< Danieli 2 >

1 Chaka chachiwiri cha ulamuliro wake, Nebukadinezara analota maloto; anavutika mu mtima mwake ndipo analephera kugona.
ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
2 Tsono mfumu inayitana amatsenga, owombeza, amawula ndi oyangʼana nyenyezi kuti amufotokozere zomwe analota. Pamene iwo analowa ndi kuyima pamaso pa mfumu,
ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
3 mfumuyo inawawuza kuti, “Ndalota loto lomwe likundisautsa ndipo ndikufuna kudziwa tanthauzo lake.”
ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
4 Pamenepa alawuli anati kwa mfumu mʼChiaramu, “Mukhale ndi moyo wautali mfumu! Tiwuzeni ife atumiki anu zimene mwalota, ndipo tidzakuwuzani tanthauzo lake.”
ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
5 Mfumu inayankha alawuliwo kuti, “Zimene ndatsimikiza kuchita ndi izi: Ngati inu simundifotokozera zimene ndalota ndi tanthauzo lake, mudzadulidwa nthulinthuli ndipo nyumba zanu ndidzazisandutsa bwinja.
ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
6 Koma ngati mundiwuza zimene ndalota ndi tanthauzo lake, ndidzakupatsani mphatso ndi mphotho ndi ulemu waukulu. Choncho mundiwuze zimene ndalota ndi tanthauzo lake.”
ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
7 Iwo anayankhanso kachiwiri kuti, “Mfumu iwuze atumiki ake chimene yalota, ndipo ife tidzatanthauzira.”
ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”
8 Ndipo mfumu inayankha kuti, “Ine ndikudziwa kuti mukungozengereza kufuna kutaya nthawi chabe chifukwa mukuzindikira kuti izi ndi zimene ndatsimikiza kuchita.
ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
9 Ngati simundiwuza zimene ndalota, chilango chake ndi chimodzi. Inu mwagwirizana kuti mundiwuze ine bodza ndi chinyengo ndi kuyembekeza kuti ine ndisintha. Tsono mundiwuze zimene ndalota, ndipo ine ndidzadziwa kuti mukhoza kunditanthauzira.”
ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
10 Alawuli anayankha mfumu kuti, “Palibe munthu pa dziko lapansi amene akhoza kuchita chimene mfumu ikufunsa! Palibe mfumu, kaya yayikulu kapena yamphamvu bwanji imene inafunsapo amatsenga, owombeza kapena alawuli aliwonse zimenezi.
କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।
11 Zimene mfumu yafunsa ndi zapatali. Palibe wina amene angathe kuwulula izi kwa mfumu kupatula milungu, ndipo sikhala pakati pa anthu.”
ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
12 Zimenezi zinapsetsa mtima mfumu ndipo inakwiya kwambiri kotero inalamula kuti anzeru onse a ku Babuloni aphedwe.
ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
13 Choncho lamulo linaperekedwa kuti anthu anzeru aphedwe, ndipo anatuma anthu kukafunafuna Danieli ndi anzake kuti iwonso aphedwe.
ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍‍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
14 Danieli anayankhula mwanzeru ndi mwaulemu kwa Ariyoki, mkulu wa asilikali olondera mfumu amene anatumidwa kukapha anthu anzeru a ku Babuloni.
ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
15 Danieli anafunsa Ariyoki kapitawo wa mfumu kuti, “Chifukwa chiyani mfumu yapereka lamulo lankhanza lotere?” Kenaka Ariyoki anafotokoza nkhaniyi kwa Danieli.
ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
16 Danieli anapita mofulumira kwa mfumu ndipo anamupempha kuti amupatse nthawi kuti amuwuze zimene walota ndi tanthauzo lake.
ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
17 Kenaka Danieli anabwerera ku nyumba kwake ndi kukafotokozera anzake aja zimenezi: Hananiya, Misaeli ndi Azariya.
ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
18 Danieli anadandaulira anzake kuti apemphe kwa Mulungu wakumwamba kuti awachitire chifundo ndi kumuwululira chinsinsi, kuti iye ndi anzakewo asanyongedwe pamodzi ndi anzeru ena onse a ku Babuloni.
ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
19 Usiku Yehova anamuwululira Danieli chinsinsi chija mʼmasomphenya. Pamenepo Danieli anatamanda Mulungu wakumwamba,
ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
20 ndipo anati: “Litamandike dzina la Mulungu ku nthawi za nthawi; nzeru ndi mphamvu zonse ndi zake.
ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
21 Amasintha nthawi ndi nyengo; amakweza mafumu ndipo amawatsitsanso. Amapatsa nzeru kwa anzeru ndi chidziwitso kwa ozindikira zinthu.
ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
22 Amavumbulutsa zinthu zozama ndi zobisika; amadziwa zimene zili mu mdima, ndipo kuwunika kumakhala ndi Iye.
ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
23 Ndikuyamika ndi kutamanda Inu Mulungu wa makolo anga: mwandipatsa nzeru ndi mphamvu, mwandiwululira zomwe tinakupemphani, mwatiwululira maloto a mfumu.”
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”
24 Motero Danieli anapita kwa Ariyoki, amene mfumu inamusankha kuti akaphe anthu anzeru a ku Babuloni, ndipo anati kwa iye, “Musaphe anthu anzeru a ku Babuloni. Ndiperekezeni kwa mfumu, ndipo ndidzayimasulira maloto ake.”
ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”
25 Ariyoki anapita naye Danieli kwa mfumu nthawi yomweyo ndipo anati, “Ndapeza munthu pakati pa akapolo ochokera ku Yuda amene akhoza kuwuza mfumu zimene maloto ake akutanthauza.”
ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
26 Mfumu inafunsa Danieli (wotchedwanso Belitesezara) kuti, “Kodi ukhoza kundiwuza zomwe ine ndinaona mʼmaloto anga ndi tanthauzo lake?”
ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
27 Danieli anayankha kuti, “Palibe munthu wanzeru, wowombeza, wamatsenga kapena wamawula amene akhoza kufotokozera mfumu chinsinsi chimene mwafuna kudziwa,
ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
28 koma kuli Mulungu kumwamba amene amawulula zinsinsi. Iye waonetsera mfumu Nebukadinezara zimene zidzachitika mʼmasiku akutsogolo. Maloto ndi masomphenya anu amene munawaona mukugona pa bedi lanu ndi awa:
ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍‍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
29 “Mukugona pa bedi, inu Mfumu, maganizo anakufikirani a zinthu zakutsogolo, ndipo Yehova wowulula zinsinsi anakuonetserani zimene zidzachitika.
ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
30 Koma chinsinsi ichi chavumbulutsidwa kwa ine, si chifukwa chakuti ndili ndi nzeru zochuluka kuposa anthu ena onse, koma kuti mfumu mudziwe tanthauzo la maloto anu ndi kuti muzindikire maganizo amene anali mu mtima mwanu.
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
31 “Inu mfumu, munaona chinthu chowumba chachikulu chimene chinayima pamaso panu. Chowumbachi chinali chonyezimira mʼmaonekedwe.
ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
32 Mutu wa chowumbacho unali wagolide wabwino kwambiri. Chifuwa ndi manja ake zinali zasiliva. Mimba ndi ntchafu zake zinali zamkuwa.
ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
33 Miyendo yake inali yachitsulo, mapazi ake anali achitsulo chosakaniza ndi dongo.
ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
34 Inu mukuona, mwala unagamuka, koma osati ndi manja a munthu. Unagwera fanolo pa mapazi ake achitsulo chosakaniza ndi dongo aja ndi kuwaphwanya.
ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
35 Tsono chitsulo, dongo, mkuwa, siliva ndi golide zonse zinaphwanyika pamodzi ndikukhala tizidutswa towuluka ndi mphepo ngati mungu wa mowombera tirigu nthawi ya chilimwe. Zonse zinawuluka ndi mphepo osasiyako chilichonse. Koma mwala umene unagwera pa chowumba chija unasanduka phiri lalikulu ndi kudzaza dziko lonse lapansi.
ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
36 “Maloto aja ndi amenewa; tidzafotokoza tanthauzo lake kwa mfumu.
ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
37 Inu mfumu, ndinu mfumu ya mafumu. Mulungu wakumwamba wakupatsani ufumu, ulamuliro ndi mphamvu ndi ulemerero;
ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
38 Iye anayika mʼmanja mwanu anthu ndi nyama zakuthengo ndi mbalame zamlengalenga. Kulikonse kumene zikhala, iye anakuyikani wolamulira wa zonse. Inu ndinu mutu wagolidewo.
ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
39 “Pambuyo pa inu, ufumu wina udzadzuka, wochepa mphamvu poyerekeza ndi wanuwu. Padzabweranso ufumu wachitatu, wamkuwa, udzalamulira dziko lonse lapansi.
ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
40 Pomaliza, padzakhala ufumu wachinayi, wolimba ngati chitsulo popeza chitsulo chimaphwanya ndi kutikita chilichonse. Ndipo monga chitsulo chimaphwanya zinthu ndikuteketeratu, choncho udzawononga ndi kuphwanya maufumu ena onse.
ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
41 Ndipo monga munaonera kuti mapazi ndi zala zake zinali za chitsulo chosakaniza ndi dongo, choncho uwu udzakhala ufumu wogawikana; komabe udzakhala ndi mphamvu zina zachitsulo zotikita.
ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
42 Monga zala zinali za chitsulo chosakaniza ndi dongo, choncho ufumu uwu udzakhala pangʼono wolimba ndi pangʼono wofowoka.
ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
43 Ndipo monga munaona chitsulo chosakanizidwa ndi dongo, choncho anthu adzakhala wosakanizana ndipo sadzagwirizana, monga muja chitsulo sichingasakanizike ndi dongo.
ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
44 “Pa nthawi ya mafumu amenewo, Mulungu wakumwamba adzakhazikitsa ufumu umene sudzawonongedwa, kapenanso kuperekedwa kwa anthu ena. Udzawononga maufumu onse aja ndi kuwatheratu, koma iwo wokha udzakhalapobe mpaka muyaya.
ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
45 Limeneli ndilo tanthauzo la masomphenya a mwala umene unagamuka pa phiri, koma osati ndi manja a anthu; mwala umene unaphwanya chitsulo, mkuwa, dongo, siliva ndi golide mʼtizidutswa. “Mulungu wamkulu wakuonetsani mfumu chimene chidzachitika kutsogolo. Malotowo ndi woona ndipo tanthauzo lake ndi lodalirika.”
କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
46 Pamenepo mfumu Nebukadinezara inadzigwetsa chafufumimba pamaso pa Danieli ndi kumupatsa ulemu. Ndipo inalamula kuti anthu onse amuthirire Danieli nsembe ndi kumufukizira lubani.
ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
47 Mfumu inati kwa Danieli, “Zoonadi, Mulungu wako ndi Mulungu wa milungu ndi Ambuye wa mafumu ndi wowulula zinsinsi, pakuti iwe wathadi kuwulula chinsinsi ichi.”
ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
48 Ndipo mfumu inamukweza Danieli ndi kumupatsa mphatso zambiri. Anamuyika kuti akhale wolamulira chigawo chonse cha Babuloni ndi kutinso akhale woyangʼanira anthu ake onse anzeru.
ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
49 Komanso, monga mwa pempho la Danieli, mfumu inayika Sadirake, Mesaki ndi Abedenego, kuti akhale oyangʼanira chigawo cha Babuloni, pamene Danieliyo ankakhazikika mʼbwalo la mfumu.
ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।

< Danieli 2 >