< 2 Mafumu 11 >

1 Ataliya amayi ake a Ahaziya ataona kuti mwana wawo wafa, ananyamuka nakawononga banja lonse la mfumu.
ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।
2 Koma Yehoseba, mwana wamkazi wa Mfumu Yehoramu, mlongo wake wa Ahaziya, anatenga Yowasi mwana wa Ahaziya, namusunga kutali ndi ana a mfumu amene ankati awaphewo. Anamuyika iye pamodzi ndi mlezi wake mʼchipinda chogona chamʼkati kubisira Ataliya kotero iye sanaphedwe.
ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
3 Mwanayo anakhala mobisala pamodzi ndi mlezi wake mʼnyumba ya Yehova kwa zaka zisanu ndi chimodzi pamene Ataliya ankalamulira dzikolo.
ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
4 Koma mʼchaka chachisanu ndi chiwiri, Yehoyada anatumiza mawu kukayitana atsogoleri olamulira asilikali 100 olondera mfumu ndiponso alonda olonda nyumba yaufumu ndipo anabwera nawo mʼNyumba ya Yehova. Iye anapangana nawo pangano ndipo anawalumbiritsa mʼnyumba ya Yehova. Kenaka anawaonetsa mwana wamwamuna wa mfumu uja.
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
5 Yehoyada anawalamulira kuti, “Chimene muti muchite ndi ichi: Inu magulu atatu amene muti mudzakhale pa ntchito tsiku la Sabata, gulu loyamba lidzalondera nyumba ya mfumu,
ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
6 gulu lachiwiri lidzalondera Chipata cha Suri, ndipo gulu lachitatu lidzalondera chipata cha kumbuyo kwa asilikali amene amasinthana polondera nyumbayo.
ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
7 Ndipo inu amene muli mʼmagulu ena awiri amene simugwira ntchito pa tsiku la Sabata, nonse mudzalondere mfumu ku nyumbayo.
ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
8 Mudzakhale mozungulira mfumuyo, munthu aliyense ali ndi chida mʼmanja mwake. Wina aliyense amene adzakuyandikireni adzayenera kuphedwa. Muzikhala pafupi ndi mfumu kulikonse kumene ikupita.”
ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
9 Atsogoleri olamulira asilikali 100 aja anachitadi zonse monga analamulira wansembe Yehoyada. Aliyense anatenga anthu ake, iwo amene amakagwira ntchito pa tsiku la Sabata ndi amene amapita kukapuma ndipo anabwera kwa wansembe Yehoyada.
ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
10 Ndipo wansembeyo anawapatsa asilikaliwo mikondo ndi zishango zimene zinali za mfumu Davide ndipo zinali mʼNyumba ya Yehova.
ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
11 Alondawo, aliyense ali ndi chida mʼmanja mwake, anayima mozungulira mfumu, pafupi ndi guwa lansembe ndi nyumbayo, kuchokera mbali ya kummwera mpaka mbali ya kumpoto kwa nyumbayo.
ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
12 Yehoyada anatulutsa mwana wa mfumuyo namuveka chipewa chaufumu ndipo anamupatsa Buku la Chipangano ndi kumuyika kukhala mfumu. Iwo anamudzoza ndipo anthu anamuwombera mʼmanja akufuwula kuti, “Mfumu ikhale ndi moyo wautali!”
ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
13 Ataliya atamva phokoso limene alonda ndi anthuwo amachita, anapita ku Nyumba ya Yehova kumene kunali anthuwo.
ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
14 Iye anayangʼana naona mfumu itayima pa chipilala, potsata mwambo waufumu. Atsogoleri a asilikali ndi oyimba malipenga anali pafupi ndi mfumuyo, ndipo anthu onse a mʼderalo ankasangalala ndi kuyimba malipenga. Pamenepo Ataliya anangʼamba mkanjo wake nafuwula kuti, “Kuwukira! Kuwukira!”
ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।
15 Wansembe Yehoyada analamula atsogoleri a asilikali 100 amene amayangʼanira asilikaliwo kuti, “Mutulutseni ameneyo pakati panu ndipo muphe ndi lupanga aliyense amene adzamutsata.” Pakuti nʼkuti wansembeyo atanena kuti, “Ataliyayo asaphedwere mʼNyumba ya Yehova.”
ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
16 Choncho anamugwira pamene amafika pa malo amene akavalo amalowera ku nyumba ya mfumu ndipo anamuphera pamenepo.
ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
17 Tsono Yehoyada anachititsa pangano pakati pa Yehova ndi mfumu ndi anthu kuti adzakhala anthu a Yehova. Iye anachititsanso pangano pakati pa mfumu ndi anthu.
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
18 Anthu onse a mʼdzikomo anapita ku nyumba ya Baala nakayigwetsa. Iwo anaphwanya kotheratu maguwa ansembe ndi mafano ake ndipo anapha Matani wansembe wa Baala patsogolo pa maguwa pomwepo. Pamenepo wansembe Yehoyada anasankha oyangʼanira Nyumba ya Yehova.
ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
19 Iye anatenga atsogoleri a asilikali 100 aja, alonda olonda nyumba yaufumu pamodzi ndi anthu onse a mʼdzikomo ndipo onse pamodzi anayitulutsa mfumu mʼNyumba ya Yehova ndi kukalowa ku nyumba yaufumu podzera pa chipata cha alonda. Ndipo mfumuyo inakhala pa mpando wake waufumu.
ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍‍ ରାଜସିଂହାସନରେ ଉପବିଷ୍ଟ ହେଲେ।
20 Choncho anthu onse a mʼdzikomo anasangalala. Ndipo mu mzindamo munakhala bata chifukwa Ataliya nʼkuti ataphedwa ndi lupanga ku nyumba ya mfumu.
ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
21 Yowasi anali wa zaka zisanu ndi ziwiri pamene anayamba kulamulira.
ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।

< 2 Mafumu 11 >