< Mlaliki 12 >

1 Uzikumbukira mlengi wako masiku a unyamata wako, masiku oyipa asanafike, nthawi isanafike pamene udzanena kuti, “Izi sizikundikondweretsa.”
ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।
2 Nthawi ya ukalamba wako, dzuwa ndi kuwala, mwezi ndi nyenyezi zidzada. Mitambo idzabweranso mvula itagwa.
ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
3 Nthawi imene manja ako adzanjenjemera, miyendo yako idzafowoka, pamene mano ako adzalephera kutafuna chifukwa ndi owerengeka, ndipo maso ako adzayamba kuchita chidima.
ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
4 Makutu ako adzatsekeka, ndipo sudzamva phokoso lakunja; sudzamvanso kusinja kwa pa mtondo kapena kulira kwa mbalame mmawa.
ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
5 Imeneyi ndiyo nthawi imene anthu amaopa kupita kumalo okwera, amaopa kuyenda mʼmisewu; Mutu umatuwa kuti mbuu, amayenda modzikoka ngati ziwala ndipo chilakolako chimatheratu. Nthawi imeneyo munthu amapita ku nyumba yake yamuyaya ndipo anthu olira maliro amayendayenda mʼmisewu.
ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
6 Kumbukira Iye chingwe cha siliva chisanaduke, kapena mbale yagolide isanasweke; mtsuko usanasweke ku kasupe, kapena mkombero usanathyoke ku chitsime.
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
7 Iyi ndi nthawi imene thupi lidzabwerera ku dothi, kumene linachokera, mzimu udzabwerera kwa Mulungu amene anawupereka.
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।
8 “Zopanda phindu! Zopandapake!” akutero Mlaliki. “Zonse ndi zopandapake!”
ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର।
9 Mlaliki sanali wozindikira zinthu kokha ayi, komanso ankaphunzitsa anthu. Iye ankasinkhasinkha ndi kufufuzafufuza ndi kulemba mwadongosolo miyambi yambiri.
ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10 Mlaliki anafufuzafufuza kuti apeze mawu oyenera, ndipo zimene analemba zinali zolondola ndiponso zoona.
ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11 Mawu a anthu anzeru ali ngati zisonga, zokamba zawo zimene anasonkhanitsa zili ngati misomali yokhomera, yoperekedwa ndi mʼbusa mmodzi.
ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
12 Samalira mwana wanga, za kuwonjezera chilichonse pa zimenezi. Kulemba mabuku ambiri sikutha, ndipo kuphunzira kwambiri kumatopetsa thupi.
ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।
13 Basi zonse zamveka; mathero a nkhaniyi ndi awa: uziopa Mulungu ndi kusunga malamulo ake, pakuti umenewu ndiwo udindo wa anthu onse.
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
14 Pakuti Mulungu adzaweruza zochita zonse, kuphatikizanso zinthu zonse zobisika, kaya zabwino kapena zoyipa.
ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।

< Mlaliki 12 >