< 2 Mbiri 36 >

1 Tsono anthu a mʼdzikomo anatenga Yehowahazi mwana wa Yosiya namuyika kukhala mfumu mu Yerusalemu mʼmalo mwa abambo ake.
ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।
2 Yowahazi anali wa zaka 23 pamene anakhala mfumu ndipo analamulira mu Yerusalemu kwa miyezi itatu.
ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।
3 Mfumu ya Igupto inamuchotsa pa udindo wa ufumu mu Yerusalemu ndipo inakhometsa msonkho dziko la Yuda wa makilogalamu 3,400 asiliva ndi agolide.
ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।
4 Mfumu ya Igupto inakhazika Eliyakimu, mʼbale wake wa Yehowahazi kukhala mfumu ya Yuda ndi Yerusalemu ndipo anasintha dzina la Eliyakimu kukhala Yehoyakimu. Koma Neko anatenga Yowahazi mʼbale wake wa Eliyakimu ndi kupita naye ku Igupto.
ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‌ଙ୍କୁ ଧରି ମିସରକୁ ନେଇଗଲା।
5 Yehoyakimu anali wa zaka 25 pamene anakhala mfumu, ndipo analamulira mu Yerusalemu zaka 11. Iye anachita zoyipa pamaso pa Yehova Mulungu wake.
ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।
6 Nebukadinezara, mfumu ya ku Babuloni anachita naye nkhondo ndipo anamumanga ndi zingwe zamkuwa ndi kumutenga kupita naye ku Babuloni.
ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।
7 Nebukadinezara anatenganso zipangizo za ku Nyumba ya Yehova kupita nazo ku Babuloni ndipo anaziyika mʼnyumba ya Mulungu wake kumeneko.
ନବୂଖଦ୍‍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।
8 Zochitika zina za pa ulamuliro wa Yehoyakimu, zinthu zonyansa zimene anachita ndi zonse zinapezeka kuti zinali zomutsutsa zalembedwa mʼbuku la mafumu a Israeli ndi Yuda. Ndipo Yehoyakini mwana wake analowa ufumu mʼmalo mwake.
ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।
9 Yehoyakini anali ndi zaka 21 pamene anakhala mfumu ndipo analamulira mu Yerusalemu kwa miyezi itatu ndi masiku khumi. Iye anachita zoyipa pamaso pa Yehova.
ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
10 Nthawi ya mphukira, mfumu Nebukadinezara inayitanitsa Yehoyakini ndipo inapita naye ku Babuloni, pamodzi ndi ziwiya zamtengowapatali za mʼNyumba ya Mulungu wa Yehova, ndipo anayika Zedekiya malume wake kukhala mfumu ya Yuda ndi Yerusalemu.
ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
11 Zedekiya anali ndi zaka 21 pamene ankakhala mfumu, ndipo analamulira mu Yerusalemu zaka 11.
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;
12 Iye anachita zoyipa pamaso pa Yehova Mulungu wake ndipo sanadzichepetse yekha pamaso pa mneneri Yeremiya amene ankayankhula mawu a Yehova.
ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।
13 Iye anawukiranso mfumu Nebukadinezara amene anamulumbiritsa mʼdzina la Mulungu. Iyeyo anali wosamva ndipo anawumitsa mtima wake. Sanatembenukire kwa Yehova Mulungu wa Israeli.
ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
14 Kuwonjezera apo, atsogoleri onse a ansembe ndi anthu ena anapitirapitira kukhala osakhulupirika, kutsatira machitidwe onse onyansa a mitundu ina ndi kudetsa Nyumba ya Yehova Mulungu wawo, imene anayipatula mu Yerusalemu.
ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
15 Yehova, Mulungu wa makolo awo, ankatumiza mawu kwa iwo kudzera kwa amithenga ake kawirikawiri, chifukwa ankawamvera chisoni anthu ake ndi malo ake okhalapo.
ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
16 Koma iwo ananyoza amithenga a Mulungu, anapeputsa mawu awo ndipo ankaseka aneneri ake mpaka anawutsa mkwiyo wa Yehova pa anthu ake ndipo panalibenso mankhwala owachiritsa.
ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
17 Yehova anabweretsa mfumu ya anthu a ku Babuloni, imene inapha anyamata awo ndi lupanga ku malo opatulika, ndipo sanasiye kaya mnyamata kapena mtsikana, wamkulu kapena wokalamba. Mulungu anapereka onsewo kwa Nebukadinezara.
ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
18 Iye ananyamula kupita nazo ku Babuloni zipangizo zonse za mʼNyumba ya Yehova Mulungu wawo, zazikulu ndi zazingʼono zomwe, ndi chuma cha mʼNyumba ya Yehova ndiponso chuma cha mfumu ndi akuluakulu ake.
ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
19 Iwo anayatsa moto Nyumba ya Mulungu, ndipo anagwetsa makoma a Yerusalemu. Anatentha moto nyumba zonse zaufumu ndipo anawononga chilichonse chimene chinali chofunika.
ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
20 Iye anagwira ukapolo anthu otsala amene anapulumuka ku lupanga ndi kupita nawo ku Babuloni, ndipo anakhala antchito ake ndi ana ake mpaka pamene ufumu wa Peresiya unakhazikitsidwa.
ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;
21 Dziko linakondwera ndi masabata ake. Pa nthawi yonse ya chipasuko chake nthaka inapuma, mpaka zaka 70 zinakwana pokwaniritsa mawu a Yehova amene anayankhula kudzera mwa Yeremiya.
ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା।
22 Mʼchaka choyamba cha Koresi mfumu ya Peresiya, pofuna kukwaniritsa mawu a Yehova amene anayankhula kudzera mwa Yeremiya, Yehova anakhudza mtima wa mfumu ya Peresiya kuti alengeze mu ufumu wake wonse ndipo anazilemba:
ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,
23 Chimene mfumu Koresi ya Peresiya ikunena ndi ichi: “Yehova, Mulungu wakumwamba wandipatsa ine mafumu onse a dziko lapansi ndipo wandisankha kuti ndimumangire Nyumba ya Mulungu ku Yerusalemu ku Yuda. Aliyense wa anthu ake pakati panu, Yehova Mulungu wake akhale naye, ndipo apite.”
“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”

< 2 Mbiri 36 >