< 1 Samueli 4 >
1 Ndipo mawu a Samueli anafika kwa Aisraeli onse. Aisraeli anapita kukamenya nkhondo ndi Afilisti. Aisraeli anamanga misasa yawo ku Ebenezeri, ndipo Afilisti anamanga ku Afeki.
ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
2 Afilisti anandanda kuyangʼana Aisraeli nayamba kumenyana. Nkhondo inakula ndipo Afilisti anagonjetsa Aisraeli napha anthu 4,000 pa malo a nkhondopo.
ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
3 Asilikali atabwerera ku misasa, akuluakulu a Israeli anafunsa kuti, “Nʼchifukwa chiyani Yehova walola kuti tigonjetsedwe lero pamaso pa Afilisti? Tiyeni tikatenge Bokosi la Chipangano cha Yehova ku Silo kuti Yehovayo abwere kukhala pakati pathu ndi kutipulumutsa mʼmanja mwa adani athu.”
ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”
4 Choncho anatuma anthu ku Silo ndipo anakatenga Bokosi la Chipangano cha Yehova Wamphamvuzonse amene amakhala pa akerubi. Ndipo ana awiri a Eli, Hofini ndi Finehasi anatsagana nalo Bokosi la Chipangano cha Mulungu.
ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
5 Bokosi la Chipangano cha Yehova litafika ku msasa, Aisraeli onse anafuwula kwambiri mpaka nthaka inagwedezeka.
ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
6 Atamva kufuwulaku, Afilisti anafunsa, “Kodi kufuwula kwakukulu kumeneku ku misasa ya Ahebri ndi kwachiyani?” Atamva kuti Bokosi la Yehova lafika ku msasako,
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
7 Afilisti anachita mantha pakuti iwo ankanena kuti, “Milungu yafika ku msasa. Iwo anati, ‘Tili pamavuto. Chinthu choterechi sichinachitikepo nʼkale lomwe.
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
8 Atsoka ife! Adzatipulumutsa ndani mʼmanja mwa milungu yamphamvuyi? Iyi ndi milungu imene inakantha Aigupto ndi miliri yosiyanasiyana mʼchipululu.
ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
9 Limbani mtima Afilisti! Chitani chamuna, kuti mungakhale akapolo a Ahebri monga iwowa alili akapolo anu. Chitani chamuna ndipo menyani nkhondo!’”
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
10 Choncho Afilisti anamenya nkhondo, ndipo anagonjetsa Aisraeli. Iwo anathawa aliyense kwawo. Ankhondo a Aisraeli oyenda pansi okwanira 30,000 anaphedwa.
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
11 Ndipo Bokosi la Chipangano la Yehova linalandidwa, ndiponso ana awiri Eli, Hofini ndi Finehasi anaphedwa.
ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
12 Tsiku lomwelo munthu wina wa fuko la Benjamini anathawa ku nkhondo ndipo anafika ku Silo. Iyeyu zovala zake zinali zongʼamba ndipo anadzithira dothi kumutu kuonetsa chisoni.
ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
13 Atafika, anapeza Eli atakhala pa mpando wake mʼmbali mwa msewu, akungoyangʼana, pakuti ankadera nkhawa Bokosi la Mulungu. Munthuyo atalowa mu mzindamo ndi kufotokoza zimene zinachitika ku nkhondo, anthu onse a mu mzindamo anayamba kulira.
ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
14 Eli atamva kulirako anafunsa kuti, “Kodi phokosoli likutanthauza chiyani?” Tsono munthu wa fuko la Benjamini uja anapita msanga kwa Eli kukamufotokozera.
ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
15 Nthawiyo nʼkuti Eli ali wa zaka 98 ndipo maso ake anali atachita khungu kotero kuti samatha kuona.
ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
16 Munthuyo anamuwuza Eli kuti, “Ine ndabwera kuchokera ku nkhondo, ndathawako lero lomwe lino.” Eli anafunsa, “Nanga nkhondo yayenda bwanji mwana wanga?”
ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
17 Iye anayankha kuti, “Aisraeli athawa pamaso pa Afilisti. Anthu ambirimbiri aphedwa. Ana anunso Hofini ndi Finehasi aphedwa. Bokosi la Mulungu nalonso lalandidwa.”
ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
18 Atangotchula Bokosi la Yehova, Eli anagwa chagada, kuchoka pa mpando wake umene unali mʼmbali mwa chitseko cha mpanda. Khosi lake linathyoka ndipo anafa, pakuti anali okalamba ndi onenepa kwambiri. Iye anatsogolera Israeli zaka makumi anayi.
ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
19 Nthawiyo, mpongozi wa Eli, mkazi wa Finehasi anali woyembekezera ndipo anali pafupi kuchira. Atamva kuti Bokosi la Mulungu lalandidwa ndi kuti mpongozi wake Eli ndi mwamuna wake amwalira, ululu wa pobereka mwana unamufikira modzidzimutsa ndipo anabereka mwana.
ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
20 Popeza mkaziyo anali pafupi kumwalira, akazi amene amamuthandiza anati, “Usaope, wabereka mwana wamwamuna” Koma iye sanayankhe kapena kulabadirako.
ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
21 Tsono iye anatcha mwanayo dzina loti Ikabodi kutanthauza kuti, “Ulemerero wachoka mu Israeli,” chifukwa cha kulandidwa Bokosi la Mulungu ndi imfa ya mpongozi wake Eli ndi mwamuna wake.
ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
22 Ananena momwemo kuti, “Ulemerero wachoka mu Israeli, pakuti Bokosi la Mulungu lalandidwa.”
ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”