< 1 Samueli 27 >

1 Davide anaganiza mu mtima mwake nati, “Tsiku lina ine ndidzaphedwa ndi Sauli. Palibe chabwino ndingachite, koma kuthawira ku dziko la Afilisti. Kotero Sauli adzasiya kundifunafuna mʼdziko lonse la Israeli, ndipo ndidzapulumuka.”
ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, “ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।”
2 Choncho Davide ndi anthu 600 amene anali nawo anachoka napita kwa Akisi mwana wa Maoki mfumu ya ku Gati.
ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍‍ ନାମକ ଗାଥ୍‍ର ରାଜା ନିକଟକୁ ଗଲେ।
3 Davide anakhala ndi Akisi ku Gati pamodzi ndi ankhondo ake, aliyense ndi banja lake. Davide ali ndi akazi ake awiri, Ahinoamu wa ku Yezireeli ndi Abigayeli wa ku Karimeli, mkazi wamasiye wa Nabala.
ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।
4 Sauli anamva kuti Davide wathawira ku Gati, ndipo sanamufunefunenso.
ଏଣୁ ଦାଉଦ ଗାଥ୍‍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।
5 Kenaka Davide anawuza Akisi kuti, “Ngati ndapeza kuyanja pamaso panu mundipatse malo dera limodzi la dziko lanu kuti ndizikhala kumeneko. Mtumiki wanu adzakhala mu mzinda waufumu chifukwa chiyani?”
ଏଥିଉତ୍ତାରେ ଦାଉଦ ଆଖୀଶ୍‍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?”
6 Choncho tsiku limenelo Akisi anamupatsa Zikilagi ndipo mzindawo wakhala wa mafumu a Yuda mpaka lero.
ତହିଁରେ ଆଖୀଶ୍‍ ସେହି ଦିନ ତାହାକୁ ସିକ୍ଲଗ୍‍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍‍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।
7 Davide anakhala mʼdziko la Afilisti kwa chaka chimodzi ndi miyezi inayi.
ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।
8 Tsono Davide ndi anthu ake ankapita kukathira nkhondo Agesuri, Agirizi ndi Aamaleki. (Mitundu ya anthu imeneyi kuyambira kale inkakhala mʼdziko la pakati pa Suri ndi Igupto).
ଏଥିମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।
9 Davide ankati akathira nkhondo dera lina, sankasiya munthu wamoyo, mwamuna kapena mkazi, koma ankatenga nkhosa, ngʼombe, abulu, ngamira ndi zovala, pambuyo pake nʼkubwerera kwa Akisi.
ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।
10 Akisi akafunsa kuti, “Kodi lero unapita kukathira nkhondo kuti?” Davide ankayankha kuti, “Ndinapita kukathira nkhondo kummwera kwa Yuda,” mwinanso ankanena kuti, “Ndinapita ku dziko la Ayerahimeeli” kapenanso ankanena kuti, “Ndinapita ku dziko la Akeni.”
ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”
11 Davide sankasiya mwamuna kapena mkazi wamoyo kuti akafotokozere anthu a ku Gati zochitikazo kuopa kuti opulumukawo akhoza kudzanena kuti “Davide watichita zakutizakuti.” Tsono izi ndi zimene Davide ankachita pamene ankakhala mʼdziko la Afilisti.
ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, “ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ” ବୋଲି ଭାବି ଦାଉଦ ଗାଥ୍‍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।
12 Akisi ankamukhulupirira Davide ndipo ankati mu mtima mwake, “Davide wadzisandutsa munthu woyipa kwambiri pakati pa anthu ake omwe, Aisraeli. Tsono adzakhala mtumiki wanga mpaka kalekale.”
ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”

< 1 Samueli 27 >