< 2 Mbiri 27 >
1 Yotamu anakhala mfumu ali ndi zaka 25 ndipo analamulira mu Yerusalemu kwa zaka 16. Dzina la amayi ake linali Yerusa mwana wa Zadoki.
ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
2 Iye anachita zolungama pamaso pa Yehova, monga anachitira Uziya abambo ake, kupatula kuti iyeyo sanalowe mʼNyumba ya Yehova. Komabe anthu anapitirira kuchita zoyipa.
ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
3 Yotamu anamanganso chipata chakumtunda cha Nyumba ya Yehova ndipo anagwira ntchito yayikulu yomanga khoma la ku phiri la Ofeli.
ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
4 Iye anamanga mizinda mʼmapiri a ku Yuda ndipo anamanganso malinga ndi nsanja mʼmadera a ku nkhalango.
ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
5 Yotamu anachita nkhondo ndi mfumu ya Aamoni ndipo anawagonjetsa. Chaka chimenecho Aamoni anapereka makilogalamu 3,400, matani 1,000 a tirigu ndiponso matani 1,000 a barele. Aamoni anabweretsa zinthu zomwezi chaka chachiwiri ndi chachitatu.
ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।
6 Yotamu anakula mphamvu chifukwa anayenda molungama pamaso pa Yehova Mulungu wake.
ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।
7 Zina ndi zina zokhudza ulamuliro wa Yotamu, kuphatikizapo nkhondo zake zonse ndi zinthu zina zimene anachita, zinalembedwa mʼbuku la mafumu a Israeli ndi Yuda.
ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
8 Iye anakhala mfumu ali ndi zaka 25 ndipo analamulira mu Yerusalemu kwa zaka 16.
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।
9 Yotamu anamwalira ndipo anayikidwa mʼmanda mu Mzinda wa Davide. Ndipo Ahazi mwana wake analowa ufumu mʼmalo mwake.
ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।