< Eksodo 19 >

1 Ana a Israeli aja anafika ku chipululu cha Sinai pa tsiku loyamba la mwezi wachitatu chichokere mʼdziko la Igupto.
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
2 Atachoka ku Refidimu, anafika ku Sinai, ndipo Aisraeli anamangako misasa yawo moyangʼanana ndi phirilo.
ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।
3 Mose anakwera ku phiri kukakumana ndi Mulungu ndipo Yehova anamuyitana nati, “Ukawuze zidzukulu za Yakobo, ana onse a Israeli kuti,
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।
4 ‘Inu eni munaona zimene ndinawachitira Aigupto ndiponso mmene ndinakunyamulirani, monga mmene chiwombankhanga chimanyamulira ana ake pa mapiko,’ ndikukubweretsani kwa Ine.
ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
5 Tsopano, ngati mumveradi mawu anga ndi kusunga pangano langa, mudzakhala chuma changa chapamtima pakati pa mitundu yonse. Ngakhale kuti dziko lonse lapansi ndi langa,
ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
6 inu mudzakhala ansembe achifumu ndi mtundu woyera mtima. Awa ndi mawu amene uyenera kuwawuza Aisraeli.”
ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”
7 Ndipo Mose anabwerera ndi kuyitanitsa akuluakulu. Atabwera anawafotokozera mawu amene Yehova anamulamulira kuti adzanene.
ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।
8 Anthu onse anayankha pamodzi kuti, “Ife tidzachita zonse zimene Yehova wanena.” Choncho Mose anabweza yankho lawo kwa Yehova.
ତହିଁରେ ସମସ୍ତ ଲୋକ ଏକସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।
9 Yehova anati kwa Mose, “Ine ndibwera kwa iwe mu mtambo wakuda kuti anthu adzandimve ndikuyankhula ndi iwe. Choncho adzakukhulupirira nthawi zonse.” Kenaka Mose anawuza Yehova zimene anthu ananena.
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।
10 Ndipo Yehova anati kwa Mose, “Pita kwa anthu onse ndi kuwayeretsa lero ndi mawa. Achape zovala zawo
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
11 ndipo akhale atakonzeka pofika tsiku lachitatu, chifukwa tsiku limenelo Yehova adzatsika pa phiri la Sinai anthu onse akuona.
ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।
12 Uwalembere malire anthuwo kuzungulira phirilo ndipo uwawuze kuti, ‘Samalani musakwere phirilo kapena kukhudza tsinde lake. Aliyense wokhudza phiri adzaphedwa ndithu.
ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’
13 Aliyense wokhudza phiri adzaphedwa ndi miyala kapena kumulasa ndi mivi. Palibe amene adzamukhudze. Palibe munthu amene adzaloledwa kukhala ndi moyo ngakhale nyama. Iwo adzayenera kuphedwa.’ Koma anthu adzapita ku phirilo akadzamva kulira kwa lipenga la nyanga yankhosa.”
କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”
14 Tsono Mose anatsika phiri lija nafika kwa anthu aja ndi kuwayeretsa. Iwo anachapa zovala zawo.
ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।
15 Kenaka iye anati kwa anthu, “Konzekerani tsiku lachitatu, musagone pamodzi ndi mkazi.”
ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”
16 Mʼmamawa wa tsiku lachitatu kunali mabingu, ziphaliwali ndi mtambo wakuda umene unaphimba phiri, ndiponso lipenga lolira kwambiri. Aliyense ku misasa kuja ananjenjemera ndi mantha.
ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
17 Ndipo Mose anatsogolera anthu kutuluka mʼmisasa kukakumana ndi Mulungu, ndipo anayima mʼmunsi mwa phiri.
ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।
18 Phiri la Sinai linakutidwa ndi utsi, chifukwa Yehova anatsika ndi moto pa phiripo. Utsi unakwera ngati wochokera mʼngʼanjo yamoto ndipo phiri lonse linagwedezeka kwambiri.
ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
19 Liwu la lipenga linkakulirakulira. Tsono Mose anayankhula ndipo Yehova anamuyankha ndi mabingu.
ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।
20 Yehova anatsika nafika pamwamba pa phiri la Sinai, ndipo anayitana Mose kuti apite pa phiripo. Choncho Mose anakwera,
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।
21 ndipo Yehova anati kwa iye, “Tsika ukawachenjeze anthu kuti asayesere kudutsa malire kuti adzandione chifukwa ambiri a iwo adzafa.
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।
22 Ngakhale ansembe amene amatumikira pamaso pa Yehova ayenera kudziyeretsa kuopa kuti ndingadzawalange.”
ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”
23 Mose anati kwa Yehova, “Anthu sangakwere phiri la Sinai chifukwa inu munatichenjeza. Lembani malire kuzungulira phiri ndipo mulipatule kuti likhale loyera.”
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରିପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ‘ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।’”
24 Yehova anayankha, “Tsika ukamutenge Aaroni. Koma ansembe ndi anthu asayesere kubzola malire kuti abwere kwa Yehova chifukwa Iye adzawalanga.”
ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”
25 Ndipo Mose anatsika ndi kukawawuza anthuwo.
ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ।

< Eksodo 19 >