< Mlaliki 1 >

1 Mawu a Mlaliki, mwana wa Davide, mfumu ya ku Yerusalemu:
ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।
2 “Zopandapake! Zopandapake!” atero Mlaliki. “Zopandapake kotheratu! Zopandapake.”
ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”
3 Kodi munthu amapindulanji pa ntchito zake zonse zimene amasautsidwa nazo pansi pano?
ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ?
4 Mibado imabwera ndipo mibado imapita, koma dziko lapansi limakhalapobe nthawi zonse.
ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
5 Dzuwa limatuluka ndipo dzuwa limalowa ndipo limapita mwamsanga kumene limatulukira.
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
6 Mphepo imawombera cha kummwera ndi kukhotera cha kumpoto; imawomba mozungulirazungulira, kumangobwererabwerera komwe yachokera.
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
7 Mitsinje yonse imakathira ku nyanja, koma nyanjayo sidzaza; kumene madziwo amachokera, amabwereranso komweko.
ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
8 Zinthu zonse ndi zotopetsa, kutopetsa kwake ndi kosaneneka. Maso satopa ndi kuona kapena khutu kukwaniritsidwa ndi kumva.
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
9 Zomwe zinalipo kale zidzakhalaponso, zomwe zinachitika kale zidzachitikanso. Ndiye kuti chatsopano palibiretu pansi pano.
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।
10 Kodi chilipo chinthu chimene wina anganene kuti, “Taona! Ichi ndiye chatsopano?” Chinalipo kale, kalekale; chinalipo ife kulibe.
ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।
11 Anthu akale sakumbukiridwa, ngakhale amene adzabwera mʼtsogolomu sadzakumbukiridwa ndi iwo amene adzabwere pambuyo pawo.
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।
12 Ine, Mlalikine, ndinali mfumu ya Israeli mu Yerusalemu.
ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।
13 Ndinayika mtima wanga pophunzira ndi kufunafuna mwa nzeru zinthu zonse zimene zimachitika pansi pa thambo. Ndi ntchito yolemetsa ndithu imene Mulungu anayipereka kwa anthu!
ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
14 Ine ndaona zinthu zonse zochitika pansi pano; zinthu zonsezo ndi zopandapake, nʼkungodzivuta chabe.
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
15 Chinthu chokhota sichingathe kuwongoledwa; chimene palibe sichingathe kuwerengedwa.
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
16 Ine ndinaganiza mu mtima mwanga, “Taona, ine ndakula ndi kukhala wa nzeru zochuluka kupambana aliyense amene analamulirapo Yerusalemu ndisanabadwe; ndaphunzira nzeru zochuluka ndi luntha.”
ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
17 Ndipo ndinadzipereka kuti ndithe kumvetsa kuti nzeru nʼchiyani, misala nʼchiyani, uchitsiru nʼchiyani, koma ndinazindikira ichi, kuti kuteronso nʼkungodzivuta chabe.
ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
18 Pakuti nzeru zochuluka zimabweretsa chisoni chochulukanso: chidziwitso chochuluka, zowawa zochulukanso.
କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।

< Mlaliki 1 >