< Deuteronomo 24 >

1 Ngati mwamuna wakwatira mkazi amene sakukondwera naye chifukwa wapeza vuto pa mkaziyo, namulembera mkaziyo kalata ya chisudzulo, namupatsa ndi kumutulutsa mʼnyumba mwake,
କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।
2 mkaziyo ndi kukakwatiwa ndi mwamuna wina,
ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରିଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ।
3 ndipo mwamuna wachiwiriyo nʼkuyipidwa nayenso ndi kumulemberanso kalata ya chisudzulo nʼkumutulutsa mʼnyumba mwake, kapena ngati mwamunayo amwalira,
ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;
4 mwamuna wake woyamba uja, amene anamuleka saloledwanso kumukwatira kachiwiri popeza mkaziyo wadetsedwa. Chimenechi ndi chonyansa pamaso pa Yehova. Musalowetse tchimo mʼdziko limene Yehova Mulungu wanu akukupatsani ngati cholowa chanu.
ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ।
5 Mwamuna akangokwatira kumene asamatumizidwe ku nkhondo kapena kupatsidwa ntchito ina iliyonse. Kwa chaka chathunthu akhale ndi ufulu wokhala pa khomo pake kumasangalatsa mkazi wakeyo.
କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।
6 Munthu akakhala nanu ndi ngongole musamutengere mwala wake wa mphero ngati chikole, chifukwa kutero nʼkumutengera moyo kukhala chikole cha ngongole.
କେହି ଚକି ବା ଚକିର ଉପର-ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।
7 Ngati munthu agwidwa akuba mʼbale wake wa Chiisraeli namamuzunza ngati kapolo kapena kumugulitsa, wogulitsa mnzakeyo ayenera kuphedwa. Muyenera kuchotsa choyipa pakati panu.
କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
8 Pakagwa matenda a khate, samalitsani kuchita zonse zimene ansembe, amene ndi Alevi, anakulangizani. Mutsatire mosamalitsa zimene ndinawalamula.
କୁଷ୍ଠରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।
9 Kumbukirani zimene Yehova Mulungu wanu anachita kwa Miriamu muli paulendo mutatuluka mu Igupto.
ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ପଥ ମଧ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମରୀୟମ ପ୍ରତି ଯାହା କରିଥିଲେ, ତାହା ସ୍ମରଣ କର।
10 Ukabwereketsa mnzako kanthu kena kalikonse, usalowe mʼnyumba mwake kukatenga chimene wachipereka ngati chikole.
ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ପ୍ରକାର ଋଣ ଦେଲେ, ତାହାର ବନ୍ଧକି ଦ୍ରବ୍ୟ ଆଣିବା ପାଇଁ ତୁମ୍ଭେ ତାହା ଘର ଭିତରକୁ ଯିବ ନାହିଁ।
11 Uziyima kunja kwa nyumba kuti munthu amene wamubwereketsa kanthuyo akubweretsere kunja komweko.
ତୁମ୍ଭେ ବାହାରେ ଠିଆ ହୋଇ ରହିବ, ଆଉ ତୁମ୍ଭେ ଯାହାକୁ ଋଣ ଦେଇଅଛ, ସେ ବ୍ୟକ୍ତି ଆପଣା ବନ୍ଧକି ଦ୍ରବ୍ୟ ବାହାର କରି ତୁମ୍ଭ ନିକଟକୁ ଆଣିବ।
12 Ngati munthuyo ndi wosauka, usamutengere chikolecho mpaka kukagona nacho kwanu.
ପୁଣି ସେ ଯେବେ ଦୁଃଖୀଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।
13 Pomalowa dzuwa ukhale utamubwezera mkanjo wakewo kuti akafunde. Pamenepo adzakuthokoza, ndipo amenewa adzawerengedwa ngati machitidwe olungama kwa iweyo pamaso pa Yehova Mulungu wako.
ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।
14 Osamapezera mwayi pa anthu aganyu osauka ndi aumphawi, kaya ndi Mwisraeli kapena mlendo wokhala mu umodzi mwa mizinda yanu.
ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।
15 Mumulipire malipiro ake a tsiku dzuwa lisanalowe chifukwa ndi wosauka ndipo akudalira malipirowo. Kupanda kutero adzakudandaulirani kwa Yehova ndipo mudzapezeka ochimwa.
ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।
16 Makolo asaphedwe chifukwa cha ana awo, ndipo ana asaphedwe chifukwa cha makolo awo, koma aliyense ayenera kufa chifukwa cha zolakwa zake.
ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।
17 Musachitire mlendo kapena mwana wamasiye zoyipa, kapena kulanda mkazi wamasiye chovala ngati chikole cha ngongole.
ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
18 Kumbukirani kuti munali akapolo mʼdziko la Igupto ndipo Yehova Mulungu wanu anakuwombolani kumeneko. Nʼchifukwa chake ndikukulamulani kuti muzichita zimenezi.
ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।
19 Mukamakolola mʼmunda mwanu ndipo zokolola zina zikasiyidwa, musamabwerere kukazitola. Muzilekere alendo, ana ndi akazi amasiye, kuti Yehova Mulungu wanu akudalitseni pa zochita zanu zonse.
ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
20 Mukathyola zipatso mu mtengo wa olivi, musamabwererenso kachiwiri ku mtengo womwewo. Zotsalazo zilekereni alendo, ana ndi akazi amasiye.
ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
21 Mukakolola mphesa mʼmunda mwanu musamabwereremonso kachiwiri. Zotsalazo muzilekere alendo, ana ndi akazi amasiye.
ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
22 Kumbukirani kuti munali akapolo mʼdziko la Igupto. Nʼchifukwa chake ndikukulamulani kuti muzichita zimenezi.
ଆଉ ତୁମ୍ଭେ ମିସର ଦେଶରେ ବନ୍ଧାଦାସ ଥିଲ, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।

< Deuteronomo 24 >