< 2 Mbiri 29 >

1 Hezekiya anali wa zaka 25 pamene anakhala mfumu ndipo analamulira mu Yerusalemu kwa zaka 29. Dzina la amayi ake linali Abiya mwana wa Zekariya.
ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
2 Iye anachita zolungama pamaso pa Yehova, monga momwe anachitira Davide abambo ake.
ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3 Pa chaka choyamba cha ulamuliro wake, iye anatsekula zitseko za Nyumba ya Yehova ndipo anazikonza.
ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।
4 Iye analowetsamo ansembe ndi Alevi ndipo anawasonkhanitsa ku bwalo lakummawa
ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
5 ndipo anati: “Mverani, inu Alevi! Dziyeretseni tsopano ndiponso muyeretse Nyumba ya Yehova Mulungu wa makolo anu. Muchotse zodetsa zonse ku malo opatulika.
“ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।
6 Makolo athu anali osakhulupirika ndipo anachita zoyipa pa maso pa Yehova Mulungu wathu ndi kumusiya Yehovayo. Iwo anatembenuka ndi kusiya malo okhalako Yehova ndi kumufulatira.
କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।
7 Iwowo anatsekanso zitseko zapakhonde ndi kuzimitsa nyale. Sanafukize lubani kapena kupereka nsembe zopsereza ku malo opatulika a Mulungu wa Israeli.
ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
8 Kotero, Yehova anakwiyira Yuda ndi Yerusalemu. Iye anawasandutsa chinthu chochititsa mantha, choopsa ndiponso chonyozedwa monga momwe mukuonera ndi maso anuwa lero lino.
ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
9 Ichi nʼchifukwa chake makolo athu anaperekedwa ku lupanga ndipo nʼchifukwa chake ana athu aamuna ndi aakazi ndi akazi athu ali ku ukapolo.
କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
10 Tsono ine ndikuganiza zochita pangano ndi Yehova Mulungu wa Israeli, kuti mkwiyo wake woopsawu utichokere.
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
11 Ana anga, musanyalanyaze tsopano, pakuti Yehova wakusankhani kuti muziyima pamaso pake ndi kumutumikira Iye, kugwira ntchito pamaso pake ndi kufukiza lubani.”
ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
12 Ndipo Alevi awa anakonzeka kugwira ntchito: Kuchokera ku banja la Kohati, Mahati mwana wa Amasai ndi Yoweli mwana wa Azariya; kuchokera ku banja la Merari, Kisi mwana wa Abidi ndi Azariya mwana wa Yehaleleli; kuchokera ku banja la Geresoni, Yowa mwana wa Zima ndi Edeni mwana wa Yowa;
ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍‍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍‍ଦିର ପୁତ୍ର କୀଶ୍‍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
13 kuchokera kwa zidzukulu za Elizafani, Simiri ndi Yeiyeli; kuchokera kwa zidzukulu za Asafu, Zekariya ndi Mataniya;
ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
14 kuchokera kwa zidzukulu za Hemani, Yehieli ndi Simei; kuchokera kwa zidzukulu za Yedutuni, Semaya ndi Uzieli.
ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
15 Atasonkhanitsa abale awo ndi kudziyeretsa, iwo anapita kukayeretsa Nyumba ya Yehova, monga inalamulira mfumu, potsatira mawu a Yehova.
ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।
16 Ansembe analowa ku malo opatulika a Yehova kukayeretsako. Anatulutsira ku bwalo la Nyumba ya Yehova chilichonse chodetsedwa chimene anachipeza mʼNyumba ya Yehova. Alevi anatenga zimenezo ndi kupita nazo ku chigwa cha Kidroni.
ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।
17 Iwo anayamba mwambo woyeretsawu tsiku loyamba la mwezi woyamba ndipo pa tsiku lachisanu ndi chitatu la mweziwo anafika pa khonde la nyumba ya Yehova. Tsono anachita mwambo woyeretsa Nyumba ya Yehova ija masiku asanu ndi atatu, ndipo anamaliza pa tsiku la 16 mwezi woyamba.
ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।
18 Ndipo anapita kwa mfumu Hezekiya ndi kukafotokoza kuti, “Ife tayeretsa Nyumba ya Mulungu yonse, guwa lansembe zopsereza ndi ziwiya zake zonse, ndiponso tebulo limene timayikapo buledi wopatulika pamodzi ndi zinthu zake zonse.
ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।
19 Takonza ndi kuyeretsa zinthu zonse zimene mfumu Ahazi anazichotsa mwa kusakhulupirika kwake pamene anali mfumu. Taziyika kutsogolo kwa guwa la Yehova.”
ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
20 Mmamawa tsiku linalo, mfumu Hezekiya inasonkhanitsa pamodzi akuluakulu a mu mzindawo ndipo inapita ku Nyumba ya Yehova.
ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।
21 Iwo anabweretsa ngʼombe zazimuna zisanu ndi ziwiri ndi nkhosa zazimuna zisanu ndi ziwiri, ana ankhosa aamuna asanu ndi awiri, mbuzi zazimuna zisanu ndi ziwiri monga nsembe zoperekedwa chifukwa cha tchimo la ufumu, la malo opatulika ndi Yuda. Tsono mfumu inalamula ansembe, zidzukulu za Aaroni, kuti apereke zimenezi pa guwa lansembe la Yehova.
ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।
22 Choncho anthuwo anapha ngʼombe zazimunazo ndipo ansembe anatenga magazi ake ndi kuwawaza pa guwa lansembe, kenaka anapha nkhosa zazimuna zija ndipo anawaza magazi ake pa guwa lansembe; anaphanso ana ankhosa aja ndipo anawaza magazi ake pa guwa lansembe.
ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
23 Mbuzi zoperekedwa chifukwa cha tchimo zija zinabweretsedwa pamaso pa mfumu ndi anthu onse, ndipo anasanjika manja awo pa izo.
ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;
24 Kenaka ansembe anapha mbuzizo ndipo anapereka magazi ake pa guwa, kuti ukhale mwambo wofafanizira machimo a Aisraeli onse, pakuti mfumu inalamula kuti nsembe yopsereza ndi yopepesera machimo zichitike chifukwa cha Aisraeli onse.
ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।
25 Iye anayika Alevi mʼNyumba ya Yehova ali ndi ziwaya za malipenga, azeze ndi apangwe potsata lamulo la Davide, Gadi mlosi wa mfumu ndi mneneri Natani. Pakuti Yehova ndiye analamula zimenezi kudzera mwa aneneri.
ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
26 Kotero Alevi anayima okonzekera atanyamula zoyimbira za Davide ndiponso ansembe atanyamula malipenga awo.
ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।
27 Hezekiya analamulira kuti apereke nsembe zopsereza pa guwa. Pamene amayamba kupereka nsembezo, kuyimbira Yehova kunayambikanso, pamodzi ndi malipenga ndi zipangizo zoyimbira za Davide mfumu ya Israeli.
ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।
28 Anthu onse anawerama pansi ndi kulambira, pamene oyimba amayimba ndi malipenga. Izi zonse zinapitirira mpaka pa mapeto pa nsembe zopsereza.
ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।
29 Zopereka zitatha, mfumu ndi wina aliyense amene anali naye anagwada pansi ndi kulambira.
ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।
30 Mfumu Hezekiya ndi akuluakulu ake analamulira Alevi kuti atamande Yehova potsata mawu a Davide ndi mlosi Asafu. Kotero anayimba nyimbo zamatamando mokondwera ndipo anaweramitsa mitu yawo ndi kulambira.
ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
31 Kenaka Hezekiya anati, “Inu mwadzipereka tsopano kwa Yehova. Bwerani ndipo mufike ndi nsembe ndi zopereka zachiyamiko ku Nyumba ya Yehova.” Choncho anthu onse anabweretsa nsembe ndi zopereka zachiyamiko, ndipo anthu onse amene anali ofuna mu mtima mwawo anabweretsa nsembe zopsereza.
ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।
32 Chiwerengero cha nsembe zopsereza chimene anthu onse anabweretsa chinali ngʼombe zazimuna makumi asanu ndi awiri, nkhosa zazimuna 100, ana ankhosa aamuna 200 ndipo zonsezi zinali za nsembe yopsereza kwa Yehova.
ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।
33 Ziweto zimene zinapatulidwa kukhala nsembe zinalipo ngʼombe zazimuna 600, nkhosa ndi mbuzi 3,000.
ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।
34 Koma ansembe anali ochepa kuti asende zonse zopsereza. Choncho abale awo Alevi anawathandiza mpaka ntchito yonse inatha ndipo mpaka ansembe ena atadziyeretsa, pakuti Alevi anachita changu kudziyeretsa kulekana ndi momwe anachitira ansembe.
ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।
35 Panali nsembe zopsereza zochuluka, pamodzi ndi mafuta a nsembe yachiyanjano ndi nsembe yachakumwa imene imachitika pamodzi ndi nsembe yopsereza. Kotero ntchito ya mʼNyumba ya Mulungu inakhazikitsidwanso.
ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
36 Hezekiya ndi anthu onse anakondwera pa zimene Mulungu anachitira anthu ake, chifukwa zinachita mwamsangamsanga.
ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍‍ ସାଧିତ ହେଲା।

< 2 Mbiri 29 >