzi ndi anthu a Solomoni.
ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।
28 Iwo anapita ku Ofiri ndipo anakatenga golide okwana makilogalamu 14,000, amene anamupereka kwa Mfumu Solomoni.
ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।

< 1 Mafumu 9 >