< Deuteronomo 30 >

1 Madalitso ndi matemberero awa onse amene ndawayika pamaso panu akadzafika pa inu, inu nʼkukumbukira kulikonse kumene Yehova Mulungu wanu wakubalalitsirani pakati pa mitundu ya anthu,
ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ;
2 ndipo inu pamodzi ndi ana anu nʼkudzatembenukira kwa Yehova Mulungu wanu ndi kumumvera ndi mtima wanu wonse ndi moyo wanu wonse molingana ndi chilichonse chimene ndakulamulani lero lino,
ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
3 pamenepo Yehova Mulungu wanu adzakukhalitsani monga kale ndi kukuchitirani chifundo, ndipo adzakusonkhanitsani kukuchotsani ku mitundu ina ya anthu kumene anakubalalitsirani.
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।
4 Ngakhale atakupirikitsirani ku malekezero a dziko lapansi, adzakusonkhanitsani kuchokera kumeneko ndi kukubweretsaninso.
ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।
5 Adzakubweretsani ku dziko limene linali la makolo anu, ndipo lidzakhala lanu. Iye adzakulemeretsani ndi kukuchulukitsani kupambana makolo anu.
ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।
6 Yehova Mulungu wanu adzasintha mitima yanu pamodzi ndi mitima ya zidzukulu zanu, kotero kuti mudzamukonda ndi mtima wanu wonse ndi moyo wanu wonse, ndipo mudzakhala ndi moyo.
ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
7 Yehova Mulungu wanu adzayika matemberero awa onse pa adani anu amene amadana nanu ndi kukuzunzani.
ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।
8 Inu mudzamveranso Yehova ndi kutsatira malamulo ake onse amene ndikukupatsani lero lino.
ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।
9 Pamenepo Yehova Mulungu wanu adzakulemeretsani pa zochita zanu zonse ndipo adzakupatsani ana ambiri, zoweta zambiri, ndiponso mudzakhala ndi zokolola zambiri za mʼdziko lanu. Yehova adzakondwera nanunso ndi kukulemeretsani monga momwe anakondwera ndi makolo anu,
ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;
10 ngati mudzamvera Yehova Mulungu wanu ndi kusunga malamulo ake ndi mawu ake amene alembedwa Mʼbuku ili la Malamulo ndi kutembenukira kwa Yehova Mulungu wanu ndi mtima wanu wonse ndi moyo wanu wonse.
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
11 Tsopano zimene ndikukulamulirani leroli sizovuta kapena zapatali.
ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।
12 Sizili kumwamba, kuti muzichita kufunsa kuti, “Kodi ndani amene akwere kumwamba kuti akazitenge ndi kudzatilalikira kuti timvere?”
ତାହା ସ୍ୱର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ୱର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
13 Komanso sizili pa tsidya la nyanja, kuti muzichita kufunsa kuti, “Kodi ndani amene adzawoloke nyanja kuti akatenge ndi kudzatilalikira kuti timvere?”
କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ?
14 Ayi, mawu ali pafupi ndi inu; ali mʼkamwa mwanu ndi mu mtima mwanu kuti muwamvere.
ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।
15 Taonani, lero ine ndayika pamaso panu moyo ndi zokoma, imfa ndi chiwonongeko.
ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।
16 Pakuti lero ndikukulamulani kuti mukonde Yehova Mulungu wanu, kuti muyende mʼnjira zake, ndi kusunga malamulo ake, malangizo ake. Mukatero mudzakhala ndi moyo ndi kuchulukana, ndipo Yehova Mulungu wanu adzakudalitsani mʼdziko limene mukulowa kukakhalamo.
ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
17 Koma ngati mtima wanu udzatembenuka, inu nʼkukhala osandimvera, ndipo ngati mudzatengeka ndi kupita kukagwadira milungu ina ndi kuyipembedza,
ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
18 lero ndikulengeza kwa inu kuti mudzawonongeka ndithu. Simudzakhala nthawi yayitali mʼdziko limene mukulowamo pamene mukuwoloka Yorodani kuti mulitenge.
ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।
19 Lero kumwamba ndi dziko lapansi zikhale mboni zodzakutsutsani pakuti ndayika pamaso panu moyo ndi imfa, madalitso ndi matemberero. Tsopano sankhani moyo kuti inu ndi ana anu mukhale ndi moyo.
ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;
20 Ndi kuti mukonde Yehova Mulungu wanu, kumvera mawu ake, ndi kukhulupirika kwa Iye. Pakuti Yehova ndiye moyo wanu, ndipo mudzakhala zaka zambiri mʼdziko limene analumbira kulipereka kwa makolo anu, Abrahamu, Isake ndi Yakobo.
ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।

< Deuteronomo 30 >