< 2 Mbiri 18 >

1 Tsono Yehosafati anali ndi chuma chambiri ndi ulemu, ndipo iye anachita mgwirizano wa ukwati ndi Ahabu.
ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
2 Patapita zaka zina, iye anapita kukacheza kwa Ahabu mu Samariya. Ahabu anaphera iye pamodzi ndi anthu amene anali naye, nkhosa zambiri ndi ngʼombe ndipo anamuwumiriza kuti akathire nawo nkhondo Ramoti Giliyadi
ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
3 Ahabu mfumu ya Israeli anafunsa Yehosafati mfumu ya Yuda kuti, “Kodi mudzapita nane kukalimbana ndi Ramoti Giliyadi?” Yehosafati anayankha kuti, “Ine ndili ngati inu nomwe, ndi anthu anga ngati anthu anu. Ife tikhala nanu limodzi pa nkhondoyi.”
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
4 Koma Yehosafati anatinso kwa mfumu ya Israeli, “Choyamba mupemphe nzeru kwa Yehova.”
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
5 Tsono mfumu ya Israeli inasonkhanitsa aneneri 400 ndipo inawafunsa kuti, “Kodi tipite kukalimbana ndi Ramoti Giliyadi kapena tileke?” Iwo anayankha kuti, “Pitani, pakuti Mulungu adzawupereka mʼdzanja la mfumu.”
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
6 Koma Yehosafati anafunsanso kuti, “Kodi kuno kulibe mneneri wina wa Yehova amene ife tingafunsireko?”
ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କେହି କି ଏଠାରେ ନାହିଁ?”
7 Mfumu ya Israeli inayankha Yehosafati kuti, “Alipo munthu mmodzi amene ife kudzera mwa iye titha kufunsira kwa Yehova, koma ndimadana naye chifukwa sandilosera zabwino koma zoyipa nthawi zonse. Iyeyu ndi Mikaya mwana wa Imula.” Yehosafati anayankha kuti, “Mfumu isanene motero.”
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
8 Choncho mfumu ya Israeli inayitana mmodzi mwa akuluakulu ake ndipo inati, “Kamutengeni Mikaya mwana wa Imula, abwere msanga.”
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
9 Mfumu ya Israeli ndi Yehosafati mfumu ya Yuda, atavala mikanjo yawo yaufumu anali atakhala pa mipando yawo yaufumu pabwalo lopunthira tirigu pa khomo la chipata cha Samariya, pamodzi ndi aneneri onse akunenera pamaso pawo.
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,
10 Tsono Zedekiya mwana wa Kenaana anapanga nyanga zachitsulo ndipo analengeza kuti, “Yehova akuti, ‘Ndi nyanga izi udzagunda Aaramu mpaka atawonongedwa!’”
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
11 Aneneri ena onse amanenera chimodzimodzi kuti, “Kathireni nkhondo Ramoti Giliyadi ndipo kapambaneni, pakuti Mulungu adzamupereka mʼdzanja la mfumu.”
ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
12 Wauthenga amene anapita kukayitana Mikaya anati kwa iye, “Taonani aneneri ena onse ngati munthu mmodzi akulosera za chipambano cha mfumu. Mawu anunso agwirizane ndi awo ndipo muyankhule zabwino.”
ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
13 Koma Mikaya anati, “Pali Yehova wamoyo, ine ndidzanena zimene Mulungu wanga andiwuze.”
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
14 Iye atafika mfumu inamufunsa kuti, “Mikaya, kodi tipite ku nkhondo kukalimbana ndi Ramoti Giliyadi kapena tileke?” Iye anayankha kuti, “Kathireni nkhondo ndipo kapambaneni, pakuti mzindawo udzaperekedwa mʼdzanja lanu.”
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
15 Mfumu inati kwa iye, “Kodi ndikuwuze kangati kuti ulumbire kuti usandiwuze chilichonse koma zoonadi mʼdzina la Yehova?”
ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
16 Ndipo Mikaya anayankha kuti, “Ine ndinaona Aisraeli atabalalika mʼmapiri monga nkhosa zopanda mʼbusa, ndipo Yehova anati, ‘Anthu awa alibe mbuye wawo. Aliyense apite kwawo mu mtendere!’”
ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
17 Mfumu ya Israeli inati kwa Yehosafati, “Kodi ine sindinakuwuzeni kuti sandinenera zabwino koma zoyipa zokhazokha?”
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
18 Mikaya anapitiriza ndi kunena kuti, “Imvani tsono mawu a Yehova: Ine ndinaona Yehova atakhala pa mpando wake waufumu ndi gulu lonse lakumwamba litayima ku dzanja lake lamanja ndi lamanzere.
ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
19 Ndipo Yehova anati, ‘Ndani amene adzamunyengerere Ahabu mfumu ya Israeli kuti akathire nkhondo Ramoti Giliyadi ndi kukafera komweko?’ “Wina ananena zina, winanso ananena zina.”
ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
20 Pomaliza mzimu wina unatuluka ndi kuyima pamaso pa Yehova ndipo unati, “Ine ndikamunyengerera!” Yehova anafunsa kuti, “Ukagwiritsa ntchito njira yanji?”
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
21 Mzimuwo unati, “Ine ndidzapita ndi kukhala mzimu wabodza mʼkamwa mwa aneneri ake onse!” Yehova anati, “‘Iwe ukamunyengadi iyeyo. Pita kachite zimenezo.’
ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
22 “Choncho Yehova wayika mzimu wabodza mʼkamwa mwa aneneri anuwa. Yehova waneneratu kuti inu mukaona tsoka.”
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
23 Ndipo Zedekiya mwana wa Kenaana anapita pafupi ndi kumenya khofi Mikaya. Zedekiya anafunsa kuti, “Kodi mzimu wochokera kwa Yehova unadzera njira iti pamene unachoka kwa ine kupita kwa iwe?”
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
24 Mikaya anayankha kuti, “Udzadziwa pa tsiku limene uzikalowa mʼchipinda chamʼkati kuti ukabisale.”
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
25 Pamenepo mfumu ya Israeli inalamula kuti, “Tengani Mikaya ndipo mupite naye kwa Amoni, wolamulira mzindawo ndi kwa Yowasi mwana wa mfumu,
ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇଯାଅ;
26 ndipo mukanene kuti, ‘Chimene mfumu ikunena ndi ichi; Muyike munthu uyu mʼndende ndipo musamupatse kanthu kalikonse koma buledi ndi madzi pangʼono mpaka nditabwera mwamtendere.’”
ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
27 Mikaya anayankhula kuti, “Ngati inu mukabwera mwamtendere, Yehova sanayankhule kudzera mwa ine.” Ndipo anawonjeza kuti, “Anthu nonsenu, mumve zimene ndanenazi.”
ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
28 Choncho mfumu ya Israeli ndi Yehosafati mfumu ya Yuda anapita ku Ramoti Giliyadi.
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
29 Mfumu ya Israeli inati kwa Yehosafati, “Ine ndipita ku nkhondo modzibisa koma iwe uvale mikanjo yaufumu.” Kotero mfumu ya Israeli inadzibisa ndipo inapita ku nkhondoko.
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
30 Tsono mfumu ya Aramu inalamulira olamulira magaleta kuti, “Musamenyane ndi wina aliyense, wamngʼono kapena wamkulu koma mfumu ya Israeli yokha.”
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
31 Olamulira magaleta ataona Yehosafati, iwo anaganiza kuti, “Mfumu ya Israeli ndi iyi.” Kotero anatembenuka kukamenyana naye koma Yehosafati anafuwula, ndipo Yehova anamuthandiza. Mulungu anawabweza mʼmbuyo,
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
32 pakuti olamulira magaleta ataona kuti sanali mfumu ya Israeli, anasiya kumuthamangitsa.
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
33 Koma munthu wina anaponya muvi wake mwachiponyeponye ndipo analasa mfumu ya Israeli pakati polumikizira malaya achitsulo. Mfumu inawuza oyendetsa galeta kuti, “Bwerera, undichotse pa nkhondo pano. Ndavulazidwa.”
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
34 Nkhondo inakula kwambiri tsiku lonse, ndipo mfumu ya Israeli inakhala tsonga mʼgaleta lake kuyangʼanana ndi Aaramu mpaka madzulo. Ndipo pamene dzuwa linkalowa inamwalira.
ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।

< 2 Mbiri 18 >