< Eksodo 9 >

1 Kenaka Yehova anati kwa Mose, “Pita kwa Farao ndipo ukamuwuze kuti Yehova, Mulungu wa Ahebri akuti alole anthu anga apite kuti akandipembedze.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
2 Koma ngati ukana kuti apite ndi kupitiriza kuwaletsa,
ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,
3 dzanja la Yehova lidzakantha ziweto zako zimene zili ku munda, pamodzi ndi akavalo, abulu, ngamira, ngʼombe, nkhosa ndi mbuzi ndi mliri woopsa kwambiri.
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
4 Koma Yehova adzasiyanitsa pakati pa ziweto za Israeli ndi ziweto za Igupto, kotero kuti palibe chiweto nʼchimodzi chomwe cha Aisraeli chimene chidzafe.”
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”
5 Yehova anayika nthawi ndipo anati, “Yehova adzachita zimenezi mmawa mʼdziko muno.”
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”
6 Ndipo mmawa mwake Yehova anachitadi zimenezi. Ziweto zonse za Aigupto zinafa, koma palibe chiweto ndi chimodzi chomwe cha Aisraeli chomwe chinafa.
ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
7 Farao anatuma anthu kuti akafufuze ndipo anapeza kuti palibe chiweto chilichonse cha Aisraeli chomwe chinafa. Komabe mtima wake sunagonje ndipo iye sanalole kuti anthu apite.
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
8 Kenaka Yehova anati kwa Mose ndi Aaroni, “Tapani phulusa la pa moto lodzaza dzanja ndipo Mose aliwaze mmwamba pamaso pa Farao.
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
9 Phulusalo lidzasanduka fumbi pa dziko lonse la Igupto. Tsono fumbilo lidzasanduka zithupsa zomaphulika nʼkukhala zilonda pa munthu aliyense ndi pa nyama zomwe mʼdziko lonse la Igupto.”
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”
10 Kotero anatenga phulusa la pa moto ndi kuyima pamaso pa Farao. Mose analiwaza mmwamba, ndipo panabuka zotupa zophulika zokha pa munthu aliyense ndi pa ziweto.
ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।
11 Amatsenga sanathe kumuyandikira Mose chifukwa nawonso anali ndi zithupsa monga mmene analili Aigupto ena onse.
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
12 Koma Yehova anawumitsa mtima wa Farao ndipo iye sanamvere Mose ndi Aaroni monga momwe Yehova anamuwuzira Mose.
ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
13 Kenaka Yehova anati kwa Mose, “Mawa mmawa upite ukakumane ndi Farao maso ndi maso ndipo ukamuwuze kuti Yehova Mulungu wa Ahebri akuti ulole anthu anga apite kuti akandipembedze.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;
14 Ngati suwalola, tsopano ndidzagwetsa miliri yanga yonse pa iwe ndi nduna zako ndiponso pa anthu ako, kuti udziwe kuti palibe wina wofanana nane pa dziko lonse lapansi.
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
15 Pakuti ndikanakhala nditatukula kale dzanja langa ndikupheratu iwe pamodzi ndi anthu ako onse pa dziko lapansi.
କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
16 Koma ndakuyika kukhala mfumu ndi cholinga choti ndionetse mphamvu zanga kwa iwe ndiponso kuti dzina langa litchuke pa dziko lonse lapansi.
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
17 Komabe iwe ukudzitukumula pa anthu anga osawalola kuti atuluke.
ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
18 Nʼchifukwa chake mawa, nthawi ngati ino, ndidzagwetsa matalala amphamvu amene sanagwepo pa Igupto, kuyambira pachiyambi mpaka lero.
ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
19 Tsopano lamula kuti ziweto zanu zonse ndi zinthu zonse zomwe zili ku minda kuti zilowetsedwe mʼkhola, chifukwa matalala adzagwera munthu aliyense ndi chiweto chilichonse chimene sichidzalowetsedwa mʼkhola ndipo zimene zidzakhala zili ku munda zidzafa.”
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”
20 Nduna za Farao zinachita mantha ndi mawu a Yehova, ndipo zinalowetsa antchito awo ndi ziweto zawo mʼnyumba.
ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
21 Koma iwo amene ananyozera mawu a Yehova anasiya akapolo ndi ziweto zawo panja.
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
22 Kenaka Yehova anati kwa Mose, “Kweza dzanja lako kumwamba kuti matalala agwe pa dziko lonse la Igupto, pa munthu aliyense, pa ziweto ndi pa zonse zomera mʼminda ya Igupto.”
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।”
23 Mose ataloza ndodo yake kumwamba, Yehova anatumiza mabingu ndi matalala ndi ziphaliwali zongʼanima pa nthaka. Kotero Yehova anagwetsa matalala pa dziko la Igupto.
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।
24 Matalala anagwa ndipo ziphaliwali zinangʼanima. Inali mphepo ya mkuntho yoopsa kwambiri imene sinakhaleponso mʼdziko lonse la Igupto chiyambire pamene Aigupto anakhala mtundu woyima pa okha.
ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
25 Matalala anawononga dziko lonse la Igupto, munthu aliyense pamodzi ndi ziweto. Matalala aja anawononga zomera zonse za mʼmunda ndi kukhadzula mtengo uliwonse.
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
26 Ku malo kokhako kumene matalala sanafikeko ndi dera la Goseni kumene kunali Aisraeli.
କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
27 Kenaka Farao anayitanitsa Mose ndi Aaroni nati kwa iwo, “Tsopano ndachimwa, Yehova ndi wolungama, ine ndi anthu anga ndife olakwa.
ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
28 Upemphere kwa Mulungu chifukwa mabingu ndi matalala atikwana. Ine ndidzakulolani kuti mupite. Simuyenera kukhalabe kuno.”
ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”
29 Mose anayankha, “Ndikangotuluka mu mzinda muno, ine ndidzakweza manja anga kwa Yehova ndi kupemphera. Mabingu ndi matalalawa adzaleka ndipo inu mudzadziwa kuti Yehova ndiye akulamulira dziko lapansi.
ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
30 Koma ine ndikudziwa kuti inu ndi nduna zanu simukuopabe Yehova Mulungu.”
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
31 Thonje ndi barele zinawonongeka, popeza barele anali atakhwima ndi thonje linali ndi maluwa.
ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
32 Koma tirigu ndi mchewere sizinawonongeke chifukwa zimakhwima mochedwa.
ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
33 Mose anasiyana ndi Farao natuluka mu mzindawo. Iye anakweza manja ake kwa Yehova. Mabingu ndi matalala zinaleka, ndipo mvula inalekeratu kugwa mʼdzikolo.
ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
34 Farao ataona kuti mvula, matalala ndi mabingu zaleka, anachimwanso. Iye ndi nduna zake anawumitsanso mitima yawo.
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
35 Choncho Farao sanalole kuti Aisraeli apite monga momwe Yehova anamuwuzira Mose.
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

< Eksodo 9 >