< Estere 1 >

1 Izi ndi zimene zinachitika pa nthawi ya ufumu wa Ahasiwero, amene analamulira zigawo 127 kuyambira ku India mpaka ku Kusi.
ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।
2 Pa nthawi imeneyi nʼkuti mfumu Ahasiwero atakhazikika pa mpando wake wa ufumu mu mzinda wa Susa,
ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,
3 ndipo mʼchaka chachitatu cha ufumu wake anakonza phwando la olemekezeka ndi nduna zake. Atsogoleri a nkhondo a ku Peresiya ndi Mediya, anthu olemekezeka pamodzi ndi nduna za mʼzigawo zonse anasonkhana kwa iye.
ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।
4 Pa nthawi yomweyi kwa masiku 180 a phwando mfumu inkaonetsa kulemera kwa ulemerero wa ufumu wake ndiponso kukongola ndi kukula kwa ufumu wake.
ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
5 Atatha masiku amenewa, kwa masiku ena asanu ndi awiri mfumu inakonzanso phwando la anthu onse okhala mu mzinda wa Susa kuyambira anthu olemekezeka mpaka anthu wamba ku bwalo la munda la nyumba yake yaufumu.
ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।
6 Bwalo la mundali analikongoletsa ndi makatani a nsalu zoyera ndi za mtundu wamtambo zimene anazimangirira ndi zingwe za nsalu zoyera ndi zapepo ku mphete za siliva zimene anazikoloweka pa nsanamira za maburo. Anayika mipando yopumirapo yagolide ndi siliva pabwalo la miyala yoyala yamtengowapatali yofiira, ya marabulo, ndi yonyezimira.
ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।
7 Anapereka zakumwa mʼchikho zagolide zamitundumitundu, ndipo vinyo waufumu anali wochuluka kwambiri monga mwa kukoma mtima kwa mfumu.
ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
8 Monga mwa lamulo la mfumu aliyense anamwa mʼmene anafunira, pakuti mfumu inawuza otumikira ake kuti apatse aliyense monga mwa kukonda kwake.
ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
9 Mkazi wa mfumu Vasiti nayenso anakonzera phwando amayi ku nyumba ya ufumu ya mfumu Ahasiwero.
ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
10 Pa tsiku la chisanu ndi chiwiri, pamene mfumu Ahasiwero inaledzera ndi vinyo, inalamula adindo ofulidwa asanu ndi awiri amene ankamutumikira: Mehumani, Bizita, Haribona, Bigita, Abagita, Zetara, ndi Karikasi
ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
11 kuti abwere naye mfumukazi Vasiti pamaso pa mfumu atavala chipewa chaufumu. Cholinga cha mfumu chinali choti adzamuonetse kwa anthu onse ndi olemekezeka, chifukwa anali wokongola kwambiri.
ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
12 Koma antchito atapereka uthenga wa mfumu kwa mfumukazi, Vasiti anakana kubwera. Tsono mfumu inakwiya ndi kupsa mtima.
ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
13 Mfumu inayankhula ndi anthu anzeru ndi ozindikira choyenera kuchita popeza chinali chikhalidwe chake kufunsa uphungu kwa akatswiri pa nkhani za malamulo ndi kuweruza kolungama.
ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
14 Anthu amene ankakhala pafupi ndi mfumu anali awa: Karisena, Setara, Adimata, Tarisisi, Meresi, Marisena ndi Memukani, olemekezeka asanu ndi awiri a ku Peresiya ndi Medina amene ankaloledwa mwapadera kuonana ndi mfumu ndipo anali pamwamba kwambiri mu ufumuwo.
ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
15 Mfumu inafunsa kuti, “Kodi titani naye mfumukazi Vasiti mwa lamulo, popeza sanamvere lamulo la ine mfumu Ahasiwero limene adindo ofulidwa anakamuwuza?”
(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”
16 Ndipo Memukani anayankha pa maso pa mfumu ndi olemekezeka anzake kuti, “Mfumukazi Vasiti sanalakwire mfumu yokha, koma walakwiranso olemekezeka onse ndi anthu onse okhala mʼzigawo zonse za mfumu Ahasiwero.
ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
17 Pakuti amayi onse adzadziwa zimene wachita mfumukazi ndipo kotero adzapeputsa amuna awo ndi kunena kuti, ‘Mfumu Ahasiwero analamulira kuti abwere naye mfumukazi Vasiti kwa iye koma sanapite.’
କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।
18 Lero lomwe lino amayi olemekezeka a ku Peresiya ndi Mediya amene amva zimene wachita mfumukazi adzaganiza zochita chimodzimodzi kwa nduna zonse za mfumu. Ndipo kupeputsana ndi kukongola zidzapitirira.”
ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
19 “Choncho, ngati chikukomerani mfumu, lamulirani kuti Vasiti asadzaonekerenso pamaso pa mfumu Ahasiwero. Lamuloli lilembedwe mʼmabuku a malamulo a Aperezi ndi Amedi kuti lisadzasinthike. Pamalo pa Vasiti ngati mfumukazi payikidwepo mkazi wina amene ali bwino kuposa iye.
ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।
20 Ndipo lamulo la mfumuli lilengezedwa mʼdziko lake lonse ngakhale lili lalikulu, amayi onse adzapereka ulemu kwa amuna awo, amuna olemekezeka mpaka amuna wamba.”
ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”
21 Mfumu ndi nduna zake anakondwera ndi uphungu uwu, kotero mfumu inachita monga momwe ananenera Memukani.
ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।
22 Mfumu inatumiza makalata ku madera onse a ufumu wake, chigawo chilichonse mʼzilembo zawo ndi ku mtundu uliwonse mʼchiyankhulo chawochawo kulengeza kuti mwamuna ayankhule chilichonse chimene chikumukomera.
ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।

< Estere 1 >