< 2 Mafumu 6 >

1 Ana a aneneri anati kwa Elisa, “Taonani malo amene timakhala ndi inu atichepera kwambiri.
ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।
2 Tiloleni tipite ku Yorodani kumene aliyense wa ife akadule mtengo umodzi, kuti timange malo woti tizikhalamo.” Ndipo Elisa anati, “Pitani.”
ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”
3 Mmodzi wa iwo anati, “Chonde mulole kutsagana nawo atumiki anu.” Elisa anayankha kuti, “Ndipita nanu.”
ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”
4 Ndipo anapita nawo. Anapita ku Yorodani nayamba kudula mitengo.
ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ। ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ।
5 Pamene wina ankadula mtengo, nkhwangwa yake inaguluka nigwera mʼmadzi. Iye anafuwula kuti, “Mayo! Mbuye wanga! Popeza ndi yobwereka!”
ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋʼ ପ୍ରଭୋ! ତାହା ତ ଉଧାରି-ବସ୍ତୁ।”
6 Ndipo munthu wa Mulungu uja anafunsa, “Yagwera pati?” Pamene anamuonetsa malowo, Elisa anadula kamtengo nakaponya pamenepo, ndipo nkhwangwayo inayandama.
ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।
7 Elisa anati, “Itenge.” Ndipo munthuyo anatambalitsa dzanja lake nayitenga.
ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।
8 Tsono mfumu ya ku Aramu inali pa nkhondo ndi Israeli. Itakambirana ndi atsogoleri ake ankhondo inati, “Ndidzamanga misasa yanga pamalo akutiakuti.”
ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
9 Munthu wa Mulungu anatumiza mawu kwa mfumu ya ku Israeli kuti “Musamale podutsa malo akuti, chifukwa Aaramu akupita kumeneko.”
ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”
10 Choncho mfumu ya ku Israeli inatuma anthu kumalo kumene munthu wa Mulunguyo ananena. Nthawi ndi nthawi Elisa ankachenjeza mfumu, kotero kuti ankakhala tcheru ku malo amenewo.
ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।
11 Zimenezi zinakwiyitsa kwambiri mfumu ya ku Aramu. Mfumuyo inayitanitsa atsogoleri ake ankhondo ndipo inawafunsa kuti, “Kodi simungandiwuze munthu amene pakati pathu pano ali mbali ya mfumu ya ku Israeli?”
ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”
12 Mmodzi mwa atsogoleri a ankhondowo anati, “Palibe ndi mmodzi yemwe pakati pathu, inu mbuye wanga, koma Elisa mneneri amene ali ku Israeli amawuza mfumu ya ku Israeli mawu enieni amene inu mumayankhula ku chipinda kwanu.”
ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”
13 Choncho mfumu inalamula kuti, “Pitani, kafufuzeni kumene akukhala kuti ine nditume anthu kukamugwira.” Anthuwo anabweretsa mawu oti, “Taonani, Elisa ali ku Dotani.”
ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।”
14 Ndipo mfumu inatumizako magaleta ndi akavalo ndiponso gulu lankhondo lamphamvu. Anapita usiku nakawuzungulira mzindawo.
ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ।
15 Mtumiki wa munthu wa Mulungu atadzuka mmamawa ndi kutuluka panja, gulu la ankhondo pamodzi ndi akavalo ndi magaleta anali atazungulira mzindawo. Mtumikiyo anafunsa kuti, “Kalanga mbuye wanga, tidzachita chiyani?”
ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୋ! ଆମ୍ଭେମାନେ କଅଣ କରିବା?”
16 Mneneri anamuyankha kuti, “Usachite mantha. Amene ali mbali yathu ndi ambiri kupambana amene ali mbali yawo.”
ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”
17 Ndipo Elisa anapemphera kuti, “Inu Yehova tsekulani maso ake kuti aone.” Pamenepo Yehova anatsekula maso a mtumikiyo, ndipo anayangʼana naona kuti phiri lonse linali lodzaza ndi akavalo ndi magaleta a moto atazungulira Elisa.
ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
18 Pamene adaniwo ankabwera kudzalimbana naye, Elisa anapemphera kwa Yehova kuti, “Achititseni khungu anthu awa.” Kotero Yehova anawachititsa khungu monga anapemphera Elisa.
ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।
19 Elisa anawawuza ankhondowo kuti, “Njira si imeneyi ndipo mzinda sumenewunso. Tsateni, ndipo ndidzakutengerani kwa munthu amene mukumufunayo.” Ndipo anawatengera ku Samariya.
ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।
20 Atalowa mu mzinda wa Samariya, Elisa anati, “Yehova tsekulani maso a anthu awa kuti aone.” Choncho Yehova anatsekula maso awo ndipo anangoona kuti ali mʼkati mwenimweni mwa Samariya.
ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି।
21 Mfumu ya ku Israeli itawaona, inafunsa Elisa kuti, “Abambo anga, kodi ndiwaphe? Kodi ndiwaphe?”
ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?”
22 Elisa anayankha kuti, “Musawaphe. Kodi mungaphe anthu amene munawagwira pogwiritsa ntchito lupanga ndi uta? Apatseni chakudya ndi madzi kuti adye ndi kumwa kenaka apite kwa mbuye wawo.”
ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”
23 Choncho anawakonzera mphwando lalikulu, ndipo atatsiriza kudya ndi kumwa, anawatumiza kwawo ndipo anabwerera kwa mbuye wawo. Kotero magulu a ankhondo a ku Aramu analeka kuthira nkhondo dziko la Israeli.
ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।
24 Patapita nthawi, Beni-Hadadi mfumu ya Aramu anasonkhanitsa gulu lake lonse la ankhondo, napita kukazungulira mzinda wa Samariya.
ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
25 Mu mzinda wa Samariya munali njala yoopsa. Ndipo taonani, Aaramu anazungulira mzindawu kwa nthawi yayitali kotero kuti mutu wa bulu ankawugulitsa ndalama za siliva 80, ndipo magalamu 200 a zitosi za nkhunda ankawagulitsa pa mtengo wa masekeli asanu.
ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।
26 Pamene mfumu inkayenda pa khoma la mzindawo, mayi wina anafuwulira mfumuyo kuti, “Thandizeni mbuye wanga mfumu!”
ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”
27 Mfumu inayankha kuti, “Ngati Yehova sakuthandiza iwe, ine thandizo lako ndingalipeze kuti? Kuchokera ku malo opunthira tirigu kodi? Kuchokera kumalo opsinyira mphesa kodi?”
ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କିଅବା ଦ୍ରାକ୍ଷାଯନ୍ତ୍ରରୁ?”
28 Pamenepo mfumuyo inafunsa mayiyo kuti, “Kodi chakuvuta nʼchiyani?” Iye anayankha kuti, “Mayi uyu anandiwuza kuti, ‘Bweretsa mwana wako kuti timudye lero, ndipo mawa tidzadya mwana wangayu.’
ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’”
29 Choncho tinaphika mwana wanga ndi kumudya. Tsiku lotsatira lakelo ine ndinati, ‘Bweretsa mwana wako kuti timudye,’ koma iye anabisa mwana wakeyo.”
ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆରଦିନ ମୁଁ ତାହାକୁ କହିଲି, “ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
30 Mfumu itamva mawu a mayiyo, inangʼamba mkanjo wake. Pamene inkayenda pa khoma, anthu anayangʼana, ndipo anaona zovala zamʼkati, pakuti anavala chiguduli.
ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।
31 Mfumuyo inati, “Mulungu andilange, andilange kwambiri ndikapanda kudula mutu wa Elisa mwana wa Safati lero!”
ତେବେ ସେ କହିଲେ, “ଯେବେ ଆଜି ଶାଫଟ୍‍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
32 Tsono Elisa nʼkuti atakhala mʼnyumba mwake, ndipo akuluakulu anali naye limodzi. Mfumu inatuma munthu wina kuti imutsogolere, koma asanafike, Elisa anawuza akuluakuluwo kuti, “Kodi simukuona momwe wopha munthu uja watumizira munthu wina kuti adzadule mutu wanga? Taonani mthengayo akafika, mutseke chitseko ndipo muchigwiritsitse kuti asalowe. Kodi ndikumvawo pambuyo pake si mgugu wa mbuye wake?”
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”
33 Elisa akuyankhulabe ndi anthuwo, taonani, wamthengayo anafika kwa iye. Ndipo mfumu inati, “Mavuto amenewa ndi ochokera kwa Yehova. Kodi nʼchifukwa chiyani ine ndiyenera kudikira thandizo lochokera kwa Yehova?”
ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”

< 2 Mafumu 6 >