< Deuteronomo 12 >
1 Awa ndi malangizo ndi malamulo amene muyenera kusamalitsanso kuti muwatsatire mʼdziko limene Yehova Mulungu wa makolo anu wakupatsani kuti mutenge pa nthawi yonse imene muti mudzakhale mʼdzikomo.
ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।
2 Muwonongeretu kwathunthu malo onse a pamwamba pa mapiri ataliatali ndi pa mapiri angʼonoangʼono ndi pansi pa mtengo uliwonse wotambalala pamene mitundu imene muyilande dzikolo ankapembedzerapo milungu yawo.
ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
3 Mugumule maguwa awo ansembe, ndi kuphwanya miyala yawo yachipembedzo ndipo mutenthe pa moto mafano awo a Asera: mugwetse mafano a milungu yawo ndi kufafaniza mayina awo mʼmalo amenewo.
ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।
4 Musapembedze Yehova Mulungu wanu monga mmene amachitira iwowa.
ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।
5 Koma inu muzifunafuna kumalo kumene Yehova Mulungu wanu adzasankhe pakati pa mafuko anu kuti ayikeko dzina lake ndi kukhalako. Ku malo amenewa muyenera kupitako.
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;
6 Kumeneko muzipititsako zopereka zanu ndi nsembe zanu zopsereza, ndi chakhumi chanu ndi mphatso zapadera zimene munalonjeza kupereka ndi zopereka zanu zaufulu ndi ana oyamba a ngʼombe zanu ndi nkhosa zanu.
ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;
7 Kumeneko, pamaso pa Yehova Mulungu wanu, inu ndi mabanja anu mudzadya ndi kusangalalako pa china chilichonse chimene mudzakhudza, chifukwa Yehova Mulungu wanu wakudalitsani.
ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
8 Musadzachite monga tikuchitira lero lino, aliyense kumachita zimene akuona kuti ndi zoyenera,
ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।
9 pakuti simunafike ku malo opumulirako ndi ku cholowa chimene Yehova Mulungu wanu akukupatsani.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।
10 Koma mudzawoloka Yorodani ndi kukhazikika mʼdziko limene Yehova Mulungu wanu akukupatsani ngati cholowa chanu, ndipo Iye adzakupatsani inu mpumulo ku adani anu okuzungulirani kuti mukhale motchinjirizidwa.
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;
11 Tsono kumalo kumene Yehova Mulungu wanu adzasankhe kuti azikhalako muzikabweretsako chilichonse chimene ndikulamulirani inu: zopereka ndi nsembe zanu zopsereza, chakhumi chanu ndi mphatso zapadera, ndi chuma chanu chonse chosankhika chimene munalonjeza kwa Yehova.
ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।
12 Ndipo kumeneko inu mukasangalale pamaso pa Yehova Mulungu wanu pamodzi ndi ana anu aamuna ndi ana anu aakazi, antchito anu aamuna ndi adzakazi anu, ndi Alevi a mʼmidzi yanu, amene alibe gawo kapena cholowa chawochawo.
ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
13 Musamalitse kuti musakaphere nsembe zanu zopsereza paliponse pamene mungafune.
ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର।
14 Mukaphere pa malo okhawo amene Yehova adzawasankhe mwa limodzi la mafuko anu, ndipo kumeneko mukasunge chilichonse chimene ndikulamulireni.
ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।
15 Koma mukhoza kumapha ziweto zanu mʼmizinda iliyonse ndi kudya nyama yake mmene mungafunire, ngati kuti ndi agwape kapena mbawala, monga mwadalitso limene Yehova Mulungu wanu akukupatsani. Woyeretsedwa ndi wosayeretsedwa akhoza kuyidya.
ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।
16 Koma musamadye magazi. Muziwathira pansi ngati madzi.
କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।
17 Musamadyere mʼmizinda yanu chakhumi cha tirigu wanu ndi vinyo watsopano ndi mafuta, kapena za ana oyamba kubadwa a ngʼombe zanu ndi nkhosa zanu, kapena chilichonse chimene mwalonjeza kuchipereka, nsembe zanu zaufulu, kapena mphatso zapadera,
ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।
18 mʼmalo mwake, muzidya pamaso pa Yehova Mulungu wanu, kumalo kumene Yehova Mulungu wanu adzasankhira inu, ana anu aamuna ndi aakazi, antchito anu aamuna ndi adzakazi anu, ndi Alevi ochokera mʼmizinda yanu, ndipo mudzasangalale pamaso pa Yehova Mulungu wanu pa chilichonse chimene mudzachikhudza.
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗର-ଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
19 Muonetsetse kuti musawataye Alevi pa masiku onse amene mukhale mʼdziko lanumo.
ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ।
20 Yehova Mulungu wanu akadzakulitsa dziko lanu monga anakulonjezerani, ndipo mukapukwa nyama mumanena kuti, “Ndikufuna nyama,” pamenepo mudzadya mmene mungafunire.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, “ଆମ୍ଭେ ମାଂସ ଭୋଜନ କରିବା,” ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ।
21 Ngati malo amene Yehova Mulungu wanu awasankha kuti ayike Dzina lake ali kutali kwambiri ndi inu, mukhoza kupha ziweto pakati pa ngʼombe ndi nkhosa zimene Yehova wakupatsani, monga ndinakulamulani, ndipo mʼmizinda yanuyanu mukhoza kuzidya mmene mungafunire.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗର-ଦ୍ୱାର ଭିତରେ ଭୋଜନ କରି ପାରିବ।
22 Muzidye ngati mukudya gwape kapena mbawala. Onse oyeretsedwa monga mwa mwambo ndi osayeretsedwa omwe akhoza kudya.
ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।
23 Koma muonetsetse kuti musadye magazi, chifukwa magazi ndi moyo, ndipo musamadye moyo pamodzi ndi nyama.
କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।
24 Inu musamadye magazi, muziwathira pansi ngati madzi.
ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।
25 Musamadye magazi kuti zikuyendereni bwino inu pamodzi ndi ana anu a pambuyo panu, popeza mudzakhala mukuchita zoyenera pamaso pa Mulungu.
ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।
26 Koma mutenge zinthu zanu zoyeretsedwa ndi china chilichonse chimene munalumbira kupereka, ndi kupita kumalo kumene Yehova adzasankhe.
ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।
27 Mupereke nsembe zanu zopsereza pa guwa lansembe la Yehova Mulungu wanu, nyama pamodzi ndi magazi omwe. Magazi a nsembe zanu athiridwe pambali pa guwa lansembe la Yehova Mulungu wanu, koma nyamayo mukhoza kudya.
ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।
28 Onetsetsani kuti muzimvera mawu onsewa amene ndikukupatsani kuti zinthu zizikuyenderani bwino nthawi zonse inu ndi ana anu chifukwa mudzakhala mukuchita zabwino ndi zoyenera pamaso pa Yehova Mulungu wanu.
ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।
29 Yehova Mulungu wanu adzachotsa pamaso panu mitundu ya anthu amene mukufuna kuwathira nkhondo ndi kuwalanda dzikolo. Koma mukawapirikitsa ndi kukhazikika mʼdziko lawo,
ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ;
30 ndipo pamene iwo awonongeka pamaso panu, samalirani kuti musakodwe mu msampha pa kufufuza za milungu yawo, nʼkumati, “Kodi anthu a mitunduwa amatumikira bwanji milungu yawo? Ifenso tichita momwemo.”
ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି “ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା,” ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
31 Musapembedze Yehova Mulungu wanu momwe amachitira iwowo, chifukwa popembedza milungu yawoyo amachita zonyansa zamitundumitundu zimene Yehova amadana nazo. Amatentha ngakhale ana awo aamuna ndi aakazi pa moto ngati nsembe za kwa milungu yawo.
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
32 Onetsetsani kuti mukuchita zimene ndikukulamulirani. Musawonjezerepo kapena kuchotserapo.
ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।