< Ezekieli 3 >

1 Tsono Mulungu anandiwuza kuti, “Mwana wa munthu, idya chimene ndikukupatsachi. Idya kenaka upite ukayankhule ndi Aisraeli.”
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”
2 Choncho ndinayasama ndipo anandipatsa mpukutuwo kuti ndidye.
ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।
3 Kenaka Iye anandiwuza kuti, “Iwe mwana wa munthu, idya mpukutu umene ndikukupatsa kuti ukhute.” Choncho ndinadya, ndipo unkatsekemera ngati uchi mʼkamwa mwanga.
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।
4 Pamenepo Iye anandiwuza kuti, “Iwe mwana wa munthu, pita tsopano kwa Aisraeli ndipo ukawawuze mawu anga.
ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
5 Sindikukutuma kwa anthu oyankhula chiyankhulo chachilendo ndi chovuta, koma kwa Aisraeli.
କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
6 Sindikukutuma kwa mitundu yambiri ya anthu oyankhula chiyankhulo chachilendo ndi chovuta, amene mawu ake sungawamvetse. Ndithu ndikanakutuma kwa iwowa, bwenzi iwo atakumvera.
ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।
7 Koma Aisraeli sadzakumvera chifukwa iwo sakufuna kumvera Ine. Paja Aisraeli onse ndi okanika ndiponso a mtima wowuma.
ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
8 Tsono ine ndakhwimitsa nkhope yako mofanana ndi nkhope zawo. Ndalimbitsanso mutu wako mofanana ndi mitu yawo.
ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।
9 Ine ndidzakusandutsa wolimba ngati mwala wa dayimondi umene uposa thanthwe lina lililonse kulimba kwake. Usachite nawo mantha kapena kuopsedwa nawo. Paja anthuwa ndi awupandu.”
ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।”
10 Anatinso, “Iwe mwana wa munthu, umvetsetse bwino zimene ndikukuwuzazi ndipo mawu angawa uwasunge bwino mu mtima mwako.
ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।
11 Tsopano upite kwa Aisraeli anzako amene ali ku ukapolo ndipo ukayankhule nawo. ‘Kaya akamvera kaya sakamvera,’ koma uzikawawuza kuti, Ambuye Wamphamvuzonse akuti zakutizakuti.”
ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’”
12 Pamenepo Mzimu unandinyamula ndipo kumbuyo kwanga ndinamva liwu lamphamvu ngati chivomerezi chachikulu, lonena kuti, “Utamandike ulemerero wa Yehova kumene Iye amakhala!”
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।
13 Phokoso ndinkalimvalo linali la kugundana kwa mapiko a zamoyo ndiponso phokoso la mikombero ya pambali pake ija, limene linkamveka ngati chivomerezi chachikulu.
ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।
14 Mzimu wa Yehova unandikweza ndi kundinyamula ndipo ndinachokapo ndili wowawidwa ndi wonyuka mu mtima. Ndipo dzanja la Yehova linali pa ine mwa mphamvu.
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।
15 Choncho ndinafika kwa amene anali mu ukapolo ku Telabibu pafupi ndi mtsinje wa Kebara. Ndinakhala pansi pakati pawo masiku asanu ndi awiri, ndili wothedwa nzeru kwambiri.
ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
16 Atatha masiku asanu ndi awiriwo, Yehova anandiwuza kuti,
ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା:
17 “Iwe mwana wa munthu, Ine ndakuyika kuti ukhale mlonda wa Aisraeli. Uziti ukamva mawu anga, ndiye uzikawachenjeza.
“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
18 Ndikawuza munthu woyipa kuti, ‘Iwe udzafa ndithu,’ koma iwe osamuchenjeza kapena kumuyankhula kuti aleke njira zake zoyipa ndi kuti akhale ndi moyo, munthu woyipayo adzafa mu uchimo wake, koma Ine ndidzakuyimba mlandu chifukwa cha imfa yake.
‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
19 Koma ukamuchenjeza munthu woyipa koma iye osatembenuka mtima kuleka zoyipa zake kapena kusiya njira zake zoyipa, munthuyo adzafa chifukwa cha uchimo wake koma iwe udzapulumutsa moyo wako.
ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
20 “Ngati munthu wolungama asiya chilungamo chake ndi kuchita uchimo ndipo Ine nʼkumuyika mʼzoopsa, munthuyo adzafa ndithu. Popeza iwe sunamuchenjeze, adzafadi chifukwa cha tchimo ndipo chilungamo chake sichidzakumbukiridwa, koma ndidzakuyimba mlandu chifukwa cha imfa yake.
ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
21 Koma ngati umuchenjeza munthu wolungama kuti asachimwe ndipo iye nʼkuleka kuchimwa adzakhala ndi moyo ndithu chifukwa anamvera chenjezo, ndipo iwe udzapulumutsa moyo wako.”
ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।”
22 Nthawi ina dzanja la Yehova linali pa ine ndipo anandiwuza kuti, “Nyamuka upite ku chigwa, kumeneko ndikayankhula nawe.”
ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”
23 Choncho ndinanyamuka kupita ku chigwa. Ndipo ndinaona ulemerero wa Yehova kumeneko, ngati ulemerero umene ndinaona mʼmbali mwa mtsinje wa Kebara ndipo ndinagwa pansi chafufumimba.
ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।
24 Koma Mzimu wa Mulungu unalowa mwa ine ndipo unandiyimiritsa. Tsono Yehova anandiyankhula nati: “Pita, kadzitsekere mʼnyumba mwako.
ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।
25 Ndipo iwe mwana wa munthu, adzakumanga ndi zingwe motero kuti sudzatha kuyendanso pakati pa anthu.
ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
26 Ndidzamatirira lilime lako kukhosi, kotero kuti udzakhala chete wosatha kuwadzudzula, chifukwa iwo ndi anthu aupandu.
ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।
27 Koma pamene ndidzayankhula kwa iwe, ndidzatsekula pakamwa pako ndipo udzawawuza kuti, ‘Ambuye Yehova akuti zakutizakuti.’ Aliyense wofuna kumva amve ndipo wokana kumva, muleke akane; pakuti iwo ndi anthu opanduka.”
ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!”

< Ezekieli 3 >