< 2 Mbiri 35 >

1 Yosiya anachita chikondwerero cha Paska wa Yehova mu Yerusalemu, ndipo mwana wankhosa wa Paska anaphedwa pa tsiku la khumi ndi chinayi la mwezi woyamba.
ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।
2 Iye anasankha ansembe pa maudindo awo ndipo anawalimbikitsa pa ntchito ya mʼnyumba ya Yehova.
ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।
3 Iye anati kwa Alevi amene amalangiza Aisraeli onse omwe anadzipatula kwa Yehova: Ikani bokosi lopatulika mʼNyumba ya Mulungu amene Solomoni mwana wa Davide mfumu ya Israeli anamanga. Lisamanyamulidwe pa mapewa anu. Tsopano tumikirani Yehova Mulungu wanu ndi anthu ake Aisraeli.
ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।
4 Mukhale mʼmagulu anu molingana ndi mabanja anu, molingana ndi momwe analembera Davide mfumu ya Israeli ndiponso mwana wake Solomoni.
ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।
5 “Muziyima ku malo opatulika pamodzi ndi gulu la Alevi oyimira gulu lililonse lalingʼono la mabanja a abale anu amene ndi anthu wamba.
ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍‍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।
6 Muzipha ana ankhosa a Paska, muzidzipatula nokha ndi kuwakonzera abale anu ana ankhosa awo, kuchita zimene Yehova analamulira mwa Mose.”
ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
7 Yosiya anapereka kwa anthu wamba onse ana ankhosa ndi ana ambuzi okwanira 30,000 ndi ngʼombe zazimuna 3,000, zopereka za Paska zonse zochokera pa chuma chake cha mfumu.
ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
8 Akuluakulu akenso anapereka mwaufulu kwa anthu ndi kwa ansembe ndi Alevi. Hilikiya, Zekariya ndi Yehieli oyangʼanira ntchito ya mʼNyumba ya Mulungu anapereka kwa ansembe zopereka za Paska 2,600 ndi ngʼombe 300.
ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
9 Konaniya nayenso pamodzi ndi Semaya ndi Netaneli, abale ake ndi Hasabiya, Yeiyeli ndi Yozabadi, atsogoleri a Alevi, anapereka nsembe za Paska 5,000 ndi ngʼombe 500 kwa Alevi.
ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍‍ ଓ ଯୋଷାବଦ୍‍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
10 Mwambo unakonzedwa ndipo ansembe anayima pamalo pawo pamodzi ndi Alevi mʼmagulu awo monga mfumu inalamulira.
ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।
11 Ana ankhosa a Paska anaphedwa ndipo ansembe anawaza magazi amene anaperekedwa kwa iwo pamene Alevi anali kusenda nyamazo.
ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।
12 Iwo anayika padera nsembe zopsereza kuti azipereke kwa magulu angʼonoangʼono a mabanja a anthu kuti apereke kwa Yehova monga zinalembedwa mʼbuku la Mose. Ndipo anachita chimodzimodzi ndi ngʼombe.
ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
13 Anawotcha nyama za Paska monga momwe zinalembedwera ndi kuwiritsa zopereka zopatulika mʼmiphika, mʼmitsuko ndi mʼziwaya ndipo anazipereka mofulumira kwa anthu onse.
ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।
14 Izi zitatha, anakonza zawo ndi za ansembe chifukwa ansembe, zidzukulu za Aaroni, anali otanganidwa kupereka nsembe zopsereza ndi mafuta a nyama mpaka madzulo. Choncho Alevi amakonza zawo ndi za ansembe, ana a Aaroni.
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।
15 Anthu oyimba nyimbo, zidzukulu za Asafu, anali pa malo awo potsata zomwe analemba Davide, Asafu, Hemani ndi Yedutuni mlosi wa mfumu. Alonda apazipata anali pa chipata chilichonse ndipo kunali kosafunika kuti achoke pa ntchito yawo, poti abale awo Alevi ankawakonzera zonse.
ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।
16 Kotero pa nthawi imeneyi ntchito yonse ya Yehova ya chikondwerero cha Paska ndi nsembe zopsereza pa guwa la Yehova inachitika monga analamulira mfumu Yosiya.
ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
17 Aisraeli amene analipo anachita chikondwerero cha Paska pa nthawi imeneyi ndi kuchita mwambo wa chikondwerero cha Buledi Wopanda Yisiti, kwa masiku asanu ndi awiri.
ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
18 Paska yofanana ndi iyi sinachitikepo ku Israeli kuyambira nthawi ya Samueli ndipo palibe mmodzi mwa mafumu a Israeli anachitapo chikondwerero cha Paska ngati anachitira Yosiya pamodzi ndi ansembe, Alevi ndi Ayuda onse ndi Aisraeli amene anali pamodzi ndi anthu a mu Yerusalemu.
ପୁଣି, ଶାମୁୟେଲ ଭବିଷ୍ୟଦ୍‍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।
19 Chikondwerero cha Paska ichi chinachitika mʼchaka cha 18 cha ulamuliro wa Yosiya.
ଯୋଶୀୟଙ୍କର ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ପ୍ରତିପାଳିତ ହେଲା।
20 Zimenezi zitachitika, pamene Yosiya anakonzanso Nyumba ya Mulungu, Neko mfumu ya Igupto inapita kukachita nkhondo ku Karikemesi ku mtsinje wa Yufurate, ndipo Yosiya anapita kukamenyana naye.
ଏହିସବୁର ଉତ୍ତାରେ, ଅର୍ଥାତ୍‍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍‍ ନଦୀ ନିକଟସ୍ଥ କର୍କମୀଶ୍‍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;
21 Koma Neko anatumiza amithenga kwa iye kunena kuti, “Kodi pali mkangano wanji pakati pa iwe ndi ine, iwe mfumu ya Yuda? Ine sindikuthira nkhondo iwe pa nthawi ino, koma nyumba imene ndili nayo pa nkhondo. Mulungu wandiwuza kuti ndifulumize choncho leka kutsutsana ndi Mulungu amene ali ndi ine, mwina adzakuwononga.”
ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍‍, ତୁମ୍ଭ ସଙ୍ଗେ ମୋହର କʼଣ କରିବାର ଅଛି? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”
22 Komabe Yosiya sanatembenuke kumusiya iyeyo, koma anadzizimbayitsa ndi kukalowa mʼnkhondo. Iye sanamvere zimene Neko ananena molamulidwa ndi Mulungu koma anapita kukamenyana naye ku chigwa ku Megido.
ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।
23 Anthu oponya mivi analasa mfumu Yosiya, ndipo iye anawuza akuluakulu ake, “Chotseni. Ndavulazidwa kwambiri.”
ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, “ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।”
24 Choncho anamuchotsa iye mʼgaleta lake, ndipo anamuyika mʼgaleta lina limene anali nalo ndipo anabwera naye ku Yerusalemu kumene anamwalirira. Iye anayikidwa mʼmanda a makolo ake. Ndipo Ayuda ndi Yerusalemu yense anamulira.
ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।
25 Yeremiya anapeka nyimbo za maliro chifukwa cha Yosiya, ndipo mpaka lero lino amuna ndi akazi onse oyimba amakumbukira Yosiya pa nyimbo zawo za maliro. Izi zinakhala mwambo mu Israeli ndipo zinalembedwa mʼNyimbo za Maliro.
ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
26 Zochitika zina za ulamuliro wa Yosiya ndi ntchito za kudzipereka kwake, monga zinalembedwa mʼMalamulo a Yehova,
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ
27 zochitika zonse, kuyambira pachiyambi mpaka pa mapeto, zalembedwa mʼbuku la mafumu a Israeli ndi Yuda.
ଓ ତାଙ୍କର ଆଦ୍ୟନ୍ତ କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲିଖିତ ଅଛି।

< 2 Mbiri 35 >