< 1 Samueli 10 >

1 Ndipo Samueli anatenga botolo la mafuta nathira mafutawo pa mutu wa Sauli ndipo anapsompsona nati, “Yehova wakudzoza kuti ukhale mtsogoleri wa anthu ake, Aisraeli. Iwe udzalamulira anthu a Yehova ndiponso udzawapulumutsa mʼmanja mwa adani awo owazungulira. Chizindikiro chakuti Yehova wakudzoza kuti ukhale mtsogoleri wa anthu ake ndi ichi:
ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
2 Ukachoka pano lero lino, udzakumana ndi amuna awiri kufupi ndi manda a Rakele ku Zeliza mʼmalire mwa dziko la Benjamini ndipo adzakuwuza kuti, ‘Abulu amene munkafunafuna aja apezeka. Ndipo tsopano abambo ako asiya kuganiza za abulu ndipo akudera nkhawa za iwe.’ Iwo akufunsa kuti, ‘Kodi ndidzachita chiyani mmene mwana wanga sakuoneka?’”
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍‍ର ସୀମାସ୍ଥିତ ସେଲ୍‍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’
3 “Ndipo udzapyola pamenepo ndi kufika ku mtengo wa thundu wa ku Tabori. Kumeneko udzakumana ndi anthu atatu akupita kukapereka nsembe ku Nyumba ya Mulungu ku Beteli. Mmodzi adzakhala atanyamula ana ambuzi atatu, wina atanyamula malofu atatu a buledi, ndi winayo atanyamula thumba la vinyo.
ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍‍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
4 Adzakupatsa moni ndi kukupatsa malofu awiri a buledi. Iwe udzalandire bulediyo.
ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।
5 “Pambuyo pake, udzafike ku Gibeyati-Elohimu, kumene kuli gulu la ankhondo la Afilisti. Pamene ukuyandikira mzindawo, udzakumana ndi gulu la aneneri akutsika kuchokera ku phiri, akuyimba zeze, ngʼoma, zitoliro ndi pangwe, ndiponso akulosera.
ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;
6 Kenaka Mzimu wa Yehova udzabwera pa iwe ndi mphamvu, ndipo udzayamba kulosera nawo pamodzi. Ndipo udzasinthika kukhala munthu wina.
ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
7 Zizindikiro izi zikakachitika, dzachite chilichonse manja ako angathe kuchita, pakuti Mulungu ali nawe.
ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
8 “Tsono tsogola kupita ku Giligala. Ine ndidzabwera ndithu kudzapereka nsembe zopsereza ndi nsembe zachiyanjano. Koma ukandidikire masiku asanu ndi awiri mpaka ine nditabwera kuti ndidzakuwuze zomwe udzachite.”
ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”
9 Sauli akutembenuka kusiyana ndi Samueli, Mulungu anasintha mtima wa Sauli, ndipo zinthu zonsezi zinakwaniritsidwa tsiku lomwelo.
ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।
10 Atafika ku Gibeya, anakumana ndi gulu la aneneri. Mzimu wa Mulungu unabwera pa iye mwamphamvu, nayamba kulosa nawo.
ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
11 Pamene onse amene ankamudziwa kale anamuona akulosera pamodzi ndi aneneri, anafunsana wina ndi mnzake. “Kodi nʼchiyani chachitika ndi mwana wa Kisi? Kodi Sauli alinso mʼgulu la aneneri?”
ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?
12 Munthu wina wa kumeneko anayankha kuti, “Nanga enawa abambo awo ndani?” Kotero kunayambika mwambi wakuti, “Kodi Saulinso ali mʼgulu la aneneri?”
ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।
13 Sauli atasiya kuloserako, anapita ku kachisi ku phiri.
ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।
14 Tsono amalume ake a Sauli anamufunsa ndi mnyamata wake kuti, “Munapita kuti?” Iye anayakha, “Timakafunafuna abulu koma titaona kuti sakupezeka, tinapita kwa Samueli.”
ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”
15 Amalume ake a Sauli anati, “Chonde, ndifotokozereniko zimene Samueli wakuwuzani.”
ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।
16 Sauli anati, “Iye anatitsimikizira kuti abulu anapezeka.” Koma sanawawuze amalume akewo za nkhani ija ya ufumu imene Samueli anamuwuza.
ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
17 Samueli anayitana Aisraeli onse kuti asonkhane pamaso pa Yehova ku Mizipa.
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
18 Ndipo anawuza Aisraeli onse kuti, “Yehova Mulungu wa Israeli akuti, ‘Ine ndinakutulutsani mʼdziko la Igupto ndi kukupulumutsani mʼdzanja la Igupto ndi mʼdzanja la mafumu onse amene ankakuzunzani.’
ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’
19 Koma lero mwamukana Mulungu wanu amene amakupulumutsani mʼmavuto anu onse ndi mʼzowawa zanu. Ndipo mukuti, ‘Ayi, koma mutipatse mfumu yotilamulira.’ Tsopanotu sonkhanani pamaso pa Yehova mwa mafuko ndi mabanja anu.”
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
20 Samueli atasonkhanitsa mafuko onse a Israeli, fuko la Benjamini linasankhidwa.
ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା।
21 Anasonkhanitsa fuko la Benjamini banja ndi banja. Pomaliza anasonkhanitsa banja la Matiri mmodzimmodzi ndipo Sauli mwana wa Kisi anasankhidwa. Koma atamufunafuna, sanamupeze.
ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
22 Tsono anthu anafunsanso kwa Yehova kuti, “Kodi munthuyu wabwera kale kuno?” Ndipo Yehova anayankha kuti, “Inde wabisala pakati pa katundu.”
ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”
23 Iwo anathamanga ndi kukamutenga kumeneko. Atayimirira pakati pa anthu anapezeka kuti anali wamtali kuposa anthu ena mwakuti ankamulekeza mʼmapewa.
ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।
24 Samueli anafunsa anthu onse kuti, “Kodi mukumuona munthu amene Yehova wasankha? Palibe wofanana naye pakati pa anthu onse.” Kenaka anthu onse anafuwula kuti, “Mfumu ikhale ndi moyo wautali!”
ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
25 Samueli anafotokozera anthu ntchito ndi udindo wa mfumu. Pambuyo pake analemba mʼbuku zonse zokhudza ntchito ndi udindo wa mfumu, ndipo bukulo analiyika pamaso pa Yehova. Kenaka Samueli analola aliyense kuti abwerere kupita kwawo.
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
26 Sauli anapitanso ku mudzi kwawo ku Gibeya, pamodzi ndi anthu amphamvu amene Mulungu anawafewetsa mitima.
ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
27 Koma anthu ena achabechabe anati, “Kodi munthu uyu angathe bwanji kutipulumutsa?” Iwo anayamba kumunyoza Sauliyo, ndipo sankamupatsa ngakhale mphatso. Koma iye sanalabadireko.
ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।

< 1 Samueli 10 >