< 2 Mafumu 14 >

1 Mʼchaka chachiwiri cha Yehowasi mwana wa Yowahazi mfumu ya Israeli, Amaziya mwana wa Yowasi mfumu ya Yuda anayamba kulamulira.
ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 Iye anali ndi zaka 25 pamene anakhala mfumu ndipo analamulira mu Yerusalemu zaka 29. Amayi ake anali Yehoyadini wa ku Yerusalemu.
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।
3 Iye anachita zolungama pamaso pa Yehova, koma osafanana ndi zomwe anachita Davide kholo lake. Iye anatsatira zochita zonse za Yowasi abambo ake.
ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।
4 Komabe sanachotse malo opembedzerapo mafano. Anthu anapitiriza kupereka nsembe ndi kufukiza lubani kumeneko.
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 Atakhazikika mu ufumu wake, Amaziya anapha atumiki ake amene anapha abambo ake, mfumu ija.
ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
6 Komatu iye sanaphe ana a anthu amene anapha abambo ake potsatira zomwe zinalembedwa mʼbuku la Malamulo a Mose. Mʼmenemo Yehova analamula kuti, “Makolo asaphedwe chifukwa cha ana awo, ndipo ana asaphedwe chifukwa cha makolo awo, koma aliyense ayenera kufa chifukwa cha zolakwa zake.”
“ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।
7 Iye ndiye amene anapha Aedomu 10,000 mʼchigwa cha Mchere nalanda mzinda wa Sela pa nkhondo ndipo anawutcha Yokiteeli, dzina lake ndi lomwelo mpaka lero lino.
ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।
8 Tsono Amaziya anatuma amithenga kwa Yehowasi mwana wa Yehowahazi, mwana wa Yehu mfumu ya Israeli ndi kumuopseza kuti, “Bwera tidzaonane maso ndi maso.”
ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
9 Koma Yehowasi mfumu ya Israeli anabweza mawu kwa Amaziya mfumu ya Yuda kuti, “Mtengo wa minga wa ku Lebanoni unatumiza uthenga kwa mkungudza wa ku Lebanoni. ‘Patse mwana wako wamkazi kuti ndimukwatire.’ Kenaka chirombo cha ku Lebanoni chinabwera ndi kupondaponda mtengo wa mingawo.
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
10 Inde iwe wagonjetsa Edomu ndipo tsopano wayamba kudzikuza. Dzitamandire chifukwa cha kupambana kwako, koma khala kwanu konko! Nʼchifukwa chiyani ukuyamba dala mavuto amene adzakuwononga pamodzi ndi Yuda?”
ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
11 Koma Amaziya sanamvere zimenezi. Choncho Yehowasi mfumu ya Israeli anakamuthira nkhondo. Yehowasi ndi Amaziya anakumana maso ndi maso ku Beti-Semesi mʼdziko la Yuda.
ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
12 Israeli anagonjetsa Yuda ndipo munthu aliyense anathawira kwawo.
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
13 Yehowasi mfumu ya Israeli anagwira Amaziya mfumu ya Yuda, mwana wa Yowasi, mwana wa Ahaziya ku Beti-Semesi. Ndipo anapita ku Yerusalemu nakagwetsa khoma la Yerusalemu kuyambira ku Chipata cha Efereimu mpaka ku Chipata Chapangodya, gawo lotalika mamita 180.
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
14 Iye anatenga golide ndi siliva yense pamodzi ndi ziwiya zonse zimene zinali mʼNyumba ya Yehova ndi zimene zinali mosungira chuma cha nyumba ya mfumu. Iye anagwiranso anthu nabwerera ku Samariya.
ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।
15 Ntchito zina za Yehowasi ndi zonse zimene anachita, kuwonjezera za nkhondo yake ndi Amaziya mfumu ya Yuda, kodi sizinalembedwe mʼbuku la mbiri ya mafumu a Israeli?
ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍‍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
16 Yehowasi anamwalira ndipo anayikidwa mʼmanda mu Samariya pamodzi ndi mafumu a Israeli. Ndipo mwana wake Yeroboamu analowa ufumu mʼmalo mwake.
ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।
17 Amaziya mwana wa Yowasi mfumu ya Yuda anakhala zaka khumi ndi zisanu atamwalira Yehowasi mwana wa Yehowahazi mfumu ya Israeli.
ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
18 Ntchito zina za Amaziya, kodi sizinalembedwe mʼbuku la mbiri ya mafumu a Yuda?
ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
19 Anthu anapangana zomuchita chiwembu mu Yerusalemu ndipo Amaziya anathawira ku Lakisi, koma anatumiza anthu ku Lakisiko nakamuphera komweko.
ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
20 Anabwera naye ku pa kavalo ku Yerusalemu ndi kumuyika mʼmanda pamodzi ndi makolo ake mu Mzinda wa Davide.
ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।
21 Ndipo anthu onse a ku Yuda anatenga Azariya, amene anali ndi zaka 16 namulonga ufumu mʼmalo mwa abambo ake Amaziya.
ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କ ପଦରେ ରାଜା କଲେ।
22 Azariya anamanga mzinda wa Elati ndi kuwubwezeretsa ku Yuda, Amaziya atamwalira.
ରାଜା ଅମତ୍‍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
23 Mʼchaka cha khumi ndi chisanu cha Amaziya mwana wa Yowasi mfumu ya Yuda, Yeroboamu mwana wa Yehowasi mfumu ya Israeli analowa ufumu ku Samariya ndipo analamulira za 41.
ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।
24 Iye anachita zoyipa pamaso pa Yehova ndipo sanasiye machimo a Yeroboamu mwana wa Nebati, amene anachimwitsa nawo Israeli.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25 Iye ndi amene anabwezeretsanso malire a Israeli kuyambira ku Lebo Hamati mpaka ku Nyanja ya Araba, molingana ndi zimene ananena Yehova Mulungu wa Israeli, kudzera mwa mtumiki wake Yona mwana wa Amitai, mneneri wochokera ku Gati-Heferi.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍‍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।
26 Pakuti Yehova anaona masautso a Israeli amene anali owawa kwambiri, panalibe kapolo kapena mfulu ngakhale wina aliyense amene akanathandiza Israeli.
କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।
27 Pakuti Yehova anali asananene zofafaniza ufumu wa Israeli pa dziko lapansi, Iye anawapulumutsa kudzera mʼdzanja la Yeroboamu mwana wa Yowasi.
ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
28 Ntchito zina za Yeroboamu ndi zonse zimene anachita, za kupambana kwake pa nkhondo, za mmene anagonjetsera Damasiko ndi Hamati, imene inali mizinda ya Yuda, kodi sizinalembedwe mʼbuku la mbiri ya mafumu a Israeli?
ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
29 Yeroboamu anamwalira ndipo anayikidwa mʼmanda pamodzi ndi mafumu a Israeli. Ndipo Zekariya mwana wake analowa ufumu mʼmalo mwake.
ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ।

< 2 Mafumu 14 >