< Eksodo 22 >
1 “Ngati munthu aba ngʼombe kapena nkhosa ndi kuyipha kapena kuyigulitsa, iye abweze ngʼombe zisanu pa ngʼombe imodzi ndi nkhosa zinayi pa nkhosa imodzi.
ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
2 “Ngati mbala ipezeka ikuthyola nyumba ndipo imenyedwa nʼkufa, amene wapha mbalayo sanalakwe.
ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
3 Koma akayipha dzuwa litatuluka, woyiphayo ali ndi mlandu wakupha. “Mbala iyenera kubweza ndithu koma ngati ilibe kalikonse igulitsidwe, kulipira zomwe yabazo.
ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।
4 “Ngati chiweto chobedwacho chipezeka chamoyo mʼmanja mwake, kaya ndi ngʼombe kapena bulu kapena nkhosa, mbalayo ibwezere ziweto ziwiri pa chiweto chobedwacho.
ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।
5 “Ngati munthu alekerera ziweto zake kukalowa mʼmunda wa munthu wina kukadya mbewu zake, munthuyo amubwezere mwini mundawo mbewu zina zabwino kapena mpesa wina wabwino kwambiri.
ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
6 “Ngati munthu ayatsa moto, motowo ndikukafika mpaka ku munda ndi kuwotcha mulu wa tirigu kapena tirigu wosadula, kapena munda wonse, ndiye kuti munthu amene anayatsa motoyo alipire.
ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
7 “Ngati munthu asungitsidwa ndi mnzake ndalama kapena katundu, ndipo zinthu zija nʼkubedwa mʼnyumba mwake, wakubayo ngati agwidwa, ayenera kubwezera kawiri chobedwacho.
ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।
8 Koma ngati mbalayo sipezeka, mwini nyumbayo ayenera kukaonekera ku bwalo lamilandu kuti akamve ngati anaba katundu wa mnzakeyo.
ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
9 Ngati pali kukangana kokhudza ngʼombe, bulu, nkhosa, zovala kapena kanthu kalikonse kotayika, ndipo mmodzi ndikunena kuti chinthucho nʼchake, awiriwo abwere nawo mlandu wawowo pamaso pa Mulungu ndipo amene mlandu umugomere adzayenera kumulipira mnzakeyo kawiri.
ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।
10 “Ngati munthu wina anasungitsa mnzake bulu, ngʼombe, nkhosa, kapena chiweto chilichonse ndipo chiweto chija nʼkufa kapena kupweteka kapena kutengedwa popanda wina kuona,
ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,
11 ndiye kuti anthu awiriwo ayenera kulumbira pamaso pa Mulungu kuti asatenge chinthu cha mnzake. Zikatero mwini katundu uja avomereze zimenezi ndipo asabwezeredwe kanthu.
ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
12 Koma ngati chiwetocho chinabedwa, iye ayenera kubwezera mwini wakeyo.
ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।
13 Ngati chinagwidwa ndi zirombo, iye ayenera kubweretsa zotsalira ngati umboni ndipo sadzalipira kanthu.
ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।
14 “Ngati munthu abwereka chiweto cha mnzake ndipo chiweto chija nʼkuvulala kapena kufa chikanali ndi iyebe, wobwerekayo ayenera kulipira.
ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।
15 Koma ngati mwini wakeyo ali ndi chiwetocho, wobwerekayo sadzalipira. Ngati anapereka ndalama pobwereka chiwetocho, ndalama anaperekazo zilowa mʼmalo mwa chiweto chakufacho.
ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।
16 “Ngati munthu anyenga namwali wosadziwa mwamuna amene sanapalidwe ubwenzi ndi kugona naye, munthuyo ayenera kulipira malowolo ndipo adzakhala mkazi wake.
ଆଉ, କେହି ଯଦି ଅବାଗ୍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।
17 Ngati abambo ake akanitsitsa kwamtuwagalu kumupereka kuti amukwatire, munthuyo aperekebe malowolo woyenera namwaliyo.
ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
18 “Musayilole mfiti yayikazi kuti ikhale ndi moyo.
ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
19 “Aliyense wogonana ndi chiweto ayenera kuphedwa.
ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
20 “Aliyense wopereka nsembe kwa mulungu wina osati Yehova awonongedwe.
ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।
21 “Musazunze mlendo kapena kumuchitira nkhanza, pakuti inu munali alendo mʼdziko la Igupto.
ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
22 “Musazunze mkazi wamasiye kapena mwana wamasiye.
ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
23 Ngati muwazunza ndipo iwo nʼkulirira kwa Ine, ndidzamva kulira kwawo.
ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
24 Ine ndidzakukwiyirani ndipo ndidzakuphani ndi lupanga. Akazi anu adzakhala amasiye ndiponso ana anu adzakhala wopanda abambo.
ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
25 “Ngati mukongoza ndalama kwa mʼbale wanu amene ndi mʼmphawi pakati panu, musadzamuchite monga zimene amachita wokongoza ndalama. Musadzamuyikire chiwongoladzanja.
ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
26 Mukatenga chovala cha mnzanu kuti chikhale chikole mumubwezere dzuwa lisanalowe
ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
27 chifukwa chovala chimene amadzifundira nacho nʼchomwecho. Nanga usiku adzafunda chiyani? Tsonotu ngati adzandilirira, Ine ndidzamva pakuti ndine wachifundo.
କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
28 “Musachite chipongwe Mulungu wanu kapena kutemberera mtsogoleri wa anthu anu.
ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
29 “Musachedwe kupereka kwa Ine zokolola zanu zochuluka ndi vinyo wanu wochuluka. “Mundipatse ana anu achisamba aamuna.
ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
30 Muchite chimodzimodzi ndi ngʼombe zanu ndi nkhosa zanu. Mwana woyamba kubadwa azikhala ndi amayi ake masiku asanu ndi awiri. Koma pa tsiku lachisanu ndi chitatu mwanayo muzimupereka kwa Ine.
ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
31 “Inu mukhale anthu anga opatulika. Choncho musadye nyama ya chiweto chimene chaphedwa ndi zirombo. Nyamayo muwaponyere agalu.”
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।